ବିଜେଡ଼ିରେ ଯୋଗ ଦେଲେ ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁ

The Sakala Picture
Published On

ଭୁବନେଶ୍ୱର : ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ଦେଇ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ […]

ଭୁବନେଶ୍ୱର : ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ଦେଇ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ନାୟକ କହିଥିଲେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ OAV ପ୍ରିନ୍ସପାଲ୍, SHG ମହିଳାଙ୍କ ବିଲ୍‌ କରିବା ପାଇଁ ନେଉଥିଲେ ୧୦ ହଜାର ଲାଞ୍ଚ

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ହରପ୍ରିୟା ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

ଆହୁରି ପଢ଼ନ୍ତୁ: ଶ୍ରୀମନ୍ଦିର ପ୍ରଶାସନର ବଡ଼ ପଦକ୍ଷେପ: 'ମହାପ୍ରସାଦ' ଓ 'ନୀଳଚକ୍ର' ସମେତ ୫ଟି ପବିତ୍ର ନାମକୁ ମିଳିଲା ଟ୍ରେଡମାର୍କ ଅନୁମୋଦନ

28 May 2024 By The Sakala

ବିଜେଡ଼ିରେ ଯୋଗ ଦେଲେ ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁ

ଭୁବନେଶ୍ୱର : ଭଦ୍ରକ ଜିଲ୍ଲା ବିଜେପି ମହିଳା ମୋର୍ଚ୍ଚା ସଭାନେତ୍ରୀ ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀ ଆଜି ଶଙ୍ଖଭବନରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ କନ୍ଧମାଳ ଜିଲ୍ଲା ବିଜେଡି ପର୍ଯ୍ୟବେକ୍ଷକ ବିଜୟ ନାୟକଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି। ଦଳରେ ସାମିଲ୍‌ ହୋଇଥିବା ହରପ୍ରିୟା ସାହୁଙ୍କ ସହ ଶତାଧିକ ବିଜେପି କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ନାୟକ ଉପଢୌକନ ଦେଇ ସ୍ୱାଗତ କରିଥିଲେ। ଆଜି ବିଜେପି କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଭଦ୍ରକ ଜିଲ୍ଲାରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ନାୟକ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍‌ ହୋଇଥିବା ହରପ୍ରିୟା ନାୟକ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛି। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର