ଆଜିଠୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

ପଟ୍ଟାମୁଣ୍ଡାଇ: ରବିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତି ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀର ଗଣନା ପାଇଁ ୧୦ ଦିନ ବନ୍ଦ ରହିବ ଭିତରକନିକା । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା ରବିବାର ଠାରୁ ଆରମ୍ଭ କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ ନାଳ ଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ […]

ପଟ୍ଟାମୁଣ୍ଡାଇ: ରବିବାରଠାରୁ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା ଜାତୀୟ ଉଦ୍ୟାନ । ଆଜିଠୁ ୧୧ ତାରିଖ ପର୍ଯ୍ୟନ୍ତି ଭିତରକନିକା ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ । ବଉଳା କୁମ୍ଭୀର ଗଣନା ପାଇଁ ୧୦ ଦିନ ବନ୍ଦ ରହିବ ଭିତରକନିକା । ବିରଳ ବଉଳା କୁମ୍ଭୀରମାନଙ୍କ ଏନ୍ତୁଡିଶାଳ ଭିତରକନିକାରେ କୁମ୍ଭୀର ଗଣନା ରବିବାର ଠାରୁ ଆରମ୍ଭ କରାଯିବ। ଭିତରକନିକା ଜାତୀୟ ଉଦ୍ୟାନ ଓ ଜାତୀୟ ଉଦ୍ୟାନ ବାହାରେ ଥିବା ନଦୀ ନାଳ ଗୁଡିକରେ କୁମ୍ଭୀରମାନଙ୍କର ଗଣନା କରାଯିବ । କୁମ୍ଭୀର ଗଣନା ସମୟରେ ଭିତରକନିକା ଜାତୀୟ ଉଦ୍ୟାନକୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରଖାଯିବ ।

ଆହୁରି ପଢ଼ନ୍ତୁ: ବଦଳିବ ଦଶମ ପାଠ୍ୟକ୍ରମ: ଦଶମ ଓ ଦ୍ବାଦଶ ଶ୍ରେଣୀ ପାଇଁ ହେବ ଗୋଟିଏ ବୋର୍ଡ

ମୋଟ ୨୨ଟି ଟିମ୍, ୫୨ଟି ସେଗେମେଣ୍ଟ ସାହାଯ୍ୟରେ ବଉଳା କୁମ୍ଭୀର ଗଣନା କରିବେ । ଏ ବର୍ଷ ପ୍ରଥମଥର ପାଇଁ ପଲିଗନ୍ ସର୍ଚ୍ଚ ମୋବାଇଲ ଆପରେ କରାଯିବ କୁମ୍ଭୀର ଗଣନା । ଡକ୍ଟର ସୁଧାକର କରଙ୍କ ନେତୃତ୍ଵରେ ଗଣନା କରାଯିବ । ଉଭୟ ଦିନ ଓ ରାତ୍ରି ସମୟରେ କୁମ୍ଭୀର ଗଣନା କାର୍ଯ୍ୟ କରାଯିବ ବୋଲି ସୂଚନା ମିଳିଛି ।

ଆହୁରି ପଢ଼ନ୍ତୁ: ସ୍କୁଲ ଗେଟ୍ ନିକଟରେ ଶିକ୍ଷକଙ୍କୁ କାଠ ଫାଳିଆରେ ଆକ୍ରମଣ, ପୋଲିସର ତଦନ୍ତ ଜାରି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର