ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

The Sakala Picture
Published On

ଭୁବନେଶ୍ୱର : ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ […]

ଭୁବନେଶ୍ୱର : ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ଓ ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା ସରବାହାଲ ସ୍ଥିତ ସପିଂ ମଲ୍ ବିଲ୍ଡିଂରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ଲକ୍ଷାଧିକ ଟଙ୍କାର ସମ୍ପତ୍ତି

ଦଳରେ ସାମିଲ୍‌ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କୁ ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ବିଜେପି ସାରା ଓଡ଼ିଶାରେ ପ୍ରଲୋଭନ ଦେଖାଇ ଓ କ୍ଷମତାର ଦୂରୁପଯୋଗ କରି ବିଜେଡିର ନିର୍ବାଚିତ ପ୍ରତିନିଧିମାନଙ୍କୁ ନେବାକୁ ଚେଷ୍ଟା କରୁଛି। ଆଜି ଅଶୋକ ଗେଡିଙ୍କ ଯୋଗଦାନ ଫଳରେ ବିଶେଷକରି ବରୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ କହିଥିଲେ।

ଆହୁରି ପଢ଼ନ୍ତୁ: ମୋବାଇଲ୍ ନିଶା ନେଲା ଜୀବନ: ମା'ଙ୍କ ଗାଳି ପରେ ପୁଅର ଆତ୍ମହତ୍ୟା, ଦୁଃଖରେ ବିଷ ପିଇଲେ ମା'

 Bari Block Chairman Ashok Kumar Gedi Returns To BJD

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ବରୀ ବ୍ଲକର ବିକାଶ ପାଇଁ ବିଜେପି ଯାଇଥିଲି। ଗତ ୧୧ ଦିନ ଭିତରେ ବିକାଶର କୌଣସି ବାସ୍ତବତା ଅନୁଭବ କରିପାରିଲି ନାହିଁ। ବିଜେପିରେ ଖାଲି ଭାଷଣବାଜି ଓ ମିଛ ପ୍ରତିଶ୍ରୁତି ଛଡ଼ା ଆଉ କିଛି ପାଇଲିନି। ତେଣୁ ମୁଁ ପୁଣିଥରେ ବିଜେଡିକୁ ଫେରିଆସିଲି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଗ୍ରହଣ କରିଥିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଜେପି କ୍ଷମତାର ଦୂରୁପଯୋଗ କରି ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରୁଛି। ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡିଙ୍କୁ ବିଭିନ୍ନ ପ୍ରକାର ଚାପ ପ୍ରୟୋଗ କରି ପ୍ରଲୋଭନ ଦେଖାଇ ଓ ବିଭିନ୍ନ ପ୍ରକାର ଧମକ ଦେଇ ଦଳରେ ମିଶାଇ ବାହାବା ନେବାକୁ ଚେଷ୍ଟା କରିଥିଲା ବିଜେପି। ସେ କଥା ଆଜି ଫସର ଫାଟିଯାଇଛି। ବରୀ ବ୍ଲକ ବିକାଶ କଥା ଚିନ୍ତା ନ କରି ବିଜେପି କର୍ମୀ କିଭଳି ଫାଇଦା ପାଇବେ ସେନେଇ ଯୋଜନା କରିଥିଲା ବିଜେପି। ଅଶୋକ କୁମାର ଗେଡି ଏହା ଜାଣିପାରିବା ପରେ ପୁଣି ବିଜେଡି ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ଭରସା କରି ଦଳକୁ ଫେରିଆସିଛନ୍ତି।

27 Aug 2024 By The Sakala

ବିଜେପି ଛାଡ଼ି ବିଜେଡ଼ିରେ ମିଶିଲେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡି

ଭୁବନେଶ୍ୱର : ଯାଜପୁର ଜିଲ୍ଲା ଅନ୍ତର୍ଗତ ବରୀ ନିର୍ବାଚନ ମଣ୍ଡଳୀର ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ନେତୃତ୍ୱରେ ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କ ସହ ଅନେକ ସରପଞ୍ଚ ଓ ସମିତିସଭ୍ୟ ଆଜି ଶଙ୍ଖଭବନ ଠାରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ଉପ ମୁଖ୍ୟ ସଚେତକ ପ୍ରତାପ ଦେବ, ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ, ପୂର୍ବତନ ମନ୍ତ୍ରୀ ତଥା ରାଜ୍ୟ ବରିଷ୍ଠ ଗଣମାଧ୍ୟମ ସଂଯୋଜକ ପ୍ରତାପ ଜେନା ଓ ବରୀ ବିଧାୟକ ବିଶ୍ୱରଞ୍ଜନ ମଲ୍ଲିକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍‌ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ କୁମାର ଗେଡିଙ୍କୁ ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଏହି ମିଶ୍ରଣ ପର୍ବରେ ବିଜୁ ଜନତା ଦଳର ବରିଷ୍ଠ ନେତା ପ୍ରଣବ ପ୍ରକାଶ ଦାସ କହିଛନ୍ତି ଯେ, ବିଜେପି ସାରା ଓଡ଼ିଶାରେ ପ୍ରଲୋଭନ ଦେଖାଇ ଓ କ୍ଷମତାର ଦୂରୁପଯୋଗ କରି ବିଜେଡିର ନିର୍ବାଚିତ ପ୍ରତିନିଧିମାନଙ୍କୁ ନେବାକୁ ଚେଷ୍ଟା କରୁଛି। ଆଜି ଅଶୋକ ଗେଡିଙ୍କ ଯୋଗଦାନ ଫଳରେ ବିଶେଷକରି ବରୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀମତୀ ମଲ୍ଲିକ, ଶ୍ରୀ ଦେବ, ଶ୍ରୀ ଜେନା ଓ ଶ୍ରୀ ମଲ୍ଲିକ କହିଥିଲେ।

 Bari Block Chairman Ashok Kumar Gedi Returns To BJD

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡି ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ବରୀ ବ୍ଲକର ବିକାଶ ପାଇଁ ବିଜେପି ଯାଇଥିଲି। ଗତ ୧୧ ଦିନ ଭିତରେ ବିକାଶର କୌଣସି ବାସ୍ତବତା ଅନୁଭବ କରିପାରିଲି ନାହିଁ। ବିଜେପିରେ ଖାଲି ଭାଷଣବାଜି ଓ ମିଛ ପ୍ରତିଶ୍ରୁତି ଛଡ଼ା ଆଉ କିଛି ପାଇଲିନି। ତେଣୁ ମୁଁ ପୁଣିଥରେ ବିଜେଡିକୁ ଫେରିଆସିଲି। ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ଦଳରେ ମୋତେ ଓ ମୋ ସହ ଯୋଗ ଦେଇଥିବା ସମସ୍ତ ସରପଞ୍ଚ ଓ ସମିତିସଭ୍ୟଙ୍କୁ ଗ୍ରହଣ କରିଥିବାରୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜ୍ଞାପନ କରୁଛି।

ଏହି ମିଶ୍ରଣ ପର୍ବରେ ପୂର୍ବତନ ମନ୍ତ୍ରୀ ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ କହିଛନ୍ତି ଯେ, ବିଜେପି କ୍ଷମତାର ଦୂରୁପଯୋଗ କରି ବିଜେଡିକୁ ଭାଙ୍ଗିବାକୁ ଚେଷ୍ଟା କରୁଛି। ବରୀ ବ୍ଲକ ଅଧ୍ୟକ୍ଷ ଅଶୋକ ଗେଡିଙ୍କୁ ବିଭିନ୍ନ ପ୍ରକାର ଚାପ ପ୍ରୟୋଗ କରି ପ୍ରଲୋଭନ ଦେଖାଇ ଓ ବିଭିନ୍ନ ପ୍ରକାର ଧମକ ଦେଇ ଦଳରେ ମିଶାଇ ବାହାବା ନେବାକୁ ଚେଷ୍ଟା କରିଥିଲା ବିଜେପି। ସେ କଥା ଆଜି ଫସର ଫାଟିଯାଇଛି। ବରୀ ବ୍ଲକ ବିକାଶ କଥା ଚିନ୍ତା ନ କରି ବିଜେପି କର୍ମୀ କିଭଳି ଫାଇଦା ପାଇବେ ସେନେଇ ଯୋଜନା କରିଥିଲା ବିଜେପି। ଅଶୋକ କୁମାର ଗେଡି ଏହା ଜାଣିପାରିବା ପରେ ପୁଣି ବିଜେଡି ଏବଂ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଉପରେ ଭରସା କରି ଦଳକୁ ଫେରିଆସିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର