ପଦମପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

The Sakala Picture
Published On

ପଦମପୁର: ପଦମପୁରରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ। ଝାରବନ୍ଧ, ପାଇକମାଳ ଓ ପଦମପୁରରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ। ବରଗଡ଼ ସୀତାଭାଟି ଏୟାରଷ୍ଟ୍ରିପରେ ବିମାନରେ ଯାଇ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟରରେ ଝାରବନ୍ଧ ଯାତ୍ରା କରିବେ। ହେଲିକପ୍ଟରରେ ଯାଉଥିଲେ ବି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ […]

ପଦମପୁର: ପଦମପୁରରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ। ଝାରବନ୍ଧ, ପାଇକମାଳ ଓ ପଦମପୁରରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ। ବରଗଡ଼ ସୀତାଭାଟି ଏୟାରଷ୍ଟ୍ରିପରେ ବିମାନରେ ଯାଇ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

ସେଠାରୁ ସ୍ବତନ୍ତ୍ର ହେଲିକପ୍ଟରରେ ଝାରବନ୍ଧ ଯାତ୍ରା କରିବେ। ହେଲିକପ୍ଟରରେ ଯାଉଥିଲେ ବି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ରାସ୍ତାରେ ଲାଗିଛି ପଦମପୁରବାସୀଙ୍କ ଲମ୍ବା ଲାଇନ୍। ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ପଦମପୁର ଆସିଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। ସବୁଠି ନବୀନଙ୍କ ଜୟ ଜୟ ଧ୍ବନୀ ଶୁଣିବାକୁ ମିଳୁଛି। ଦିନ ୧୧ଟାରେ ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ସାଢେ ୧୧ଟାରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ ।

ଆହୁରି ପଢ଼ନ୍ତୁ: ଚମକିବ କାଳିଆର ଶ୍ରୀମୁଖ: ଆଜି ଶ୍ରୀମନ୍ଦିରରେ ବନକଲାଗି ନୀତି, ଜାଣନ୍ତୁ କେତେବେଳେ ବନ୍ଦ ରହିବ ଦର୍ଶନ

ସାଢେ ୧୨ ଟାରେ ପାଇକମାଳ ଓ ଅପରାହ୍ନ ୩ ଟା ୫୫ରେ ପଦମପୁର କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ। ସେଠାରେ ସମାବେଶରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ। ଝାରବନ୍ଧ ବ୍ଲକର ଶକ୍ତି ଛକ ପଡିଆ, ପାଇକମାଳ ହାଇସ୍କୁଲ ପଡିଆ ଓ ପଦମପୁର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପଦମପୁର ବାସୀଙ୍କୁ ଧନ୍ୟବାଦ ଦେବେ। ପଦମପୁର ବାସୀ ପୁଣି ଥରେ ନବୀନଙ୍କ ବିକାଶରଧାରା ସାମିଲ ହୋଇ ବର୍ଷା ସିଂ ବରିହାଙ୍କୁ ବିଜୟୀ କରିଥିବାରୁ ଧନ୍ୟବାଦ ଜଣାଇବେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ଉପନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ପଦମପୁର ଅଞ୍ଚଳ ଗସ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଜି ଦେଇଥିବା କଥା ରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ। ଶାନ୍ତି ଶୃଙ୍ଖଳାର ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ସୁରକ୍ଷା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ, ୫ ଜଣ ଆଡିସନାଲ ଏସପି, ୧୬ ଜଣ ଡିଏସପି ମୁତୟନ ହୋଇଛନ୍ତି।

19 Feb 2023 By The Sakala

ପଦମପୁରରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପଦମପୁର: ପଦମପୁରରେ ପହଞ୍ଚି ସାରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଉପ ନିର୍ବାଚନରେ ବିଜେଡି ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ଜିତାଇ ଥିବାରୁ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ। ଝାରବନ୍ଧ, ପାଇକମାଳ ଓ ପଦମପୁରରେ ବିଭିନ୍ନ ପ୍ରକଳ୍ପର ଭିତିପ୍ରସ୍ତର ସ୍ଥାପନ କରିବେ। ଏଥିସହ ମିଶନ ଶକ୍ତି ଏସଏଚଜି ଗ୍ରୁପଙ୍କୁ ଆର୍ଥିକ ସହାୟତା ପ୍ରଦାନ କରିବେ। ବରଗଡ଼ ସୀତାଭାଟି ଏୟାରଷ୍ଟ୍ରିପରେ ବିମାନରେ ଯାଇ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ।

ସେଠାରୁ ସ୍ବତନ୍ତ୍ର ହେଲିକପ୍ଟରରେ ଝାରବନ୍ଧ ଯାତ୍ରା କରିବେ। ହେଲିକପ୍ଟରରେ ଯାଉଥିଲେ ବି ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ସ୍ବାଗତ କରିବାକୁ ରାସ୍ତାରେ ଲାଗିଛି ପଦମପୁରବାସୀଙ୍କ ଲମ୍ବା ଲାଇନ୍। ଉପନିର୍ବାଚନ ସମୟରେ ମୁଖ୍ୟମନ୍ତ୍ରୀ ଦେଇଥିବା ପ୍ରତିଶ୍ରୁତି ରକ୍ଷା କରି ପଦମପୁର ଆସିଥିବାରୁ ଲୋକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି। ସବୁଠି ନବୀନଙ୍କ ଜୟ ଜୟ ଧ୍ବନୀ ଶୁଣିବାକୁ ମିଳୁଛି। ଦିନ ୧୧ଟାରେ ବରଗଡ଼ରେ ମୁଖ୍ୟମନ୍ତ୍ରୀ ପହଞ୍ଚିବା ପରେ ସାଢେ ୧୧ଟାରେ ଝାରବନ୍ଧ କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ ।

ସାଢେ ୧୨ ଟାରେ ପାଇକମାଳ ଓ ଅପରାହ୍ନ ୩ ଟା ୫୫ରେ ପଦମପୁର କାର୍ଯ୍ୟକ୍ରମ ସ୍ଥଳରେ ପହଞ୍ଚିବେ। ସେଠାରେ ସମାବେଶରେ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେଇ ପଦମପୁରବାସୀଙ୍କୁ ଜଣାଇବେ ଧନ୍ୟବାଦ। ଝାରବନ୍ଧ ବ୍ଲକର ଶକ୍ତି ଛକ ପଡିଆ, ପାଇକମାଳ ହାଇସ୍କୁଲ ପଡିଆ ଓ ପଦମପୁର ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ ପଦମପୁର ବାସୀଙ୍କୁ ଧନ୍ୟବାଦ ଦେବେ। ପଦମପୁର ବାସୀ ପୁଣି ଥରେ ନବୀନଙ୍କ ବିକାଶରଧାରା ସାମିଲ ହୋଇ ବର୍ଷା ସିଂ ବରିହାଙ୍କୁ ବିଜୟୀ କରିଥିବାରୁ ଧନ୍ୟବାଦ ଜଣାଇବେ ମୁଖ୍ୟମନ୍ତ୍ରୀ।

ଉପନିର୍ବାଚନ ଫଳାଫଳ ପରେ ମୁଖ୍ୟମନ୍ତ୍ରୀ ପଦମପୁର ଅଞ୍ଚଳ ଗସ୍ତ କରିବେ ବୋଲି ପ୍ରତିଶ୍ରୁତି ଦେଇଥିଲେ। ଆଜି ଦେଇଥିବା କଥା ରଖିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାକୟ। ଶାନ୍ତି ଶୃଙ୍ଖଳାର ସହ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ କାର୍ଯ୍ୟକ୍ରମ ଶେଷ କରିବାକୁ ପ୍ରଶାସନ ପ୍ରସ୍ତୁତି କରିଛି । ସୁରକ୍ଷା ପାଇଁ ୨୫ ପ୍ଲାଟୁନ ପୋଲିସ ଫୋର୍ସ, ୫ ଜଣ ଆଡିସନାଲ ଏସପି, ୧୬ ଜଣ ଡିଏସପି ମୁତୟନ ହୋଇଛନ୍ତି।

https://www.thesakala.in/latest-odisha-news/bargarh/chief-minister-naveen-patnaik-reached-padampur/article-19082
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର