ଆଜି ମହାପ୍ରଭୁଙ୍କ ବନକଲାଗି, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି। ଆଜି ଅଣସର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜଙ୍କୁ ପ୍ରସାଦ ଅର୍ପଣ କରିବେ। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, […]

ପୁରୀ: ଆଜି ମହାପ୍ରଭୁଙ୍କ ବନକଲାଗି। ଆଜି ଅଣସର ଚତୁର୍ଦ୍ଦଶୀ ତିଥିରେ ଦତ୍ତମହାପାତ୍ର ସେବାୟତଙ୍କ ଦ୍ୱାରା ଖଡି ପ୍ରସାଦ ବିଜେ ସହ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଘଣ୍ଟ, ଛତା, କାହାଳୀ ମଧ୍ୟରେ ଶ୍ରୀନହରକୁ ଖଡିପ୍ରସାଦ ବିଜେ କରାଯିବ। ମହାପ୍ରଭୁଙ୍କୁ ଲାଗି ହୋଇଥିବା ଖଡିପ୍ରସାଦ ଦଇତାପତି ଓ ଦତ୍ତମହାପାତ୍ର ସେବକମାନେ ରୂପା ଥାଳିରେ ଆଣି ଗଜପତି ମହାରାଜଙ୍କୁ ପ୍ରସାଦ ଅର୍ପଣ କରିବେ। ଏଥିପାଇଁ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ସ୍ୱତନ୍ତ୍ର ନୀତିକାନ୍ତି । କଳା, ଧଳା, ନାଲି, ହରିତାଳ ଆଦି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବକ । ଗତକାଲି ତ୍ରୟୋଦଶୀ ତିଥିରେ ଶ୍ରୀଜିଉଙ୍କ ଘଣା ଲାଗି ନୀତି ଅନୁଷ୍ଠିତ ହୋଇଛି । ଆଜି ଚତୁର୍ଦ୍ଦଶୀ ତିଥିରେ ବନକଲାଗି ଅନୁଷ୍ଠିତ ହେବ । ସେପଟେ ରଥ ଖଳାରେ ଶେଷ ପର୍ଯ୍ୟାୟରେ ନିର୍ମାଣ କାମ । ଚିତ୍ରକର ସେବକ ରଙ୍ଗ କାର୍ଯ୍ୟ ଜାରି ରଖିଥିବା ବେଳେ ଆଜି ରଥରେ ପାର୍ଶ୍ୱଦେବାଦେବୀ ଲଗାଯିବା ସହ ଅନ୍ୟାନ୍ୟ କାର୍ଯ୍ୟ କରାଯିବ ।

ରବିବାର ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଖଳି ଲାଗି ହୋଇଛି। ଶନିବାର ପତିମହାପାତ୍ର ଏବଂ ଦଇତାପତି ସେବାୟତ ମହାପ୍ରଭୁଙ୍କ ସୁସ୍ଥତାର ଖବର ଗଜପତି ମହାରାଜାଙ୍କୁ ପ୍ରଦାନ କରିବା ସହ ଶୃଙ୍ଖଳିତ ରଥଯାତ୍ରା ନେଇ ଆଲୋଚନା କରିଥିଲେ। ତ୍ରୟୋଦଶୀରେ ଘଣାଲାଗି ଲାଗି କରାଯାଇଛି। ପାଟରା ସେବକଙ୍କଠାରୁ ଆସିଥିବା ନାଗନାଗୁଣୀ ଘଣା ଦାରୁବିଗ୍ରଙ୍କ ଶରୀର (ପେଟ)ରେ ଲାଗି କରାଯାଇ ଗଡ଼ାବସ୍ତ୍ର ଦିଆଯାଇ ସିଲ୍‍ କରାଯାଇଥିଲା। ଏହି ନୀତି ବଢ଼ିବା ପରେ ଅଣସର ଶୁଦ୍ଧସୁଆରଙ୍କ ଘରୁ ଘଣ୍ଟ, ଛତା, କାହାଳୀ ସହ ଖଳି ହାଣ୍ଡି ଶ୍ରୀମନ୍ଦିରକୁ ବିଜେ କରାଯାଇଥିଲା। ଶୁଦ୍ଧସୁଆରଙ୍କ ଦ୍ୱାରା ପ୍ରସ୍ତୁତ ଏହି ଦିବ୍ୟ ପ୍ରଲେପକୁ ରୂପା ପିଙ୍ଗଣରେ ରଖି ଦଇତାପତି ସେବକ ଶ୍ରୀଅଙ୍ଗରେ ଲାଗି କରିଥିଲେ। ଏହାପରେ ଶ୍ରୀମୁଖ ଓତା କପଡ଼ା ପକାଯାଇଥିଲା। ଏହି ନୀତି ସମ୍ପନ୍ନ ପରେ ଦତ୍ତମହାପାତ୍ରଙ୍କ ଘରୁ ଖଡ଼ି ପ୍ରସାଦ ଅଣାଯାଇ ଲାଗି କରାଯାଇଥିଲା। ପତି ମହାପାତ୍ର ସଂସ୍କାର କରିବା ପରେ ଦତ୍ତମହାପାତ୍ର ସେବକମାନେ ଖଡ଼ି ଲାଗି କରିଥିଲେ। ଏହାପରେ ଅଣସର ଦ୍ୱାର ବନ୍ଦ କରାଯାଇ ଦଶାବତାର ଠାକୁରଙ୍କ ଆଳତି, ଅବକାଶ ଓ ଭୋଗମଣ୍ଡପ ବଢ଼ିଥିଲା।

About The Author: The Sakala