ପୁଣି ବଙ୍ଗୋପସାଗରରେ ବାତ୍ୟା ଭୟ: ଆନ୍ଧ୍ର ଉପକୂଳ ମୁହାଁଇପାରେ ସାମୁଦ୍ରିକ ଝଡ଼, ୧୮ରୁ ଓଡ଼ିଶାରେ ବର୍ଷା ଆରମ୍ଭ

Madhusudan Das Picture
Published On

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ବଳୟ ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାକୁ ଯାଉଛି। ଏହା ପରେ ଏହା ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହୋଇ କେନ୍ଦ୍ରୀୟ ବଙ୍ଗୋପସାଗର ଦେଇ ଗତି କରିବ ବୋଲି ଭାରତୀୟ ପାଣିପାଗ ବିଭାଗ (IMD) ପୂର୍ବାନୁମାନ କରିଛି। ତେବେ ଏହି ସାମୁଦ୍ରିକ ଝଡ଼ ଆନ୍ଧ୍ର ଉପକୂଳ ମୁହାଁଇପାରେ ବୋଲି ଆଶଙ୍କା । ନଭେମ୍ବର ୧୯ ତାରିଖ ରାତି କିମ୍ବା ୨୦ ତାରିଖ ସକାଳ ସୁଦ୍ଧା ବିଶାଖାପାଟଣା ଓ ମଛଲୀପଟନମ ମଧ୍ୟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗ ଛୁଇଁପାରେ ବୋଲି କିଛି ପାଣିପାଗ ମଡେଲ୍‌ ଆକଳନ କରୁଛନ୍ତି। ତେବେ ଏହାର ଗତିପଥକୁ ନେଇ ଏବେ ବି ଅନିଶ୍ଚିତତା ରହିଛି । ଏହାର ପ୍ରଭାବରେ ଆସନ୍ତା ନଭେମ୍ବର ୧୮ ତାରିଖରୁ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ବର୍ଷାର ପରିମାଣ ବୃଦ୍ଧି ପାଇବ।

ଆହୁରି ପଢ଼ନ୍ତୁ: ବନ୍ୟା ପ୍ରଭାବିତ ଗଞ୍ଜାମ ପାଇଁ ତୁରନ୍ତ ରିଲିଫ ଓ ଥଇଥାନ ଦାବି କରି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

ପାଣିପାଗ ବିଭାଗର ସଦ୍ୟତମ ବୁଲେଟିନ୍ ଅନୁଯାୟୀ, ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସକ୍ରିୟ ଥିବା ଏହି ସିଷ୍ଟମ୍ ଆସନ୍ତା ନଭେମ୍ବର ୧୬ ସନ୍ଧ୍ୟା ସୁଦ୍ଧା ଏକ ସାମୁଦ୍ରିକ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି। ଏହା ଉତ୍ତର-ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବା ସହ ଉପକୂଳବର୍ତ୍ତୀ ଅଞ୍ଚଳରେ ପବନର ବେଗ ଘଣ୍ଟାପ୍ରତି ୫୦ରୁ ୬୦ କିଲୋମିଟର ପର୍ଯ୍ୟନ୍ତ ରହିପାରେ।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଧୀରେ ଧୀରେ ବଢୁଛି ଶୀତ: ୬ଟି ସହରରେ ତାପମାତ୍ରା ୧୫ ଡିଗ୍ରୀ ତଳେ, ସେମିଳିଗୁଡ଼ା ସବୁଠୁ ଥଣ୍ଡା

ପ୍ରବଳ ବର୍ଷା ପରିପ୍ରେକ୍ଷୀରେ ନଭେମ୍ବର ୧୯ ଏବଂ ୨୦ ତାରିଖ ପାଇଁ ରାଜ୍ୟର କେତେକ ଜିଲ୍ଲାରେ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି। ବିଶେଷ କରି ଗଜପତି, ଗଞ୍ଜାମ ଏବଂ ପୁରୀ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଏବଂ ବିଜୁଳି ମାରିବାର ସମ୍ଭାବନା ରହିଛି। ଏହା ସହିତ ଖୋର୍ଦ୍ଧା, କଟକ, ଜଗତସିଂହପୁର ଏବଂ ନୟାଗଡ଼ ଭଳି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଓଡ଼ିଶାରେ ଏହି ପାଗ ନଭେମ୍ବର ୨୧ ତାରିଖ ପର୍ଯ୍ୟନ୍ତ ଜାରି ରହିପାରେ। ନଭେମ୍ବର ୨୦ ଓ ୨୧ ତାରିଖରେ କନ୍ଧମାଳ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ମଧ୍ୟ ବର୍ଷାର ପ୍ରଭାବ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ: ଢେଙ୍କାନାଳ ଗୋଦରବିଲ୍ଲି ନିକଟରୁ ୨ ହାତୀର ମୃତଦେହ ଉଦ୍ଧାର: ମୃତ୍ୟୁର କାରଣ ଅସ୍ପଷ୍ଟ, ବନ ବିଭାଗର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର