ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବଳୟରେ ବିଧାନସଭା, ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ

The Sakala Picture
Published On

ଭୁବନେଶ୍ବର : ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା। ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ସିସିଟିଭି ସ୍କାନରରେ ରହିବ ମହାତ୍ମାଗାନ୍ଧୀ ମାର୍ଗ। ସୁରକ୍ଷା ଯୋଗାଇବାକୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ‌ହେବେ ବୋଲି ସୂଚନା ରହିଛି। ପୂର୍ବ ଥର ବିଧାନସଭା ଅଧିବେଶନ ଚାଲୁଥିବା ବେଳେ ବିଧାନସଭା ସମ୍ମୁଖରେ  କିଛି ଲୋକ ଆତ୍ମାହୁତି ଉଦ୍ୟମ କରିଥିଲେ। ଚଳିତ ଅଧିବେଶନ କାଳରେ […]

ଭୁବନେଶ୍ବର : ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା। ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ସିସିଟିଭି ସ୍କାନରରେ ରହିବ ମହାତ୍ମାଗାନ୍ଧୀ ମାର୍ଗ। ସୁରକ୍ଷା ଯୋଗାଇବାକୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ‌ହେବେ ବୋଲି ସୂଚନା ରହିଛି। Odisha Legislative Assembly

ଆହୁରି ପଢ଼ନ୍ତୁ: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ

ପୂର୍ବ ଥର ବିଧାନସଭା ଅଧିବେଶନ ଚାଲୁଥିବା ବେଳେ ବିଧାନସଭା ସମ୍ମୁଖରେ  କିଛି ଲୋକ ଆତ୍ମାହୁତି ଉଦ୍ୟମ କରିଥିଲେ। ଚଳିତ ଅଧିବେଶନ କାଳରେ ସେ ପ୍ରତି ଧ୍ୟାନ ଦିଆଯିବ । ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ ଆ‌ଖପାଖ କିଛି ରାସ୍ତାକୁ ବନ୍ଦ କରାଯିବ ବୋଲି ସୂଚନା ରହିଛି। ଏଥି ସହିତ ପୁଲିସ ପାଇଁ ସୁରକ୍ଷା ବ୍ୟବସ୍ଥା ଅଧିକ ଚ୍ୟାଲେଞ୍ଜ ହେବାକୁ ଯାଉଛି । କାରଣ ରାଜ୍ୟରେ କୋଭିଡ କଟକଣା କୋହଳ ହେବା ପରେ ଲୋୟର ପିଏମ୍‌ଜିରେ ବିଭିନ୍ନ ସଂଗଠନ ଧାରଣା ଦେଇପାରନ୍ତି।

ଆହୁରି ପଢ଼ନ୍ତୁ: ଆଇନଜୀବୀଙ୍କ ସହାୟତା ରାଶି ୪୦% ବୃଦ୍ଧି କଲେ ସରକାର, ଅବସର କିମ୍ବା ଦେହାନ୍ତ କ୍ଷେତ୍ରରେ ପରିବାରକୁ ମିଳିବ ସହାୟତା

ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ପୁଲିସ୍ ଡିଜିଙ୍କ ସହ ପୁଲିସ୍‌ କମିସନର୍‌ ସୁଧାଂଶୁ ଷଡ଼ଙ୍ଗୀ, ଗୁଇନ୍ଦା ନି‌ର୍ଦ୍ଦେଶକ ଆର୍ କେ ଶର୍ମା, ଗୁଇନ୍ଦା ଡିଆଇଜି ଅନୁପ ସାହୁ, ଆଇନ ଶୃଙ୍ଖଳା ଏଡିଜି ଜସବନ୍ତ ଜେଠୱା, ଡିସିପି ଉମାଶଙ୍କର ଦାସଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। Odisha Legislative Assemblyଚଳିତ ବିଧାନସଭା ଅଧିବେଶନ ପାଇଁ ୩୧ଟି କାର୍ଯ୍ୟଦିବସ ଧାର୍ଯ୍ୟ କରାଯାଇଛି। ବଜେଟ୍‌ ଅଧିବେଶନ ଆରମ୍ଭ ହେବା ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସରକାରଙ୍କ ବର୍ଷକର ଉପଲବ୍ଧି ନେଇ ଗୃହରେ ଅଭିଭାଷଣ ରଖିବେ। ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଆରମ୍ଭ ହୋଇ ଫେବ୍ରୁଆରି ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃଆରି ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ଗୃହରେ ବଜେଟ୍‌ ଆଗତ କରିବେ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରି ବିଲ୍‌ ଗୃହରେ ପାରିତ କରିବାକୁ ଦିନ ଧାର୍ଯ୍ୟ କରାଯାଇଛି।

ଆହୁରି ପଢ଼ନ୍ତୁ: ପୁରୀର ଐତିହାସିକ ଅଠରନଳା ଉପରେ ମାଂସ ରନ୍ଧା ଓ ଭୋଜିଭାତ: ଐତିହ୍ୟସ୍ଥଳୀର ଅବମାନନାକୁ ନେଇ ତୀବ୍ର ଅସନ୍ତୋଷ

17 Feb 2021 By The Sakala

ବଜେଟ ଅଧିବେଶନ ପୂର୍ବରୁ ସୁରକ୍ଷା ବଳୟରେ ବିଧାନସଭା, ନିୟୋଜିତ ହେବେ ୩୦ ପ୍ଲାଟୁନ ଫୋର୍ସ

ଭୁବନେଶ୍ବର : ଆସନ୍ତାକାଲିଠୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା। ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା କରିଛନ୍ତି ପୁଲିସ ଡିଜି ଅଭୟ। ସିସିଟିଭି ସ୍କାନରରେ ରହିବ ମହାତ୍ମାଗାନ୍ଧୀ ମାର୍ଗ। ସୁରକ୍ଷା ଯୋଗାଇବାକୁ ୩୦ ପ୍ଲାଟୁନ ଫୋର୍ସ ମୁତୟନ ‌ହେବେ ବୋଲି ସୂଚନା ରହିଛି। Odisha Legislative Assembly

ପୂର୍ବ ଥର ବିଧାନସଭା ଅଧିବେଶନ ଚାଲୁଥିବା ବେଳେ ବିଧାନସଭା ସମ୍ମୁଖରେ  କିଛି ଲୋକ ଆତ୍ମାହୁତି ଉଦ୍ୟମ କରିଥିଲେ। ଚଳିତ ଅଧିବେଶନ କାଳରେ ସେ ପ୍ରତି ଧ୍ୟାନ ଦିଆଯିବ । ବିଧାନସଭା ଅଧିବେଶନ ଚାଲୁଥିବା ସମୟରେ ଆ‌ଖପାଖ କିଛି ରାସ୍ତାକୁ ବନ୍ଦ କରାଯିବ ବୋଲି ସୂଚନା ରହିଛି। ଏଥି ସହିତ ପୁଲିସ ପାଇଁ ସୁରକ୍ଷା ବ୍ୟବସ୍ଥା ଅଧିକ ଚ୍ୟାଲେଞ୍ଜ ହେବାକୁ ଯାଉଛି । କାରଣ ରାଜ୍ୟରେ କୋଭିଡ କଟକଣା କୋହଳ ହେବା ପରେ ଲୋୟର ପିଏମ୍‌ଜିରେ ବିଭିନ୍ନ ସଂଗଠନ ଧାରଣା ଦେଇପାରନ୍ତି।

ଆଜି ସୁରକ୍ଷା ବ୍ୟବସ୍ଥାର ସମୀକ୍ଷା ପୁଲିସ୍ ଡିଜିଙ୍କ ସହ ପୁଲିସ୍‌ କମିସନର୍‌ ସୁଧାଂଶୁ ଷଡ଼ଙ୍ଗୀ, ଗୁଇନ୍ଦା ନି‌ର୍ଦ୍ଦେଶକ ଆର୍ କେ ଶର୍ମା, ଗୁଇନ୍ଦା ଡିଆଇଜି ଅନୁପ ସାହୁ, ଆଇନ ଶୃଙ୍ଖଳା ଏଡିଜି ଜସବନ୍ତ ଜେଠୱା, ଡିସିପି ଉମାଶଙ୍କର ଦାସଙ୍କ ସହ ବହୁ ବରିଷ୍ଠ ଅଧିକାରୀ ଉପସ୍ଥିତ ଥିଲେ। Odisha Legislative Assemblyଚଳିତ ବିଧାନସଭା ଅଧିବେଶନ ପାଇଁ ୩୧ଟି କାର୍ଯ୍ୟଦିବସ ଧାର୍ଯ୍ୟ କରାଯାଇଛି। ବଜେଟ୍‌ ଅଧିବେଶନ ଆରମ୍ଭ ହେବା ଦିନ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍‌ ସରକାରଙ୍କ ବର୍ଷକର ଉପଲବ୍ଧି ନେଇ ଗୃହରେ ଅଭିଭାଷଣ ରଖିବେ। ସେହିଦିନ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଲୋଚନା ଆରମ୍ଭ ହୋଇ ଫେବ୍ରୁଆରି ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଫେବୃଆରି ୨୨ ତାରିଖରେ ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ଗୃହରେ ବଜେଟ୍‌ ଆଗତ କରିବେ। ମାର୍ଚ୍ଚ ୩୧ ତାରିଖରେ ବ୍ୟୟ ମଞ୍ଜୁରି ବିଲ୍‌ ଗୃହରେ ପାରିତ କରିବାକୁ ଦିନ ଧାର୍ଯ୍ୟ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର