ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ, ମେ ୧ରୁ ଜୁଲାଇ ୩୧ ଭିତରକନିକା ବନ୍ଦ

The Sakala Picture
Published On

ରାଜନଗର: ସରୀସୃପଙ୍କ ନନ୍ଦନକାନନ ବିଶ୍ୱ ପ୍ରସିଦ୍ଧ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ […]

ରାଜନଗର: ସରୀସୃପଙ୍କ ନନ୍ଦନକାନନ ବିଶ୍ୱ ପ୍ରସିଦ୍ଧ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ରାଜନଗର ଡିଏଫଓ ସୁଦର୍ଶନ ଗୋପିନାଥ ଯାଦବ ସୂଚନା ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

30 Apr 2023 By The Sakala

ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ଆରମ୍ଭ, ମେ ୧ରୁ ଜୁଲାଇ ୩୧ ଭିତରକନିକା ବନ୍ଦ

ରାଜନଗର: ସରୀସୃପଙ୍କ ନନ୍ଦନକାନନ ବିଶ୍ୱ ପ୍ରସିଦ୍ଧ କେନ୍ଦ୍ରାପଡ଼ା ଜିଲ୍ଲାର ଭିତରକନିକା ଜାତୀୟ ଉଦ୍ୟାନରେ ପ୍ରବାହିତ ନଦୀ ନାଳରେ ବସବାସ କରୁଥିବା ବଉଳା କୁମ୍ଭୀରଙ୍କ ପ୍ରଜନନ ଋତୁ ପାଖେଇ ଆସୁଛି। ଏହାକୁ ଆଖି ଆଗରେ ରଖି ଉଭୟ ପର୍ଯ୍ୟଟକ ଓ କୁମ୍ଭୀରଙ୍କ ସୁରକ୍ଷା ଦୃଷ୍ଟିରୁ ରାଜନଗର ବନ ବିଭାଗ ପକ୍ଷରୁ ମେ ୧ ତାରିଖରୁ ଜୁଲାଇ ୩୧ ପର୍ଯ୍ୟନ୍ତ ଦୀର୍ଘ ଭିତରକନିକା ଜାତୀୟ ଉଦ୍ୟାନ ବନ୍ଦ ରହିବ। ଏହି ସମୟ ଭିତରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକା ଭ୍ରମଣ ଓ ପ୍ରବେଶ ବନ୍ଦ ରହିବ। ପ୍ରଜନନ ଋତୁ ସମୟରେ କୁମ୍ଭୀର ହେନ୍ତାଳ ଓ ଖରଖରି ପତ୍ରରେ ବସା ବାନ୍ଧିଥାନ୍ତି। ନଦୀ କୂଳଠାରୁ ଜୁଆର ଛୁଇଁ ପାରୁ ନ ଥିବା ନିରାପଦ ସ୍ଥାନରେ ଏମାନେ ବସା ବାନ୍ଧି ଅଣ୍ଡା ଦେଇଥାନ୍ତି। ଏହି ସମୟରେ କୁମ୍ଭୀର ହିଂସ୍ର ହୋଇଥାନ୍ତି। ସେମାନଙ୍କୁ ବାଧା ଦେଖାଦେଲେ ଆକ୍ରମଣ କରିବାକୁ ପଛାଇ ନ ଥାନ୍ତି। ଏହାକୁ ଦୃଷ୍ଟିରେ ରଖି ୩ମାସ ପର୍ଯ୍ୟନ୍ତ ଜାତୀୟ ଉଦ୍ୟାନରେ ପ୍ରବେଶ ଓ ଭ୍ରମଣ ପାଇଁ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ କଟକଣା ଜାରି କରାଯାଇଥିବା ରାଜନଗର ଡିଏଫଓ ସୁଦର୍ଶନ ଗୋପିନାଥ ଯାଦବ ସୂଚନା ଦେଇଛନ୍ତି।

https://www.thesakala.in/latest-odisha-news/bhitarakanika-closed-from-may-1-to-july-31/article-21220
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର