ଡକ୍ଟର ବି.ଆର୍‌ ଆମ୍ବେଦକରଙ୍କ ନାଁରେ ନାମିତ ହେବ ଭୁବନେଶ୍ବର ବରମୁଣ୍ଡା ବସ୍‌ଷ୍ଟାଣ୍ଡ

The Sakala Picture
Published On

ଭୁବନେଶ୍ବର: ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ। ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ ଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ […]

ଭୁବନେଶ୍ବର: ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକ ନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତ ହେବ। ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସ ଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବା ସାହେବ ଭୀମ ରାଓ ଆମ୍ବେଦକର ବସ୍ ଟର୍ମିନାଲ ଭାବରେ ପରିଚିତ ହେବ।

ଆହୁରି ପଢ଼ନ୍ତୁ: ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଘୋଷଣା: ଦୁର୍ଘଟଣାରେ ମୃତ୍ୟୁ ବା ସ୍ଥାୟୀ ବିକଳାଙ୍ଗ ହେଲେ ମିଳିବ ୨ ଲକ୍ଷ ଟଙ୍କାର ସହାୟତା ରାଶି

ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀ ନେତା ସମର୍ପିତ ସମାଜ ସଂସ୍କାରକ ଥିଲେ। ସମାଜର ଦଳିତ ନିଷ୍ପେଶିତଙ୍କ ପାଇଁ ସେ ଥିଲେ ଆଶାର ଆଲୋକ। ଏକ ନ୍ୟାୟ ପୂର୍ଣ୍ଣ ସମାଜ ଗଠନ ପାଇଁ ସେ ସାରା ଜୀବନ କାମ କରିଯାଇଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣ ଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡରେ ୯୦୦ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ. ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟର ଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶ କୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ। ଭାରତୀୟ ସମ୍ବିଧାନ ର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନ ଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶ ହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟ ମାଧ୍ୟମ ହେବ। ଏହାକୁ ଦୃଷ୍ଟିରେ ରଖି ଏଠାରେ ଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ କରାଯିବା ସହ ନିରାପତ୍ତା ପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର