ଜାନୁଆରୀ ୧୫ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

The Sakala Picture
Published On

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୫ ତାରିଖରୁ  ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଧନୁଯାତ୍ରା କମିଟି, ଜ଼ିଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ୟ କରାଯାଇଛି । ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି […]

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୫ ତାରିଖରୁ  ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଧନୁଯାତ୍ରା କମିଟି, ଜ଼ିଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ୟ କରାଯାଇଛି ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ସ୍ତ୍ରୀକୁ ହତ୍ୟା ଅଭିଯୋଗରେ ସ୍ୱାମୀ ଗିରଫ: ହୋଲି ପୂର୍ବରୁ ଅଘଟଣ

ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

୧୯୪୭ ମସିହାରୁ ବରଗଡ଼ ସହରରେ ଧନୁଯାତ୍ରା ପାଳିତ ହୋଇ ଆସୁଛି । ୧୯୪୭ ମସିହାରେ ଇଂରେଜମାନଙ୍କୁ ହଟାଇ ଭାରତୀୟମାନେ ସ୍ୱାଧୀନତା ହାସଲ କରିଥିଲେ । ବରଗଡ଼ ସହରର କିଛି ହେମାଲି (କୁଲି କାମ କରୁଥିବା ଲୋକେ) ଏହି ବିଜୟ ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଧନୁଯାତ୍ରାର ଆରମ୍ଭ କରିଥିଲେ । ଅନ୍ୟମତେ କେତେକ ଉତ୍ସାହୀ ଯୁବକ ସମ୍ବଲପୁରରୁ ଶୀତଳଷଷ୍ଠୀ ଯାତ୍ରା ଦେଖି ଆସିବା ପରେ ବରଗଡ଼ ନାଏକପଡ଼ା ରାମଜୀ ମନ୍ଦିର ପ୍ରଙ୍ଗଣରେ ଏକ ବୈଠକ କରି ଧନୁଯାତ୍ରାର ରୂପରେଖ ପ୍ରସ୍ତୁତ କରିଥିଲେ ।

ଆହୁରି ପଢ଼ନ୍ତୁ: ଘରେ ଶୋଇଥିବା ବେଳେ ହଠାତ୍ ଲାଗିଗଲା ନିଆଁ, ଜୀବନ୍ତ ଦଗ୍ଧ ହୋଇଗଲେ ଯୁବକ

22 Nov 2023 By The Sakala

ଜାନୁଆରୀ ୧୫ରୁ ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା

ଭୁବନେଶ୍ବର: ଆସନ୍ତା ଜାନୁଆରୀ ୧୫ ତାରିଖରୁ  ଆରମ୍ଭ ହେବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା। ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକେ ଏହି ନିଷ୍ପତ୍ତି ନିଆଯାଇଛି। ୧୧ଦିନ ଧରି ଚାଲିବ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା । ଧନୁଯାତ୍ରା କମିଟି, ଜ଼ିଲ୍ଲା ପ୍ରଶାସନ ତଥା ବରଗଡ଼ର ବହୁ ମାନ୍ୟଗଣ୍ୟ ବ୍ୟକ୍ତିଙ୍କ ସର୍ବସମ୍ମତି କ୍ରମେ ଏହି ତାରିଖ ଧାର୍ଯ୍ୟ କରାଯାଇଛି ।

ଧନୁଯାତ୍ରା ଓଡ଼ିଶାର ବରଗଡ଼ରେ ଏକ ବାର୍ଷିକ ନାଟକ-ଭିତ୍ତିକ ଖୋଲା ରଙ୍ଗମଞ୍ଚ ଯାତ୍ରା । ବରଗଡ଼ ପୌରାଞ୍ଚଳର ୭କିମି ପରିଧି ମଧ୍ୟରେ ଆୟୋଜିତ ଏହି ଯାତ୍ରା ପୃଥିବୀର ବିଶାଳତମ ଖୋଲା ରଙ୍ଗମଞ୍ଚ ଭାବେ ଜଣା । ପୌରାଣିକ କଥାବସ୍ତୁ ହରିବଂଶର ମଥୁରା ବିଜୟକୁ ନାଟ୍ୟ ରୁପାନ୍ତର ଆକାରରେ ମଞ୍ଚସ୍ଥ କରାଯାଇଥାଏ ଧନୁଯାତ୍ରାରେ । ଧନୁଯାତ୍ରା ମାତୁଳ କଂସର ଧନୁଯାତ୍ରାରେ ଭାଗନେବାପାଇଁ ଭଗବାନ କୃଷ୍ଣଙ୍କର ମଥୁରାଯାତ୍ରାର ସ୍ମୃତି ବହନ କରେ । ଯାତ୍ରା ସମୟରେ ବରଗଡ଼ ସହର କଂସଙ୍କ ମଥୁରା ପାଲଟୁଥିବାବେଳେ ପୌରାଞ୍ଚଳର ୧୭ନଂ ୱାର୍ଡ଼ ଅମ୍ବାପାଲି ପାଲଟି ଥାଏ ଗୋପପୁର, ବରଗଡ଼ ସହରବାସୀ ଓ ଦର୍ଶକ ପାଲଟିଥାନ୍ତି ପ୍ରଜା । ମହାରାଜା କଂସଙ୍କ ଆଦେଶ ଅବମାନନା କଲେ ଯେତେବଡ଼ ପଦପଦବୀରେ ଥିଲେ ସୁଦ୍ଧା ଦଣ୍ଡଭୋଗିବାକୁ ହୋଇଥାଏ । ଏହି ମଞ୍ଚରେ କଂସ ଦୋଷ ନିମନ୍ତେ ଲୋକଙ୍କୁ ଦଣ୍ଡବିଧାନ ମଧ୍ୟ କରିଥାନ୍ତି ।

୧୯୪୭ ମସିହାରୁ ବରଗଡ଼ ସହରରେ ଧନୁଯାତ୍ରା ପାଳିତ ହୋଇ ଆସୁଛି । ୧୯୪୭ ମସିହାରେ ଇଂରେଜମାନଙ୍କୁ ହଟାଇ ଭାରତୀୟମାନେ ସ୍ୱାଧୀନତା ହାସଲ କରିଥିଲେ । ବରଗଡ଼ ସହରର କିଛି ହେମାଲି (କୁଲି କାମ କରୁଥିବା ଲୋକେ) ଏହି ବିଜୟ ଉତ୍ସବକୁ ନିଆରା ଢଙ୍ଗରେ ପାଳନ କରିବା ପାଇଁ ଧନୁଯାତ୍ରାର ଆରମ୍ଭ କରିଥିଲେ । ଅନ୍ୟମତେ କେତେକ ଉତ୍ସାହୀ ଯୁବକ ସମ୍ବଲପୁରରୁ ଶୀତଳଷଷ୍ଠୀ ଯାତ୍ରା ଦେଖି ଆସିବା ପରେ ବରଗଡ଼ ନାଏକପଡ଼ା ରାମଜୀ ମନ୍ଦିର ପ୍ରଙ୍ଗଣରେ ଏକ ବୈଠକ କରି ଧନୁଯାତ୍ରାର ରୂପରେଖ ପ୍ରସ୍ତୁତ କରିଥିଲେ ।

https://www.thesakala.in/latest-odisha-news/bargarh/world-famous-bargarh-dhanu-ytra-from-january-15/article-27554
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର