ଭିଜିଲାନ୍ସ ଜାଲରେ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଏବଂ ହାଟଡିହି ବ୍ଲକ ବଞ୍ଚୋ ଗ୍ରାମପଞ୍ଚାୟତ ପିଇଓ

Madhusudan Das Picture
Published On

କଟକ/କେନ୍ଦୁଝର: ଭିଜିଲାନ୍ସ ଜାଲରେ ଦୁଇ ସରକାରୀ ବାବୁ । ଆୟବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟକ ବାରଙ୍ଗ ତହସିଲର ଅତିରିକ୍ତ ତହସିଲଦାର ଜିତେନ୍ଦ୍ର କୁମାର ପଣ୍ଡା ଏବଂ କେନ୍ଦୁଝର ଜିଲ୍ଲାର ଆନନ୍ଦପୁର ହାଟଡ଼ିହି ବ୍ଲକ୍ PEO ଜିତେନ୍ଦ୍ର ଜେନାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଅତିରିକ୍ତ ତହସିଲଦାର ଜିତେନ୍ଦ୍ର ପଣ୍ଡାଙ୍କ ଏକକାଳୀନ ୪ଟି ସ୍ଥାନରେ ଭିଜିଲାନ୍ସ ଟିମ ଚଢ଼ାଉ କରି ଯାଞ୍ଚ ଚଲାଇଛନ୍ତି । ଏଥିରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ଜଣେ ଏଏସଆଇ ଓ ସହାୟକ କର୍ମଚାରୀ ସାମିଲ ହୋଇଛନ୍ତି । ବିଭିନ୍ନ ସ୍ଥାନରେ ଠାବ ହୋଇଛି ବାବୁଙ୍କର ବହୁତଳ ଅଟ୍ଟାଳିକା । ଭୁବନେଶ୍ବର ବଡ଼ଗଡ ଓ ବ୍ରିଟ କଲୋନୀରେ ଦୁଇଟି ତିନି ମହଲା ଓ ଖୋର୍ଦ୍ଧା ସନପଲାରେ ଦୁଇଟି ଦୁଇମହଲା କୋଠା ରହିଛି । ଏସବୁ ସ୍ଥାନ ସମେତ ବାରଙ୍ଗସ୍ଥିତ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରୁଛି ଭିଜିଲାନ୍ସ । 

ଆହୁରି ପଢ଼ନ୍ତୁ: କୋଟିଆ ବିବାଦ ନେଇ ରାଜ୍ୟ ସରକାରଙ୍କୁ ସମାଲୋଚନା କଲେ ଭକ୍ତ ଦାସ, ଆଲୋଚନା ମାଧ୍ୟମରେ ସମାଧାନ ପାଇଁ ଦାବି

ସେହିପରି ଆୟବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ହାଟଡିହି ବ୍ଲକ ବଞ୍ଚୋ ଗ୍ରାମପଞ୍ଚାୟତ ପିଇଓ ଜିତେନ୍ଦ୍ର କୁମାର ଜେନାଙ୍କ ବିଭିନ୍ନ ଠିକଣାରେ ବି ଚାଲିଛି ଭିଜିଲାନ୍ସ ଚଢ଼ାଉ । ତାଙ୍କ ବାସଭବନ ସମେତ ୬ଟି ସ୍ଥାନରେ ଚଢାଉ କରାଯାଇଛି । କେନ୍ଦୁଝର ଓ ବାଲେଶ୍ୱରର ଭିଜିଲାନ୍ସ ଟିମ ମିଳିତଭାବେ ଚଢାଉ କରିଛନ୍ତି । ବସନ୍ତିଆସ୍ଥିତ ଘର ଓ ବ୍ୟବସାୟ ପ୍ରତିଷ୍ଠାନରେ ଚଢ଼ାଉ ଚାଲିଛି । ୪ ଜଣ ଡିଏସପି ଓ ୮ ଜଣ ଇନସପେକ୍ଟରଙ୍କୁ ନେଇ ରେଡ କରାଯାଉଛି । ଚଣ୍ଡିବିରଞ୍ଚିପୁରରେ ୩ ତାଲା ଘର, ବସନ୍ତିଆଠାରେ ଥିବା ମାର୍କେଟ କମ୍ପ୍ଲେକ୍ସ, ଗୋଦାମ ଗୃହ, ବିଦ୍ୟାଧରପୁରରେ ଥିବା ଇଲେକ୍ଟ୍ରୋନିକ ଦୋକାନ, ପଢିଆରିପଲ୍ଲୀରେ ସମ୍ପର୍କୀୟଙ୍କ ଘର ଓ ପଞ୍ଚାୟତ କାର୍ଯ୍ୟାଳୟରେ ଏକାବେଳକେ ରେଡ ଚାଲିଛି ।

ଆହୁରି ପଢ଼ନ୍ତୁ: ଆଜି କୋଟିଆ ଗସ୍ତରେ ଯିବ ବିଜେଡିର ପ୍ରତିନିଧି ଦଳ, ଆନ୍ଧ୍ର ସରକାରଙ୍କ ନିର୍ବାଚନ ସମ୍ପର୍କିତ କାର୍ଯ୍ୟକଳାପକୁ କରିବ ବିରୋଧ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର