ପୁଲିସ ପେଟ୍ରୋଲିଂ ବେଳେ ଧରାପଡ଼ିଲେ ୩ ବ୍ରାଉନସୁଗର ବେପାରୀ

Madhusudan Das Picture
Published On

ଭଦ୍ରକ: ବନ୍ଧା ହେଲେ ୩ ବ୍ରାଉନସୁଗର ବେପାରୀ । ଭଦ୍ରକ ଜିଲ୍ଲା ତିହିଡ଼ି ଥାନା ଅଧୀନ ନୂଆନନ୍ଦ -ହାଟୁଆରୀ ଗ୍ରାମ ରାସ୍ତାରେ ଶନିବାର ପୁଲିସ ୩ ବ୍ରାଉନସୁଗର ବେପାରୀଙ୍କୁ ଗିରଫ କରିବା ସହ ସେମାନଙ୍କଠାରୁ ୨୦. ୫୮ଗ୍ରାମ ବ୍ରାଉନସୁଗର ଜବତ କରିଛି। ଏହାସହ ସେମାନେ ବ୍ୟବହାର କରୁଥିବା ଏକ ବାଇକ୍‌ ଓ ୩ଟି ମୋବାଇଲ ଜବତ କରିଛି । ଗିରଫ ହୋଇଥିବା ଅଭିଯୁକ୍ତମାନେ ହେଉଛନ୍ତି ବାସୁଦେବପୁର ଥାନା ଅଧୀନ ଉରୁଣିଆ ଗ୍ରାମର ମନୋଜ କୁମାର ଦାସ, ଲୁଙ୍ଗାଉରୁଣିଆ ଗ୍ରାମର ଶିବ ସୂତାର ଏବଂ ଭଦ୍ରକ ଗ୍ରାମାଞ୍ଚଳ ଥାନା ଅଧୀନ ଚାରିଘରିଆ ଗ୍ରାମର ଗୀତାରାଣୀ ବେହେରା। 

ଆହୁରି ପଢ଼ନ୍ତୁ: ଓରାଙ୍ଗଉଟାନ ଚାଲାଣକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ଜଙ୍ଗଲ ମନ୍ତ୍ରୀ

ଏନେଇ ଏଏସ୍‌ପି ଅରୂପ ଅଭିଷେକ ବେହେରା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇ କହିଥିଲେ ଯେ, ୩ ଜଣ ସନ୍ଦେହଜନକ ଅବସ୍ଥାରେ ଥିବା ଦେଖି ପେଟ୍ରୋଲିଂରେ ଥିବା ଏସ୍‌ଆଇ ପ୍ରକାଶ ନାୟକ ଓ କେତେକ କନଷ୍ଟେବଳ ଆଇଆଇସି ଲୋପାମୁଦ୍ରା ନାୟକଙ୍କୁ ଜଣାଇଥିଲେ। ପରେ ଆଇଆଇସି ନାୟକ ଘଟଣାସ୍ଥଳରେ ପହଞ୍ଚି ସେମାନଙ୍କୁ ଧରିବାରେ ସଫଳ ହୋଇଥିଲେ। ତେବେ ଏହି କାରବାରରେ ସମ୍ପୃକ୍ତ ଥିବା ଅନ୍ୟ ଅଭିଯୁକ୍ତମାନଙ୍କୁ ଧରିବାକୁ ତଦନ୍ତ ଚାଲିଥିବା ଏଏସ୍‌ପି ବେହେରା କହିଛନ୍ତି।

ଆହୁରି ପଢ଼ନ୍ତୁ: ନଦୀରେ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ପାଣିରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର