ରାଜଧାନୀ ଭୁବନେଶ୍ୱରରେ ହୋଇଛି ଶତ ପ୍ରତିଶତ କୋଭିଡ ଟିକାକରଣ – ବିଏମସି

The Sakala Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ କୋଭିଡ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ବିଭିନ୍ନ ବର୍ଗରେ ମୋଟ ୯ଲକ୍ଷ ୭ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ଲକ୍ଷ ୧୪ହଜାର ଡୋଜ ଦେବାକୁ ରହିଥିଲା ଲକ୍ଷ୍ୟ । ଗତକାଲି ସୁଦ୍ଧା ୧୮ଲକ୍ଷ ୩୫ହଜାର ୯୦୩ ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ ୧୦ଲକ୍ଷ ୫୯ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି […]

ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ କୋଭିଡ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ବିଭିନ୍ନ ବର୍ଗରେ ମୋଟ ୯ଲକ୍ଷ ୭ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ଲକ୍ଷ ୧୪ହଜାର ଡୋଜ ଦେବାକୁ ରହିଥିଲା ଲକ୍ଷ୍ୟ । ଗତକାଲି ସୁଦ୍ଧା ୧୮ଲକ୍ଷ ୩୫ହଜାର ୯୦୩ ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ ୧୦ଲକ୍ଷ ୫୯ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି । ୭ଲକ୍ଷ ୭୬ହଜାର ୧୫୦ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି । ତେବେ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯାଉଥିବା ବେଳେ ଏଠାରେ ଟିକାର ଅଭାବ ନାହିଁ । ବର୍ତ୍ତମାନ ମଧ୍ୟ ସମସ୍ତ ଟିକା କେନ୍ଦ୍ର ଖୋଲା ରହିଛି । ଭୁବନେଶ୍ୱର ରାଜଧାନୀ ହୋଇଥିବାରୁ ଏଠାକୁ ଦୈନିକ ବାହାରୁ ଅନେକ ଲୋକ ଆସନ୍ତି । ଟିକା ପାଇଁ କାହାକୁ ମନା କରାଯାଇପାରିବ ନାହିଁ । ଭୁବନେଶ୍ୱରବାସୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଛି । ବର୍ତ୍ତମାନ ବାହାରର ଲୋକଙ୍କୁ ମଧ୍ୟ ଟିକା ଦିଆଯାଉଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

31 Jul 2021 By The Sakala

ରାଜଧାନୀ ଭୁବନେଶ୍ୱରରେ ହୋଇଛି ଶତ ପ୍ରତିଶତ କୋଭିଡ ଟିକାକରଣ – ବିଏମସି

ଭୁବନେଶ୍ୱର: ଭୁବନେଶ୍ୱରରେ ଶତ ପ୍ରତିଶତ କୋଭିଡ ଟିକାକରଣ ହୋଇଛି । ଜୁଲାଇ ଶେଷ ସୁଦ୍ଧା ଥିବା ଟାର୍ଗେଟ ପୂରଣ ହୋଇଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ । ବିଭିନ୍ନ ବର୍ଗରେ ମୋଟ ୯ଲକ୍ଷ ୭ହଜାର ଲୋକଙ୍କୁ ଦୁଇଟି ଡୋଜ ହିସାବରେ ୧୮ଲକ୍ଷ ୧୪ହଜାର ଡୋଜ ଦେବାକୁ ରହିଥିଲା ଲକ୍ଷ୍ୟ । ଗତକାଲି ସୁଦ୍ଧା ୧୮ଲକ୍ଷ ୩୫ହଜାର ୯୦୩ ଡୋଜ ଟିକା ଦିଆଯାଇଛି । ସେଥିମଧ୍ୟରୁ ୧୦ଲକ୍ଷ ୫୯ହଜାର ୭୫୩ ଜଣ ପ୍ରଥମ ଡୋଜ ନେଇସାରିଛନ୍ତି । ୭ଲକ୍ଷ ୭୬ହଜାର ୧୫୦ଜଣ ଉଭୟ ଡୋଜ ଟିକା ନେଇ ସାରିଛନ୍ତି । ତେବେ ଭୁବନେଶ୍ୱରରେ କୋଭାକ୍ସିନ ଟିକା ଦିଆଯାଉଥିବା ବେଳେ ଏଠାରେ ଟିକାର ଅଭାବ ନାହିଁ । ବର୍ତ୍ତମାନ ମଧ୍ୟ ସମସ୍ତ ଟିକା କେନ୍ଦ୍ର ଖୋଲା ରହିଛି । ଭୁବନେଶ୍ୱର ରାଜଧାନୀ ହୋଇଥିବାରୁ ଏଠାକୁ ଦୈନିକ ବାହାରୁ ଅନେକ ଲୋକ ଆସନ୍ତି । ଟିକା ପାଇଁ କାହାକୁ ମନା କରାଯାଇପାରିବ ନାହିଁ । ଭୁବନେଶ୍ୱରବାସୀଙ୍କୁ ପ୍ରାଥମିକତା ଭିତ୍ତିରେ ଟିକା ଦିଆଯାଇଛି । ବର୍ତ୍ତମାନ ବାହାରର ଲୋକଙ୍କୁ ମଧ୍ୟ ଟିକା ଦିଆଯାଉଥିବା କହିଛନ୍ତି ବିଏମସି ଅତିରିକ୍ତ କମିଶନର ଲକ୍ଷ୍ମୀକାନ୍ତ ସେଠୀ ।

https://www.thesakala.in/latest-odisha-news/bhubaneswar-becomes-first-city-in-100-percent-covid-vaccinated/article-4254
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର