ଆଜି ରତ୍ନସିଂହାସନରେ ବାଙ୍କଚୁଡା ବେଶରେ ଦର୍ଶନ ଦେବେ ମହାପ୍ରଭୁ

The Sakala Picture
Published On

ପୁରୀ: ମଙ୍ଗଳବାର ପଞ୍ଚୁକର ଦିତୀୟ ଦିନ । ଏହି ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି। ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର […]

ପୁରୀ: ମଙ୍ଗଳବାର ପଞ୍ଚୁକର ଦିତୀୟ ଦିନ । ଏହି ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।

ଆହୁରି ପଢ଼ନ୍ତୁ: ସ୍କୁଲ ପିଲାଙ୍କୁ ପୋଷାକ ଯୋଗାଇବେ ପୁରୁଣା ଏଜେନ୍ସି, ୨୭ ତାରିଖ ସୁଦ୍ଧା ହେବ ବଣ୍ଟନ

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି ।

ଆହୁରି ପଢ଼ନ୍ତୁ: ସ୍ତ୍ରୀକୁ ହତ୍ୟା କରି ପାଇଖାନା ଟାଙ୍କିରେ ଲୁଚେଇ ରଖିଥିଲା ସ୍ୱାମୀ, ପର୍ଦ୍ଦାଫାସ୍ କଲା ୪ ବର୍ଷର ପୁଅ

ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁରମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ। ତେବେ ସୋମବାର ଶ୍ରୀମନ୍ଦିର ଏସଓପି ଅନୁଯାୟୀ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ତେବେ ଆଜି ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିଛି।

ଆହୁରି ପଢ଼ନ୍ତୁ: ପୁଣି ବିବାଦରେ ନାଣ୍ଡୁ ବାବୁ ! ଆଡଭାନ୍ସ ନେଇ ଯାତ୍ରା କରୁନଥିବା ଅଭିଯୋଗ କଲେ ପୂଜା କମିଟି ସଦସ୍ୟ

16 Nov 2021 By The Sakala

ଆଜି ରତ୍ନସିଂହାସନରେ ବାଙ୍କଚୁଡା ବେଶରେ ଦର୍ଶନ ଦେବେ ମହାପ୍ରଭୁ

ପୁରୀ: ମଙ୍ଗଳବାର ପଞ୍ଚୁକର ଦିତୀୟ ଦିନ । ଏହି ଅବସରରେ ରତ୍ନସିଂହାସନରେ ମହାପ୍ରଭୁଙ୍କର ବାଙ୍କଚୂଡ଼ା ବେଶ ଅନୁଷ୍ଠିତ ହୋଇଥାଏ। କାର୍ତ୍ତିକ ମାସର ପଞ୍ଚୁକ ମଧ୍ୟରେ ପଡୁଥିବା ଶୁକ୍ଳ ଦ୍ୱାଦଶୀ ତିଥିରେ ରତ୍ନ ସିଂହାସନରେ ଅଧିଷ୍ଠିତ ଠାକୁରଙ୍କ ବାଙ୍କଚୂଡ଼ା ବେଶ ବେଶ ଅନୁଷ୍ଠିତ ହୋଇଥାଏ। ଏହି ଦିନ ଅବକାଶ ନୀତି ଶେଷ ହେବାପରେ ପାଳିଆ ମେକାପ, ଖୁଣ୍ଟିଆ, ଚାଙ୍ଗଡା ମେକାପ ଏବଂ କେତେଜଣ ପୁଷ୍ପାଳକ ଶ୍ରୀବିଗ୍ରହଙ୍କୁ ବାଙ୍କଚୂଡ଼ା ବେଶରେ ସଜ୍ଜିତ କରିଥାନ୍ତି।

ଯେତେବେଳେ ଭଗବାନ ଶ୍ରୀକୃଷ୍ଣଙ୍କୁ ଭକ୍ତ ଅକ୍ରୁର ମଥୁରା ନେବା ପାଇଁ ଗୋପ ଆସିଥିଲେ ଏହି ବେଶରେ ପ୍ରଭୁଙ୍କୁ ଦର୍ଶନ କରିଥିଲେ । ସେହି ସ୍ମୃତିକୁ ଉଜ୍ଜୀବିତ କରିବା ପାଇଁ ଶ୍ରୀମନ୍ଦିରରେ ବହୁ ପୁରାତନ କାଳରୁ ବାଙ୍କଚୂଡ଼ା ବେଶ ପାଳିତ ହୋଇଆସୁଛି ।

ଏହି ବେଶର ବିଶେଷତ୍ୱ ଯେ ଜଗନ୍ନାଥ ଓ ବଳଭଦ୍ରଙ୍କ ଶ୍ରୀମସ୍ତକରେ ଚନ୍ଦ୍ରିକା ଚୂଳ ସହିତ ଦକ୍ଷିଣ ଦିଗକୁ ଆଡ ଖୋସା ପଡେ ଏବଂ ଏହି ଖୋସା ର ଅଗ୍ର ଗଣ୍ଠିରେ ଏକ ସୁବର୍ଣ୍ଣ କିଆ ଖଞ୍ଜା ଯାଇଥାଏ। ଏକ ଛୋଟ ସ୍ୱର୍ଣ୍ଣ କୀରିଟ ଠାକୁରମାନଙ୍କ କପାଳର ଶୀର୍ଷ ଭାଗରେ ଶୋଭାପାଇଥାଏ। ଲକ୍ଷ୍ମୀନାରାୟଣ ବେଶରେ ଲାଗୁଥିବା ଅଧିକାଂଶ ଅଳଙ୍କାର ଏଥିରେ ବ୍ୟବହୃତ ହୋଇଥାଏ । ଜଗନ୍ନାଥ ଚକ୍ର ଓ ଶଙ୍ଖ ଏବଂ ବଳଭଦ୍ର ହଳମୂଷଳ ଧାରଣ କରନ୍ତି ଏହି ବେଶରେ ସୁଭଦ୍ରାଙ୍କ ଆଭୂଷଣ ପରିବର୍ତ୍ତନ ହୁଏନାହିଁ । ମାତ୍ର ତାଙ୍କର ମସ୍ତକ ସୂବର୍ଣ୍ଣ କିଆରେ ଶୋଭିତ ହୁଏ। ତେବେ ସୋମବାର ଶ୍ରୀମନ୍ଦିର ଏସଓପି ଅନୁଯାୟୀ ସାଧାରଣ ଦର୍ଶନ ବନ୍ଦ ରହିଥିଲା । ତେବେ ଆଜି ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲା ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର