ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ, ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭଦ୍ରକ: ଭିଜିଲାନ୍ସ ଜାଲରେ ଭଦ୍ରକ କାଡ଼ା ଡିଭିଜନ ଯନ୍ତ୍ରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କାଡ଼ା ଡିଭିଜନ ଯନ୍ତ୍ରୀ ବିଜୟ କୁମାର ମହାନ୍ତିଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି। ତାଙ୍କର ଭଡା ଘର ଓ ସରକାରୀ କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ଭଦ୍ରକ ଭିଜିଲାନ୍ସ ଡିଏସପି ଦୁଷ୍ମନ୍ତ ନାୟକଙ୍କ ନେତୃତ୍ୱରେ ଭଦ୍ରକ ଓ ବାଲେଶ୍ୱର ଭିଜିଲାନ୍ସ ଟିମ ଦ୍ୱାରା ଚଢ଼ାଉ ଜାରି ରହିଛି । ବିଜୟଙ୍କ ଭଦ୍ରକ ଟାଉନ ସ୍ଥିତ ତିନି ମହଲା ଘର, ବସ୍ତା ନରସିଙ୍ଗଡିହା ସ୍ଥିତ ଦୁଇ ମହଲା ଘର, ଭଦ୍ରକ ସ୍ଥିତ ଘର ଏବଂ ଭୁବନେଶ୍ଵର ମଳିପଡା ସ୍ଥିତ ସମ୍ପର୍କୀୟଙ୍କ ଘରେ ରେଡ୍ ଚାଲିଛି। ବିଜୟଙ୍କ ପୈତୃକ ଘର ସହ ଭଦ୍ରକ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ ହୋଇଛି। ଚଢାଉରେ ୪ ଜଣ ଡିଏସପି, ୪ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। 

About The Author: Madhusudan Das