ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

The Sakala Picture
Published On

ରାଜନଗର: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ଅଗଷ୍ଟ ୧ ତାରିଖରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। […]

ରାଜନଗର: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ଅଗଷ୍ଟ ୧ ତାରିଖରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ପୂର୍ବରୁ ଏହି କଟକଣା ଥିଲେ ମଧ୍ୟ କେତେକାଂଶରେ ପର୍ଯ୍ୟଟକ ପଲିଥିନ ଭିତରକୁ ନେଇ ଏଣେତେଣେ ଫୋପାଡିବା ସହ ନଦୀ ନାଳରେ ମଧ୍ୟ ଫିଙ୍ଗୁଥିଲେ। ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା ଜୈବ ବିବିଧତା ସନ୍ତୁଳନ ରକ୍ଷା କରିବାରେ ବ୍ୟାଘାତ ସୃଷ୍ଟି କରୁଛି। ଏ ନେଇ ପର୍ଯ୍ୟଟକଙ୍କୁ ବନବିଭାଗ ପକ୍ଷରୁ ସଚେତନ କରାଯିବ।

ଆହୁରି ପଢ଼ନ୍ତୁ: ବୁର୍ଲା ଭିସୁଟ୍‌ରେ ଛାତ୍ରଛାତ୍ରୀଙ୍କ ଆନ୍ଦୋଳନ: ନିମ୍ନମାନର ହଷ୍ଟେଲ ଖାଦ୍ୟ ସହ ବିଭିନ୍ନ ସମସ୍ୟାର ସମାଧାନ ଦାବିରେ ଧାରଣା

ଏଥିସହ ପର୍ଯ୍ୟଟକଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ଭିତରକନିକାର ବିଭିନ୍ନ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯିବ। ସୁସ୍ଥ ପରିବେଶ ଓ ଭିତରକନିକା ଜୈବ ବିବିଧତାର ସୁରକ୍ଷା ପାଇଁ ପର୍ଯ୍ୟଟକମାନେ ଏହି ପଲିଥିନ ଓ ପ୍ଲାଷ୍ଟିକ ମୁକ୍ତ ଭିତରକନିକା ଗଢିବାରେ ସହଯୋଗର ହାତ ବଢେଇବାକୁ କନିକା ରେଞ୍ଜ ଅଫିସର ମାନସ କୁମାର ଦାସ ନିବେଦନ କରିଛନ୍ତି। ପଲିଥିନ ବଦଳରେ କପଡ଼ା, କାଗଜ ଓ ଝୋଟରେ ପ୍ରସ୍ତୁତ ବ୍ୟାଗରେ ବ୍ୟବହାର୍ଯ୍ୟ ସାମଗ୍ରୀ ଭିତରକନିକା ମଧ୍ୟକୁ ନେବାକୁ ଅନୁରୋଧ କରାଯାଇଛି।

ଆହୁରି ପଢ଼ନ୍ତୁ: ସୁନ୍ଦରଗଡ ଜିଲ୍ଲାରେ ନିକ୍ଷୟ ମିତ୍ର ପଦକ୍ଷେପ ଜରିଆରେ ଯକ୍ଷ୍ମା ରୋଗୀମାନଙ୍କୁ ସହାୟତା କରୁଛି ବେଦାନ୍ତ ଆଲୁମିନିୟମ

26 Jul 2022 By The Sakala

ଅଗଷ୍ଟ ୧ରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ରାଜନଗର: ବିଶ୍ୱ ପ୍ରସିଦ୍ଧ ଭିତରକନିକା ଏବେ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିଛି। କୁମ୍ଭୀରଙ୍କ ପ୍ରଜନନ ଋତୁ ପାଇଁ ପ୍ରତିବର୍ଷ ମଇ ୧ରୁ ଜୁଲାଇ ୩୧ ତାରିଖ ୩ ମାସ ଧରି ଭିତରକନିକା ବନ୍ଦ ରହିଥାଏ। ଏହି ସମୟରେ ଦେଶ ବିଦେଶର ପର୍ଯ୍ୟଟକଙ୍କ ଭିତରକନିକାରେ ପ୍ରବେଶ ଉପରେ କଟକଣା ଥାଏ। ଅଗଷ୍ଟ ୧ ତାରିଖରୁ ଦେଶ ବିଦେଶର ପର୍ଯ୍ୟଟକଙ୍କ ପାଇଁ ଭିତରକନିକା ଜାତୀୟ ଉଦ୍ୟାନ ଖୋଲିବ। ଏଥିପାଇଁ ବନବିଭାଗ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଅଗଷ୍ଟ ୧ ତାରିଖରୁ ଭିତରକନିକା ଜାତୀୟ ଉଦ୍ୟାନ ମଧ୍ୟକୁ ପଲିଥିନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି। ପୂର୍ବରୁ ଏହି କଟକଣା ଥିଲେ ମଧ୍ୟ କେତେକାଂଶରେ ପର୍ଯ୍ୟଟକ ପଲିଥିନ ଭିତରକୁ ନେଇ ଏଣେତେଣେ ଫୋପାଡିବା ସହ ନଦୀ ନାଳରେ ମଧ୍ୟ ଫିଙ୍ଗୁଥିଲେ। ପଲିଥିନ ଓ ପ୍ଲାଷ୍ଟିକ ଆବର୍ଜନା ଜୈବ ବିବିଧତା ସନ୍ତୁଳନ ରକ୍ଷା କରିବାରେ ବ୍ୟାଘାତ ସୃଷ୍ଟି କରୁଛି। ଏ ନେଇ ପର୍ଯ୍ୟଟକଙ୍କୁ ବନବିଭାଗ ପକ୍ଷରୁ ସଚେତନ କରାଯିବ।

ଏଥିସହ ପର୍ଯ୍ୟଟକଙ୍କୁ ଶୁଦ୍ଧ ପାନୀୟଜଳ ଯୋଗାଇ ଦେବାକୁ ଭିତରକନିକାର ବିଭିନ୍ନ ସ୍ଥାନରେ ପାନୀୟ ଜଳର ବ୍ୟବସ୍ଥା କରାଯିବ। ସୁସ୍ଥ ପରିବେଶ ଓ ଭିତରକନିକା ଜୈବ ବିବିଧତାର ସୁରକ୍ଷା ପାଇଁ ପର୍ଯ୍ୟଟକମାନେ ଏହି ପଲିଥିନ ଓ ପ୍ଲାଷ୍ଟିକ ମୁକ୍ତ ଭିତରକନିକା ଗଢିବାରେ ସହଯୋଗର ହାତ ବଢେଇବାକୁ କନିକା ରେଞ୍ଜ ଅଫିସର ମାନସ କୁମାର ଦାସ ନିବେଦନ କରିଛନ୍ତି। ପଲିଥିନ ବଦଳରେ କପଡ଼ା, କାଗଜ ଓ ଝୋଟରେ ପ୍ରସ୍ତୁତ ବ୍ୟାଗରେ ବ୍ୟବହାର୍ଯ୍ୟ ସାମଗ୍ରୀ ଭିତରକନିକା ମଧ୍ୟକୁ ନେବାକୁ ଅନୁରୋଧ କରାଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର