ଆଜି ବରମୁଣ୍ଡା ବସ୍‌ଷ୍ଟାଣ୍ଡର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ଆଜି ଲୋକାର୍ପିତ ହେବ ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲ। ଏହି ଅତ୍ଯାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରବେଶରୁ ପ୍ରସ୍ଥାନ ବସ୍  ଆହାର କେନ୍ଦ୍ର ସବୁ ଚକାଚକ୍‌‌। ଯାତ୍ରୀଙ୍କୁ ଏଠାରେ ବିମାନ ବନ୍ଦର ଭଳି ଅନୁଭୂତି ମିଳିବ। ନବୀନ ଓଡ଼ିଶାର ନୂଆରୂପ ଭାବେ ଅନ୍ତଃରାଜ୍ୟ ବରମୁଣ୍ଡା ବସ୍‌‌ ଟର୍ମିନାଲ୍‌‌ ଉଭା ହେଉଛି। BSABT ବରମୁଣ୍ଡାର କୋଣ ଅନୁକୋଣରେ ହାଇଟେକ୍‌‌ ବ୍ୟବସ୍ଥା କରାଯାଇଛି। ଫୁଡ୍‌‌ କୋର୍ଟ ସହ ବୈଦ୍ୟୁତିକ […]

ଭୁବନେଶ୍ୱର: ଆଜି ଲୋକାର୍ପିତ ହେବ ବାବା ସାହେବ ଭୀମ ରାଓ ଆମ୍ୱେଦକର ବସ୍‌‌ ଟର୍ମିନାଲ। ଏହି ଅତ୍ଯାଧୁନିକ ବସ ଟର୍ମିନାଲର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ରବେଶରୁ ପ୍ରସ୍ଥାନ ବସ୍  ଆହାର କେନ୍ଦ୍ର ସବୁ ଚକାଚକ୍‌‌। ଯାତ୍ରୀଙ୍କୁ ଏଠାରେ ବିମାନ ବନ୍ଦର ଭଳି ଅନୁଭୂତି ମିଳିବ। ନବୀନ ଓଡ଼ିଶାର ନୂଆରୂପ ଭାବେ ଅନ୍ତଃରାଜ୍ୟ ବରମୁଣ୍ଡା ବସ୍‌‌ ଟର୍ମିନାଲ୍‌‌ ଉଭା ହେଉଛି। BSABT ବରମୁଣ୍ଡାର କୋଣ ଅନୁକୋଣରେ ହାଇଟେକ୍‌‌ ବ୍ୟବସ୍ଥା କରାଯାଇଛି। ଫୁଡ୍‌‌ କୋର୍ଟ ସହ ବୈଦ୍ୟୁତିକ ସିଡ଼ି, ଲିଫ୍ଟ ଲଗାଯାଇଛି। ଯାତ୍ରୀଙ୍କୁ ସୂଚନା ଲାଗି ଅତ୍ୟାଧୁନିକ ଏଲଇଡି ସ୍କ୍ରିନରେ ବସ୍‌‌ ସମ୍ପର୍କିତ ସବିଶେଷ ତଥ୍ୟ ମିଳିବ। ଗାଁଠାରୁ ଆରମ୍ଭ କରି ପଞ୍ଚାୟତ, ବ୍ଲକ ଓ ସଦର ମହକୁମାକୁ ଯିବା ପାଇଁ ବସର ସମସ୍ତ ବିବରଣୀ ଏହି ଏଲ୍‌‌ଇଡି ସ୍କ୍ରିନରେ ପ୍ରଦାନ କରାଯିବ। ଲିଫ୍ଟ, ଏସ୍କାଲେଟରରେ ଗୋଟିଏ ମହଲାରୁ ଅନ୍ୟ ମହଲାକୁ ସହଜରେ ଯିବା ଆସିବା ଲାଗି ବ୍ୟବସ୍ଥା ରହିଛି। ଯାତ୍ରୀଙ୍କ ଲାଗି ଶୀତତାପ ନିୟନ୍ତ୍ରିତ କୋଠରୀ ରହିଛି।। ଗୋଟିଏ ଛାତ ତଳେ ଯାତ୍ରୀଙ୍କୁ ଫ୍ରଣ୍ଟ ଅଫିସରୁ ଆରମ୍ଭ କରି ମେଡିକାଲ୍‌‌, ଏଟିଏମ୍‌‌, ଆହାର କେନ୍ଦ୍ର ଭଳି ସେବା ମିଳିବ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ବସ୍‌‌ ଟର୍ମିନାଲରେ ଯାତ୍ରୀଙ୍କ ସୁବିଧାକୁ ଦୃଷ୍ଟିରେ ରଖି ଆହାର ପ୍ଲସ୍‌‌ କେନ୍ଦ୍ର ତିଆରି ହୋଇଛି। ସାଧାରଣ ଆହାର କେନ୍ଦ୍ର ତୁଳନାରେ ଏହା ଯଥେଷ୍ଟ ଉନ୍ନତମାନର ରହିବ। ସେହିପରି ଶୀତତାପ ନିୟନ୍ତ୍ରିତ କୋଠରୀରେ ଷ୍ଟାର୍‌‌ ହୋଟେଲ୍‌‌ ଭଳି ସୁବିଧା ମିଳିବ। ଏହାସାଙ୍ଗକୁ ଯାତ୍ରୀଙ୍କୁ ମିଶନଶକ୍ତି କାଫେ, ଓର‌ମାସ ଓ ମିଲେଟ୍‌‌ କାଫେରେ ମା’ ହାତ ତିଆରି ଖାଦ୍ୟ ଖାଇବାକୁ ମିଳିବ। ଏହାସହ ଅପେକ୍ଷାରତ ଶିଶୁଙ୍କ ପାଇଁ କ୍ରୀଡ଼ାଙ୍ଗନ ରହିଥିବାବେଳେ ବାବା ସାହେବ ଭୀମ ରାଓ ଆମ୍ୱେଦକରଙ୍କ ଖୋଦେଇ ପ୍ରତିମୂର୍ତ୍ତି ରହିଛି। କାନ୍ଥବାଡ଼ରେ କଳା ସଂସ୍କୃତିର ଝଲକ ଦେଖିବାକୁ ମିଳିବ।

ଆହୁରି ପଢ଼ନ୍ତୁ: ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ପିପିଲି ତହସିଲର ଦୁଇ ରାଜସ୍ୱ ଅଧିକାରୀ

ଯାତ୍ରୀଙ୍କ ସୁରକ୍ଷା ପାଇଁ ପୋଲିସ ଫାଣ୍ଡି ତିଆରି ହୋଇଛି। ବେସମେଣ୍ଟରେ ୧୧୫ କାର୍‌‌ ପାର୍କିଂ ପାଇଁ ସ୍ଥାନ ସଂରକ୍ଷିତ ରହିଛି। ଟର୍ମିନାଲରେ ୫୦ ବସ୍‌‌ ରହିବା ସହ ୨୦୦ ବସ୍‌‌ ରହଣି ପାଇଁ ପାର୍କିଂ ସ୍ପେସର ବ୍ୟବସ୍ଥା ହୋଇଛି। ସିଟିବସ୍‌‌ ପାଇଁ ୫ସ୍ଥାନ ସଂରକ୍ଷିତ ରଖାଯିବାର ବ୍ୟବସ୍ଥା ହୋଇଛି। ଦୁଇଚକିଆ ଯାନ ପାର୍କିଂ ପାଇଁ ମଧ୍ୟ ସ୍ୱତନ୍ତ୍ର ସ୍ଥାନ ରହିଛି। ସ୍ୱତନ୍ତ୍ର ରାସ୍ତା ସହ ବସ୍‌‌ ପ୍ରବେଶ ଓ ପ୍ରସ୍ଥାନ ଗେଟ୍‌‌ ଅଲଗା ଅଲଗା କରାଯାଇଛି। ଗତମାସ ଦ୍ବିତୀୟ ସପ୍ତାହରେ 5T ଅଧ୍ୟକ୍ଷ  କାର୍ତ୍ତିକ ପାଣ୍ଡିଆନ ଭୁବନେଶ୍ବର ବସ ଟର୍ମିନାଲ ନବୀକରଣ କାମର ସମୀକ୍ଷା କରିଥିଲେ। ପେବୃଆରୀ ସୁଦ୍ଧା କାମ ସାରିବାକୁ ନିର୍ଦ୍ଦେଶ ଦେଇଥିଲେ। ନିର୍ଦ୍ଦେଶ ମୁତାବକ ଠିକ୍ ସମୟରେ ଏହି

ଆହୁରି ପଢ଼ନ୍ତୁ: ଓଡ଼ିଶାରୁ ଚାଉଳ ଉଠାଉ ନାହିଁ ଏଫସିଆଇ: ସମସ୍ୟାର ସମାଧାନ ନହେଲେ ରାଜରାସ୍ତାକୁ ଓହ୍ଲାଇବ ବିଜେଡି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର