ଆଜିଠୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ

The Sakala Picture
Published On

ପୁରୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ସେ ପୁରୀରେ ପହଞ୍ଚି ରାତ୍ରିଯାପନ କରିବେ। ତା’ ପରଦିନ ଅର୍ଥାତ୍‌‌ ୨୨ ତାରିଖରେ ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ବେଢ଼ା ପରିକ୍ରମା କରି ମହାପ୍ରଭୁଙ୍କ ଆଶୀର୍ବାଦ ନେବେ। ଏଥିସହ ବଳିଆପଣ୍ଡା ଅଞ୍ଚଳରେ ଏକ ଗେଷ୍ଟ ହାଉସ ନିର୍ମାଣ ହେବାକୁ ଥିବାରୁ ଏହାର କ୍ଷେତ୍ର […]

ପୁରୀ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ମଙ୍ଗଳବାର ସେ ପୁରୀରେ ପହଞ୍ଚି ରାତ୍ରିଯାପନ କରିବେ। ତା’ ପରଦିନ ଅର୍ଥାତ୍‌‌ ୨୨ ତାରିଖରେ ନିଜ କୌଳିକ ପଣ୍ଡା ତଥା ବରିଷ୍ଠ ଦଇତାପତି ସେବକ ରାମକୃଷ୍ଣ ଦାସମହାପାତ୍ର ଓ ରାଜେଶ ଦାସମହାପାତ୍ରଙ୍କ ସହିତ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ। ବେଢ଼ା ପରିକ୍ରମା କରି ମହାପ୍ରଭୁଙ୍କ ଆଶୀର୍ବାଦ ନେବେ। ଏଥିସହ ବଳିଆପଣ୍ଡା ଅଞ୍ଚଳରେ ଏକ ଗେଷ୍ଟ ହାଉସ ନିର୍ମାଣ ହେବାକୁ ଥିବାରୁ ଏହାର କ୍ଷେତ୍ର ପରିଦର୍ଶନ କରିବା କାର୍ଯ୍ୟକ୍ରମ ରହିଛି। ମମତା ବାନାର୍ଜୀଙ୍କ ଶ୍ରୀମନ୍ଦିରରେ ଦର୍ଶନ ସମୟରେ ତାଙ୍କର କୌଳିକ ଗୁରୁ ତଥା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ବାଡ଼ଗ୍ରାହୀ ଜଗନ୍ନାଥ ସ୍ୱାଇଁ ମହାପାତ୍ର ମଧ୍ୟ ଉପସ୍ଥିତ ରହିବେ। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କ ଏହି ଗସ୍ତକୁ ନେଇ ଜଗନ୍ନାଥ ସ୍ୱାଇଁ ମହାପାତ୍ର ବେଶ୍‌‌ ଉତ୍ସାହିତ ଅଛନ୍ତି। ଜଗନ୍ନାଥ ସ୍ୱାଇଁ ମହାପାତ୍ର କହିଛନ୍ତି, ସେ ନିର୍ବାଚନ ପରେ ପରେ ମହାପ୍ରଭୁଙ୍କୁ ଦର୍ଶନ କରିବାକୁ ଆସିଥାନ୍ତେ।

ଆହୁରି ପଢ଼ନ୍ତୁ: ବାଲେଶ୍ୱରରେ ୫ ଓରାଙ୍ଗଓଟାନ ଛୁଆ ଉଦ୍ଧାର ଘଟଣା: ହଜାର ହଜାର କିଲୋମିଟର ଦୂରରୁ କିପରି ଆସିଲେ ଏହି ବିରଳ ବନ୍ୟଜନ୍ତୁ?

ମାତ୍ର କୋଭିଡ଼ ଯୋଗୁ ଆସିପାରି ନ ଥିଲେ। ତେଣୁ ପୁରୀ ଆସି ମହାପ୍ରଭୁଙ୍କୁ ଦର୍ଶନ କରିବେ। ଅନ୍ୟପକ୍ଷରେ ମମତା ବାନାର୍ଜୀ ପୁରୀରେ ରାତ୍ର ରହଣି କରିବାକୁ ଥିବାରୁ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚାଲିଛି। ନିର୍ମାଣ ନିବାସରେ ରାତ୍ର ରହଣି କରିବେ ମମତା। ଏଥିପାଇଁ ନିର୍ମାଣ ନିର୍ବାସକୁ ପ୍ରସ୍ତୁତ କରାଯାଉଛି। ମମତାଙ୍କ ସହିତ ମନ୍ତ୍ରୀମଣ୍ଡଳ ସଦସ୍ୟ, ଅଫିସିଆଲ ପ୍ରାୟ ୨୫ ଜଣରୁ ଊର୍ଦ୍ଧ୍ବ ଆସୁଛନ୍ତି। ୨୩ ତାରିଖରେ ସେ ପଶ୍ଚିମବଙ୍ଗ ଫେରିଯିବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: ସୋସିଆଲ ମିଡିଆରେ ନବୀନଙ୍କ ପ୍ରତି ଅପମାନଜନକ ପ୍ରଚାର; ଥାନାରେ ବିଜେପି କର୍ମକର୍ତ୍ତାଙ୍କ ନାମରେ ଅଭିଯୋଗ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର