ଭିଜିଲାନ୍ସ ଜାଲରେ ପଞ୍ଚାୟତ ନିର୍ବାହୀ ଅଧିକାରୀ, ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ୬ଟି ସ୍ଥାନରେ ଚଢ଼ାଉ

Madhusudan Das Picture
Published On

ବରଗଡ଼: ଭିଜିଲାନ୍ସ ଜାଲରେ ବରଗଡ଼ ଗାଏସିଲଟ କଟାଭାଲ ପଞ୍ଚାୟତ ନିର୍ବାହୀ ଅଧିକାରୀ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ କଟାଭାଲ PEO କାର୍ତ୍ତିକେଶ୍ବର ବେହେରାଙ୍କ ଘରେ ଭିଜିଲାନ୍ସ ରେଡ୍ । ଏକକାଳୀନ ୬ଟି ସ୍ଥାନରେ ଚଢ଼ାଉ କରୁଛି ଭିଜିଲାନ୍ସ ବିଭାଗ । ସେ ଫିରିଙ୍ଗିମାଲ୍ ଏବଂ ଗୌରେନମୁଣ୍ଡା ଗ୍ରାମପଞ୍ଚାୟତର ଅତିରିକ୍ତ ଦାୟିତ୍ୱରେ ମଧ୍ୟ ଥିଲେ। ବ୍ଲକରେ ବିଭିନ୍ନ ସରକାରୀ ଯୋଜନାରେ ଅନିୟମିତତା ଓ ଲାଞ୍ଚ ନେବାଭଳି ପୂର୍ବରୁ ତାଙ୍କ ନାଁରେ ଅଭିଯୋଗ ହୋଇଥିଲା। ଚଢ଼ାଉ ସମୟରେ ଏପର୍ଯ୍ୟନ୍ତ ନଗଦ ପ୍ରାୟ ୨ ଲକ୍ଷ ଟଙ୍କା ଜବତ ହୋଇଥିବା ଜଣାପଡ଼ିଛି । ଏହାସହ ଲକ୍ଷାଧିକ ଟଙ୍କା ମୂଲ୍ୟର ସୁନାଗହଣା, ବିଭିନ୍ନ ବ୍ୟାଙ୍କର ଏଟିଏମ୍ କାର୍ଡ, ଚେକ୍ ବୁକ୍ ଏବଂ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଭିଜିଲାନ୍ସ ଟିମ୍ ଜବତ କରିଛି । 

ଆହୁରି ପଢ଼ନ୍ତୁ: ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

ଭିଜିଲାନ୍ସ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ବରଗଡ଼ର ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତିଙ୍କ ଦ୍ୱାରା ଜାରି କରାଯାଇଥିବା ସର୍ଚ୍ଚ ୱାରେଣ୍ଟ ବଳରେ ଏହି ଚଢ଼ାଉ କରାଯାଉଛି। ଏହି ଟିମ୍‌ରେ ୫ ଜଣ ଡେପୁଟି ସୁପରିଣ୍ଟେଣ୍ଡେଣ୍ଟ ଅଫ୍ ପୋଲିସ (ଡିଏସପି), ୮ ଜଣ ଇନ୍ସପେକ୍ଟର, ୨ ଜଣ ଆସିଷ୍ଟାଣ୍ଟ ସବ୍-ଇନ୍ସପେକ୍ଟର (ଏଏସଆଇ) ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀ ସାମିଲ ଅଛନ୍ତି।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସେପ୍ଟେମ୍ବର ୨୨କୁ ଶୁଣାଣି ଘୁଞ୍ଚାଇଲେ ସୁପ୍ରିମକୋର୍ଟ

ସମ୍ପ୍ରତି ଖବର ଲେଖାହେବା ସୁଦ୍ଧା ଭିଜିଲାନ୍ସ ବିଭାଗ ପକ୍ଷରୁ ତଲାସୀ ଅଭିଯାନ ଜାରି ରହିଛି। ଚଢ଼ାଉ ସମ୍ପୂର୍ଣ୍ଣ ହେବା ପରେ ଜବତ ହୋଇଥିବା ସମ୍ପତ୍ତିର ପ୍ରକୃତ ଆକଳନ ସମ୍ପର୍କରେ ବିସ୍ତୃତ ସୂଚନା ମିଳିପାରିବ ବୋଲି ଆଶା କରାଯାଉଛି।

ଆହୁରି ପଢ଼ନ୍ତୁ: ରେଳ ଧାରଣା ପାରି ହେଉଥିବାବେଳେ ଟ୍ରେନରେ ପିଟି ହୋଇ ଦୁଇ ମହିଳା ମୃତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର