କୋଲକତାରୁ ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ୧୦ ଆହତ, ୨ ଗୁରୁତର

The Sakala Picture
Published On

ଭଦ୍ରକ: ଦୁର୍ଘଟଣାଗ୍ରସ୍ତ ହେଲା ତୀର୍ଥଯାତ୍ରୀ ବସ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜୁରାଗଢିଆ ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ବସ୍‌କୁ ଜବତ କରିବା ତଦନ୍ତ […]

ଭଦ୍ରକ: ଦୁର୍ଘଟଣାଗ୍ରସ୍ତ ହେଲା ତୀର୍ଥଯାତ୍ରୀ ବସ । ଭଦ୍ରକ ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଜୁରାଗଢିଆ ନିକଟରେ ଘଟିଛି ଏହି ସଡ଼କ ଦୁର୍ଘଟଣା । ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହେବା ଯୋଗୁଁ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି କରାଯାଇଛି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ବସ୍‌କୁ ଜବତ କରିବା ତଦନ୍ତ ଆରମ୍ଭ କରିଛି।

ଆହୁରି ପଢ଼ନ୍ତୁ: ଓଡ଼ିଶାର ପ୍ରତି ଚାଷୀ ପରିବାର ଉପରେ ୩୨,୭୨୧ଟଙ୍କା ଋଣ: କେନ୍ଦ୍ର

ସୂଚନା ଅନୁଯାୟୀ, କୋଲକତାରୁ ପୁରୀ ଅଭିମୁଖେ ବସ ଟି ଯାଉଥିବା ସମୟରେ ୧୬ନଂ ଜାତୀୟ ରାଜପଥ ଭଦ୍ରକ ଯୋରାଗଡ଼ିଆ ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଥିଲା। ରାସ୍ତା କଡରେ ଛିଡା ହୋଇଥିବା ଗୋଟିଏ ଟ୍ରକକୁ ପଛପଟୁ ଧକ୍କା ଦେଇଥିଲା ତୀର୍ଥଯାତ୍ରୀ ବସ। ଫଳରେ ବସଟିର ସମ୍ମୁଖ ଅଂଶ ଭାଙ୍ଗି ଯିବା ସହ ଯାତ୍ରୀ ମାନେ ଦୁର୍ଘଟଣାର ଶିକାର ହୋଇଥିଲେ। ଦୁର୍ଘଟଣାଗ୍ରସ୍ତ ଯାତ୍ରୀ ମାନଙ୍କୁ ଅଗ୍ନିଶମ ବାହିନୀ ଓ ଆମ୍ବୁଲାନ୍ସ ଯୋଗେ ଭଦ୍ରକ ମେଡିକାଲ ରେ ଭର୍ତ୍ତି କରାଯାଇଛି। କିଛି ଯାତ୍ରୀ ସୁସ୍ଥ ହୋଇ ନିଜ ନିଜ ଅଞ୍ଚଳକୁ ଫେରି ଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରୁ ଡ୍ରାଇଭର ଓ ହେଲପର ଫେରାର ହୋଇଯାଇଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଦିଲ୍ଲୀରେ କୋଠା ଭୁଶୁଡିବା ପରେ ରାଜ୍ୟ ସରକାର ତତ୍ପର; ସହରରେ ଭଙ୍ଗାଯିବ ଦୁର୍ବଳ ଓ ଅସୁରକ୍ଷିତ କୋଠା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର