ଭିଜିଲାନ୍ସ ଜାଲରେ ବନ୍ଧବାହାଲ ସେକ୍ସନ ଫରେଷ୍ଟର, ୫ ହଜାର ଟଙ୍କା ଲାଞ୍ଚ ନେଲାବେଳେ ମାଡିବସିଲା ଭିଜିଲାନ୍ସ ବିଭାଗ

Madhusudan Das Picture
Published On

ଭୁବନେଶ୍ଵର: ଭିଜିଲାନ୍ସ ଜାଲରେ ସରକାରୀ ବନ ଅଧିକାରୀ । ଲାଞ୍ଚ ନେଲାବେଳେ ଭିଜିଲାନ୍ସ ପଞ୍ଝାରେ ପଡିଲେ ବ୍ରଜରାଜନଗର ରେଞ୍ଜ ବନ୍ଧବାହାଲ ସେକ୍ସନର ବନ ଅଧିକାରୀ ଗୌରାଙ୍ଗ ସାହୁ । ଜଣେ ବ୍ୟକ୍ତିଙ୍କଠାରୁ ୫ ହଜାର ଟଙ୍କା ଲାଞ୍ଚ ନେବାବେଳେ ଗୌରାଙ୍ଗ ସାହୁଙ୍କୁ ମାଡିବସିଲା ଭିଜିଲାନ୍ସ ବିଭାଗ । ଏକ ମାମଲା ରୁଜୁ କରି ଗୌରାଙ୍ଗଙ୍କ ଦୁଇଟି ସ୍ଥାନରେ ଚଢାଉ କରିଛି ଭିଜିଲାନ୍ସ ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ସୂଚନାନୁଯାୟୀ, ଜଣେ ବ୍ୟକ୍ତିଙ୍କୁ ତାଙ୍କ ଜମିରୁ ଶୁଖିଲା ନୀଳଗିରି ଗଛ କାଟିବା ଏବଂ ପରିବହନ ପାଇଁ ଅନୁମତି ଦେବା ପାଇଁ ୫ ହଜାର ଟଙ୍କା ଲାଞ୍ଚ ମାଗିଥିଲେ ବନ୍ଧବାହାଲ ସେକ୍ସନର ଫରେଷ୍ଟର ଗୌରାଙ୍ଗ ସାହୁ । ଉକ୍ତ ବ୍ୟକ୍ତି ଜଣଙ୍କ ଭିଜିଲାନ୍ସର ଦ୍ଵାରସ୍ଥ ହୋଇଥିଲେ। ପୂର୍ବ ପ୍ରସ୍ତୁତି ମୁତାବକ ଆଜି ଫରେଷ୍ଟର ଗୌରାଙ୍ଗ ସାହୁ ଜମି ମାଲିକଙ୍କ ଠାରୁ ଲାଞ୍ଚ ନେବା ବେଳେ ଭିଜିଲାନ୍ସର ଏକ ଟିମ୍ ମାଡ଼ି ବସିଥିଲା। ଭିଜିଲାନ୍ସ ଫରେଷ୍ଟରଙ୍କ ଠାରୁ ଲାଞ୍ଚ ଟଙ୍କା ଜବତ କରିବା ସହ ତାଙ୍କୁ ଅଟକ ରଖିଛି। ଏକ ମାମଲା ରୁଜୁ କରି ଦୁଇଟି ସ୍ଥାନରେ ଚଢାଉ କରିଛି।

ଆହୁରି ପଢ଼ନ୍ତୁ: ଯୁବ ବିଜେପି ନେତା ପ୍ରକାଶ ପାଶୱାନଙ୍କ ବେଆଇନ୍ ଅଫିସ ଭାଙ୍ଗିଲା ବନ ବିଭାଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର