ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ…

The Sakala Picture
Published On

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ […]

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଅକ୍ଷୟ ତୃତୀୟା, ଶ୍ରୀକ୍ଷେତ୍ରରେ ହେବ ବିଶ୍ୱ ନିୟନ୍ତାଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

01 Apr 2025 By The Sakala

ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି, ୫ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ସର୍ବସାଧାରଣ ଦର୍ଶନ…

ପୁରୀ : ଆସନ୍ତାକାଲି ମହାପ୍ରଭୁଙ୍କ ବନକଲାଗି ନୀତି। ବୁଧବାର ଚୈତ୍ର ଶୁକ୍ଳ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି (ଶ୍ରୀମୁଖସିଂହାର) ଅନୁଷ୍ଠିତ ହେବ ବୋଲି ସୂଚନା ରହିଛି । ଏଥିପାଇଁ ଅପରାହ୍ନ ୫ଟାରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ହେବାପରେ ଏହି ଗୁପ୍ତନୀତି ଅନୁଷ୍ଠିତ ହେବ। ଏଣୁ ଆପାତତଃ ଅପରାହ୍ନ ୫ ଘଟିକା ଠାରୁ ରାତ୍ର ୧୦ ଘଟିକା ପର୍ଯ୍ୟନ୍ତ ପ୍ରାୟ ୫ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ପ୍ରଦାନ କରାଯାଇଅଛି।

ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି। ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବ। ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତୁତ କରିଥାନ୍ତି। ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତୁତ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଯେତିକି ସମୟ ଏହି ନୀତି ଚାଲେ ସେହି ସମୟରେ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ ରୁହେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର