ସରିଲା ଦଶହରା: ଆଜି ବିଦାୟ ନେବେ ମାଆ, ଟ୍ୱିନ୍ ସିଟିରେ କମିଶନରେଟ ପୁଲିସ ପକ୍ଷରୁ ସ୍ୱତନ୍ତ୍ର ବ୍ୟବସ୍ଥା

The Sakala Picture
Published On

ଭୁବନେଶ୍ୱର: ସରିଲା ଦଶହରା। ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ଦୁଇବର୍ଷର କରୋନା କଟକଣା ପରେ ଏଥର ଶୋଭାଯାତ୍ରାରେ ହେବ ମାଆଙ୍କର ବିସର୍ଜନ । ଏଥିପାଇଁ ଟ୍ୱିନସିଟିରେ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି କମିଶନରେଟ ପୁଲିସ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣ ପାଇଁ ଭୁବନେଶ୍ୱରରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ । ରାଜଧାନୀରେ ଭସାଣ ଉତ୍ସବ […]

ଭୁବନେଶ୍ୱର: ସରିଲା ଦଶହରା। ପୁଣି ଆର ବର୍ଷକୁ ଅପେକ୍ଷା । ଆଜି ବିଦାୟ ନେବେ ମାଆ । ଅନୁଷ୍ଠିତ ହେଉଛି ମହାମାୟାଙ୍କର ଭସାଣ ଉତ୍ସବ । ଦୁଇବର୍ଷର କରୋନା କଟକଣା ପରେ ଏଥର ଶୋଭାଯାତ୍ରାରେ ହେବ ମାଆଙ୍କର ବିସର୍ଜନ । ଏଥିପାଇଁ ଟ୍ୱିନସିଟିରେ ସ୍ୱତନ୍ତ୍ର ବ୍ୟବସ୍ଥା କରିଛି କମିଶନରେଟ ପୁଲିସ । ବିସର୍ଜନ ପାଇଁ କରାଯାଇଛି ଅସ୍ଥାୟୀ ପୋଖରୀ । ଭସାଣ ପାଇଁ ଭୁବନେଶ୍ୱରରେ ୧୭ ପ୍ଲାଟୁନ ଫୋର୍ସ ମୁତୟନ ହେବେ ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ରାଜଧାନୀରେ ଭସାଣ ଉତ୍ସବ ପାଇଁ ୩ ଜଣ ଅତିରିକ୍ତ ଡିସିପି ଦାୟିତ୍ୱରେ ରହିବେ । ୬୫ ଡିସିବେଲରୁ ଅଧିକ ଉଚ୍ଚ ସ୍ୱରରେ ଡିଜେ ବାଜିବ ନାହିଁ । ଭୁବନେଶ୍ୱରରେ ୩ଟି ଭସାଣି କମିଟି ରହିଛି । ସମସ୍ତଙ୍କ ପାଇଁ ସ୍ୱତନ୍ତ୍ର ରୁଟ୍ ଲାଇନ ବ୍ୟବସ୍ଥା କରାଯାଇଛି । ଟ୍ରାଫିକରେ ଜାମ ସ୍ଥିତି ନଉପୁଜିବା ଉପରେ ଗୁରୁତ୍ୱ ଦିଆଯାଇଛି । ସୁରକ୍ଷା ଦୃଷ୍ଟିକୋଣରୁ ବାରିକେଡର ବ୍ୟବସ୍ଥା କରାଯାଇଛି ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର