କୁମ୍ଭୀର ଗଣନା ପାଇଁ କାଲିଠୁ ୧୦ ତାରିଖ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଭିତରକନିକା

Madhusudan Das Picture
Published On

କେନ୍ଦ୍ରାପଡ଼ା: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ବନ୍ଦ ରହିବ ଭିତରକନିକା । କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ । ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ କୁମ୍ଭୀର ଗଣନା । କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ । ଏହି ସମୟରେ ପର୍ଯ୍ୟଟକ ମାନଙ୍କୁ ଭିତରକନିକା ବୁଲି ନଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି । ବଉଳା କୁମ୍ଭୀର ବିଶାରଦ ଡକ୍ଟର ସୁଧାକର କର, ରାଜନଗର ଡିଏଫ୍ଓ ଭରଦ୍ୱାଜ ଗାୟକୱାଡଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ଏହି ଗଣନା କାର୍ଯ୍ୟ କରାଯିବ । ଏହି ୩ ଦିନ ବନଖଣ୍ଡ ପକ୍ଷରୁ ୫୧ ଟି ଜାଗାରେ କୁମ୍ଭୀର ଗଣନା କରାଯିବ ।

ଆହୁରି ପଢ଼ନ୍ତୁ: ହାଡ଼ଭଙ୍ଗା ଶୀତ ସାଙ୍ଗକୁ କଲବଲ କରୁଛି ଘନ କୁହୁଡ଼ି, ଅସ୍ତବ୍ୟସ୍ତ ଜନଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp