ବୈତରଣୀ ନଦୀକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା ସନ୍ଦେହ: ଗେମନ ବ୍ରିଜ୍ ଉପରୁ ମିଳିଲା ମୋବାଇଲ୍ ଓ ଜୋତା

Sakala Desk Picture
Published On

ଭଦ୍ରକ ଜିଲ୍ଲା ଚାନ୍ଦବାଲି ସ୍ଥିତ ବୈତରଣୀ ନଦୀର ଗେମନ ବ୍ରିଜ୍ ଉପରୁ ଜଣେ ଯୁବକ ନଦୀକୁ ଡେଇଁ ପଡ଼ିଥିବା ସନ୍ଦେହ କରାଯାଉଛି। ବ୍ରିଜ୍ ଉପରେ ଯୁବକଙ୍କର ଜୋତା ଓ ମୋବାଇଲ୍ ପଡ଼ିଥିବା ବେଳେ ତାଙ୍କର କୌଣସି ପତ୍ତା ମିଳୁନାହିଁ। ନିଖୋଜ ଯୁବକ ଜଣକ ହେଲେ ରାଜକନିକା ଥାନା ଅନ୍ତର୍ଗତ ମଧୁପଡ଼ା ଗାଁଜୟରଥ ମଲ୍ଲିକ

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ବ୍ରାହ୍ମଣୀ ବ୍ରିଜ୍‌ ଉପରେ କାର୍ ରଖି ନଦୀକୁ ଡେଇଁଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ଗତକାଲି ରାତିରୁ ଜୟରଥ ନିଖୋଜ ଥିଲେ। ପରିବାର ଲୋକେ ବହୁ ଖୋଜାଖୋଜି କରିବା ପରେ ମଧ୍ୟ ତାଙ୍କର କୌଣସି ସନ୍ଧାନ ପାଇନଥିଲେ। ତେବେ ଆଜି ସକାଳୁ ସ୍ଥାନୀୟ ଲୋକେ ଗେମନ ବ୍ରିଜ୍ ଉପରେ ତାଙ୍କର ମୋବାଇଲ୍ ଫୋନ୍ ଏବଂ ଜୋତା ପଡ଼ିଥିବାର ଦେଖିବାକୁ ପାଇଥିଲେ। ଏହାପରେ ଘଟଣା ସମ୍ପର୍କରେ ସ୍ଥାନୀୟ ପୋଲିସ ଓ ପ୍ରଶାସନକୁ ଖବର ଦିଆଯାଇଥିଲା।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ରାଉରକେଲା ଅବକାରୀ ଅଧୀକ୍ଷକ: ୫ ଲକ୍ଷ ଟଙ୍କାର ଲାଞ୍ଚ ଜବତ

ଯୁବକ ଜଣକ ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି ନା ଏହି ଘଟଣା ପଛରେ ଅନ୍ୟ କୌଣସି ରହସ୍ୟ ରହିଛି, ସେନେଇ ଏବେ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପ୍ରଶାସନ ଏବଂ ପୋଲିସ ମଧ୍ୟ ଘଟଣାର ପ୍ରକୃତ କାରଣ ଖୋଜିବାରେ ଲାଗିଛନ୍ତି। ଅନ୍ୟପଟେ ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନଦୀ ଭିତରେ ଖୋଜାଖୋଜି ଆରମ୍ଭ କରିଛି। ଏହି ଘଟଣାକୁ କେନ୍ଦ୍ର କରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ଦେଖାଦେଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ଦୁଇ ଭାଇଙ୍କ ମଧ୍ୟରେ ବୋମାମାଡ଼, ଜଣେ ମୃତ ଓ ଅନ୍ୟ ଜଣେ ଗୁରୁତର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର