ମହାପ୍ରଭୁଙ୍କ ବନକଲାଗି ନୀତି, ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ ବନ୍ଦ ରହିବ ଦର୍ଶନ

ପୁରୀ: ବନକଲାଗି ନୀତି ପାଇଁ ବୁଧବାର ୪ ଘଣ୍ଟା ଅର୍ଥାତ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ  ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଫାଲ୍ଗୁନ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।  ‘ବନକଲାଗି’ ବା ଶ୍ରୀମୁଖ ସିଂହାର ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ […]

ପୁରୀ: ବନକଲାଗି ନୀତି ପାଇଁ ବୁଧବାର ୪ ଘଣ୍ଟା ଅର୍ଥାତ ଅପରାହ୍ନ ୪ଟାରୁ ରାତି ୮ଟା ଯାଏଁ  ମହାପ୍ରଭୁଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ଆଜି ଫାଲ୍ଗୁନ କୃଷ୍ଣ ପଞ୍ଚମୀ ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ।  ‘ବନକଲାଗି’ ବା ଶ୍ରୀମୁଖ ସିଂହାର ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ ସାଧାରଣ ଦର୍ଶନ ବନ୍ଦ ରହିଥାଏ। ଦ୍ୱିତୀୟ ଭୋଗ ମଣ୍ଡପ ପରେ ଦତ୍ତ ମହାପାତ୍ର ସେବାୟତମାନେ ମହାପ୍ରଭୁଙ୍କର ଏହି ଗୁପ୍ତ ନୀତି ଆରମ୍ଭ କରିବେ। ବନକ ଲାଗି ନୀତି ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ନିର୍ଦ୍ଦଣ୍ଟ ଚୂଡାନ୍ତ ହୋଇଛି।

About The Author: The Sakala