ନାବାଳିକା ଆତ୍ମାହୁତି ଉଦ୍ୟମ ଘଟଣା : ବୁର୍ଲା ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ

The Sakala Picture
Published On

ବରଗଡ଼: ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ ହୋଇଛି। ବରଗଡ଼ ଫିରିଙ୍ଗିମାଳ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ନାବାଳିକର ମୃତ୍ୟୁ ହୋଇଛି। ଡାକ୍ତର ମୃତ ଘୋଷଣା କରିଥିବା ନେଇ ସୂଚନା ଦେଇଛନ୍ତି ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜି। ଆଜି ସକାଳୁ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । […]

ବରଗଡ଼: ବୁର୍ଲା ମେଡିକାଲ୍‌ରେ ଚିକିତ୍ସାଧୀନ ବରଗଡ଼ର ଅର୍ଦ୍ଧଦଗ୍ଧ ନାବାଳିକାଙ୍କ ମୃତ୍ୟୁ ହୋଇଛି। ବରଗଡ଼ ଫିରିଙ୍ଗିମାଳ ଗାଁରୁ ଅର୍ଦ୍ଧଦଗ୍ଧ ଅବସ୍ଥାରେ ଉଦ୍ଧାର ହୋଇଥିବା ନାବାଳିକାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ୍‌ରେ ଭର୍ତ୍ତି କରଯାଇଥିଲା। ହେଲେ ଚିକିତ୍ସାଧିନ ଅବସ୍ଥାରେ ନାବାଳିକର ମୃତ୍ୟୁ ହୋଇଛି। ଡାକ୍ତର ମୃତ ଘୋଷଣା କରିଥିବା ନେଇ ସୂଚନା ଦେଇଛନ୍ତି ବରଗଡ଼ ଦାୟିତ୍ବରେ ଥିବା ବଲାଙ୍ଗିର ଏସ୍‌ପି ଅଭିଳାଷ.ଜି।

ଆହୁରି ପଢ଼ନ୍ତୁ: ଅଜଣା ଦୁର୍ବୃତ୍ତଙ୍କ ଗୁଳିମାଡ଼ରେ ବରଗଡ଼ର ପଞ୍ଚାୟତ ସମିତି ସଭ୍ୟଙ୍କ ମୃତ୍ୟୁ !

ଆଜି ସକାଳୁ ଗାଇସିଲଟ ଥାନା ଫିରିଙ୍ଗିମାଳ ଗାଁରେ ୧୩ ବର୍ଷର ନାବାଳିକାଙ୍କୁ କିଏ ପୋଡ଼ି ଦେଇଥିବା ଅଭିଯୋଗ ହୋଇଥିଲା । ନିଜ ଘର ପଛପଟ ପଡ଼ିଆରେ ନାବାଳିକା ଜଣଙ୍କ ଜଳୁଥିବାର ଦେଖିବାକୁ ପାଇଥିଲେ ପାଖ ପଡୋଶୀ । ନିଆଁ ଲିଭାଇବା ସହ ନାବାଳିକା କେମିତି ପୋଡ଼ି ହେଲେ ବୋଲି ପଚାରିଥିଲେ । ଆଉ ଜଳି ଯାଇଥିବା ନାବାଳିକା କହିଥିଲେ ତାଙ୍କ ସହ କଣ ହୋଇଛି । କେହି ଜଣେ ଝିଅ ତାଙ୍କୁ ହତ୍ୟା କରିବାକୁ ଚାହୁଥିବା ନିଜ ବୟାନରେ କହିଛନ୍ତି ନାବାଳିକା ଜଣଙ୍କ । ଅଷ୍ଟମ ଶ୍ରେଣୀରେ ପଢୁଥିବା ୧୩ ବର୍ଷୀୟା ନାବାଳିକା ପୋଡ଼ିକୁ ନେଇ ଏବେ ସାରା ରାଜ୍ୟରେ ଚାଞ୍ଚଲ୍ୟ ଖେଳି ଯାଇଛି । ନାବାଳିକା ଝିଅକୁ କିଏ ଜାଳିଦେଲା ନା ସେ ନିଜେ ପୋଡ଼ି ହୋଇଛନ୍ତି, ତାହା ବର୍ତ୍ତମାନ ସୁଦ୍ଧା ସ୍ପଷ୍ଟ ହୋଇ ପାରି ନାହିଁ ।

ସେପଟେ ବରଗଡ଼ ଗାଇସିଲଟ ନାବାଳିକା ପୋଡ଼ି ଘଟଣାର ତଦନ୍ତ ପାଇଁ ଗଠନ ହୋଇଛି ଟିମ । ବରଗଡ ଦାୟିତ୍ୱରେ ଥିବା ବଲାଙ୍ଗୀର ଏସପି ଅଭିଳାଷ ଜି. ଙ୍କ ସୂଚନା ଅନୁସାରେ ତିନି ଜଣ ଆଇଆଇସିଙ୍କୁ ନେଇ ଟିମ ଗଠନ ହୋଇଛି । ଫିରିଙ୍ଗିମାଳ ଗାଁକୁ ଯାଇ ତଦନ୍ତ କରିବ ପୁଲିସ ଟିମ୍ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର