ମୋବାଇଲ୍ ଚୋରି ଅଭିଯୋଗ; ଥାନାରେ ନାବାଳକକୁ ଥାର୍ଡ ଡିଗ୍ରୀ, ଛାତିକୁ ପାଇପ୍‌ରେ ପିଟି ଦେହରୁ ସାର୍ଟ ଖୋଲିଦେଲା ପୁଲିସ...

ମାନବାଧିକାର ଆୟୋଗଙ୍କ ଦ୍ବାରସ୍ଥ ହେଲେ ବାପା

Deviprasad Mohanty Picture
Published On

ଭଦ୍ରକ: ଥାନାରେ ନାବାଳକକୁ ଥାର୍ଡ ଡିଗ୍ରୀ। ଭଦ୍ରକ ଜିଲ୍ଲା, ତିହିଡ଼ି ବ୍ଲକ୍‌ ପୀରହାଟ ଥାନା ବିରୋଧରେ ଏଭଳି ସଂଗିନ୍‌ ଅଭିଯୋଗ ହୋଇଛି। ଏକ ମୋବାଇଲ୍‌ ଚୋରି ଅଭିଯୋଗରେ ନରେନ୍ଦ୍ରପୁର ଗାଁର ଜଣେ ନାବାଳକକୁ ପୁଲିସ ଥାନା ଭିତରେ ନିସ୍ତୁକ ମାଡ଼ ମାରିଛି। ନାବାଳକଙ୍କ ଛାତିକୁ ଏକ ପାଇପ୍‌ରେ ପିଟିବା ସହ ଜୋରଜବରଦସ୍ତ ତାଙ୍କ ସାର୍ଟ ଖୋଲାଇ ଦୀର୍ଘ ସମୟ ପର୍ଯ୍ୟନ୍ତ ଅଟକ ରଖିଥିବା ଅଭିଯୋଗ ହୋଇଛି। ଅବସ୍ଥା ଏପରି ହୋଇଥିଲା ଯେ ନାବାଳକଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ଏପରି ଅଭିଯୋଗ କରି ନାବାଳକର ବାପା ଶରତ ମାଝୀ ମାନବାଧିକାର କମିସନଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହାର ତଦନ୍ତ କରି ଦୋଷୀ ପୁଲିସ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ନିବେଦନ କରିଛନ୍ତି।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ଶରତ ଅଭିଯୋଗରେ ଦର୍ଶାଯାଇଛି ଯେ, ଏକ ମୋବାଇଲ ଚୋରି ଘଟଣାକୁ ନେଇ ନରେନ୍ଦ୍ରପୁର ଗାଁର ଜଣେ ମହିଳା ଗତ ମାସ ୨୭ ତାରିଖରେ ତାଙ୍କ ନାବାଳକ ପୁଅଙ୍କ ନାଁରେ ପୀରହାଟ ଥାନାରେ ଅଭିଯୋଗ କରିଥିଲେ। ଏହାର ପରଦିନ ଶରତ ମଧ୍ୟ ଏହି ଘଟଣାକୁ ନେଇ ଥାନାରେ ପାଲଟା ଅଭିଯୋଗ କରିଥିଲେ। ଗତ ୨ ତାରିଖ ରାତି ପ୍ରାୟ ୮ଟାରେ ଥାନାରେ ହାଜର ହେବାକୁ ଶରତଙ୍କୁ ଫୋନ ଯୋଗେ ପୁଲିସ ଜଣାଇଥିଲା। ତଦନୁଯାୟୀ ଶରତ ଏବଂ ତାଙ୍କ ନାବାଳକ ପୁଅ ଥାନାରେ ପହଞ୍ଚିଥିଲେ। ଥାନାଧିକାରୀ ରୋଜାଲିନ ବେହେରା ଉଭୟ ପକ୍ଷଙ୍କୁ ଡାକି ମୋବାଇଲ ସମ୍ପର୍କରେ ପଚରାଉଚରା କରିଥିଲେ। ତାଙ୍କ ପୁଅ ମୋବାଇଲ ଚୋରି ଅଭିଯୋଗକୁ ଅସ୍ୱୀକାର କରିବାରୁ ଥାନାର ଜଣେ ଏସ୍‌ଆଇ ଉତ୍‌କ୍ଷିପ୍ତ ହୋଇ ତାଙ୍କୁ ବାହାରକୁ ଟାଣି ନେଇ ନିସ୍ତୁକ ମାଡ଼ ମାରିଥିଲେ। ଥାନାର ଅନ୍ୟ ଜଣେ କର୍ମଚାରୀ ମଧ୍ୟ ନାବାଳକଙ୍କ ଛାତିକୁ ଏକ ପାଇପ୍‌ରେ ନିସ୍ତୁକ ପିଟିବା ସହ ଗାଳିଗୁଲଜ କରିଥିଲେ। ଏଥିସହ ସେହି କର୍ମଚାରୀ ନାବାଳକର ଦେହରୁ କପଡ଼ା ଖୋଲିବାକୁ ଧମକ ଦେବାରୁ ସେ ସାର୍ଟ ଖୋଲିଥିଲେ। ରାତି ୧ଟା ପରେ ବାପ-ପୁଅଙ୍କୁ ପୁଲିସ ଛାଡ଼ିଥିଲା। 

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

ପୁଲିସ ମାଡ଼ରେ ନାବାଳକ ଅସୁସ୍ଥ ହେବାରୁ ତାଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ନାବାଳକ ସୁସ୍ଥ ହେବା ପରେ ତାଙ୍କ ବାପା ଏ ସମ୍ପର୍କରେ ଏସ୍‌ପିଙ୍କ ନିକଟରେ ଅଭିଯୋଗ କରିବା ସହ ମାନବାଧିକାର କମିସନଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ଥାନାର ସିସିଟିଭି ଫୁଟେଜ୍‌ ଆଧାରରେ ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ନିଆଯିବାକୁ ସେ ନିବେଦନ କରିଛନ୍ତି। ଏ ସମ୍ପର୍କରେ ଆଇଆଇସି ରୋଜାଲିନ ବେହେରା କହିଛନ୍ତି ଯେ ଏକ ମୋବାଇଲ ଚୋରି ଘଟଣାର ତଦନ୍ତ ପାଇଁ ନାବାଳକ ଓ ତାଙ୍କ ବାପାଙ୍କୁ ଥାନାକୁ ଡକାଯାଇଥିଲା। ମାତ୍ର ପୁଲିସ ମାଡ଼ ମାରିଥିବା ଅଭିଯୋଗ ସତ ନୁହେଁ।

ଆହୁରି ପଢ଼ନ୍ତୁ: ଭୁବନେଶ୍ୱରରେ ଲଜ୍ଜା: ପଡ଼ୋଶୀ ମହିଳାଙ୍କୁ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର