ମନୋରଞ୍ଜନ
ସାବଧାନ! ମାତିଛି ସ୍କ୍ରବ ଟାଇଫସ, ଜ୍ବର ନ ଛାଡିଲେ ଯଥାଶୀଘ୍ର କରାନ୍ତୁ ପରୀକ୍ଷା
ଭୁବନେଶ୍ବର: ସାବଧାନ ମାତିଛି ସ୍କ୍ରବ ଟାଇଫସ । ଏହା ଚିଗର ନାମକ କୀଟ କାମୁଡ଼ିଲେ ହେଉଛି। ଚାଷୀ ବିଲ ବା ଜଙ୍ଗଲ ଯାଉଥିବା ଲୋକଙ୍କୁ ଏହା ହେଉଛି। ଏହି ରୋଗର ଲକ୍ଷଣ ହେଉଛି ଜ୍ୱର ଲାଗି ରହିବା। ଏଥିସହ ରୋଗୀର ମୃତ୍ୟୁ ଘଟିବାର ମଧ୍ୟ ସମ୍ଭାବନା ରହିଛି। ସୂଚନା ଅନୁଯାୟୀ, ଶରୀରର ଯେଉଁ ସ୍ଥାନକୁ ଏହି କୀଟଟି କାମୁଡେ ସେଠାରେ ସ୍କିନ ଡେଡ ହୋଇଯାଏ । ଯାହାକୁ ଏଚାର ବୋଲି କୁହାଯାଏ । ଏହାର ପରୀକ୍ଷା ସବୁ […]
ଭୁବନେଶ୍ବର: ସାବଧାନ ମାତିଛି ସ୍କ୍ରବ ଟାଇଫସ । ଏହା ଚିଗର ନାମକ କୀଟ କାମୁଡ଼ିଲେ ହେଉଛି। ଚାଷୀ ବିଲ ବା ଜଙ୍ଗଲ ଯାଉଥିବା ଲୋକଙ୍କୁ ଏହା ହେଉଛି। ଏହି ରୋଗର ଲକ୍ଷଣ ହେଉଛି ଜ୍ୱର ଲାଗି ରହିବା। ଏଥିସହ ରୋଗୀର ମୃତ୍ୟୁ ଘଟିବାର ମଧ୍ୟ ସମ୍ଭାବନା ରହିଛି।
ସୂଚନା ଅନୁଯାୟୀ, ଶରୀରର ଯେଉଁ ସ୍ଥାନକୁ ଏହି କୀଟଟି କାମୁଡେ ସେଠାରେ ସ୍କିନ ଡେଡ ହୋଇଯାଏ । ଯାହାକୁ ଏଚାର ବୋଲି କୁହାଯାଏ । ଏହାର ପରୀକ୍ଷା ସବୁ ଜିଲ୍ଲା ହସ୍ପିଟାଲର DPHL ରେ ଏଲିଶା ପଦ୍ଧତିରେ ହେବାର ବ୍ୟବସ୍ଥା ରହିଛି। ଚିହ୍ନଟ ହେଲେ ଚିକିତ୍ସା ସହଜ। ସାଧାରଣ ଆଣ୍ଟିବାଉଟିକ କାମ ଦେବ। ଯାହାର ଜ୍ୱର କମୁନି, ସେ ପରୀକ୍ଷା କରନ୍ତୁ। କାରଣ ଏହାକୁ ପ୍ୟାରକସିଆ ପରନରିଜିନ କୁହାଯାଏ। ପ୍ୟାରକସିଆ ପରନରିଜିନ ମାନଙ୍କୁ ସ୍କ୍ରବ ଟାଇଫସ ଟେଷ୍ଟ ପାଇଁ ନିର୍ଦେଶ ଅଛି। ବରଗଡ଼, ନବରଙ୍ଗପୁର, ସୁନ୍ଦରଗଡ଼ରେ ଅଛି। ହେଲେ ସର୍ବାଧିକ କେଶ କେନ୍ଦୁଝରରୁ ଆସୁଛି। ଏ ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦେଶକ ଡାକ୍ତର ନିରଞ୍ଜନ ମିଶ୍ର ।





