ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଅର୍ଥନୈତିକ କରିଡର ଶୁଭାରମ୍ଭ । ଅର୍ଥନୈତିକ କରିଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ କନଭେନସନରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ବିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କରିଡର ଦ୍ୱାରା ଏହି ଅଂଚଳ ଗୁଡିକରେ ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତି ଭାବେ ପ୍ରୋତ୍ସାହିତ କରିବ। ଏହି ପ୍ରକଳ୍ପ ଦ୍ଵାରା ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ ଲଜିଷ୍ଟିକ୍ ହବରେ ପରିଣତ ହୋଇପାରିବ।

ଆହୁରି ପଢ଼ନ୍ତୁ: ବିବାହ ପାଇଁ ପ୍ରେମିକା ମନା କରିବାରୁ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ଏହି କରିଡରରେ ୪ଟି ଜିଲ୍ଲା ପୁରୀ-ଖୋର୍ଦ୍ଧା-କଟକ-ଜଗତସିଂହପୁର ସାମିଲ କରାଯାଇଛି। ୧୧ ହଜାର ୮୯୨ ବର୍ଗ କିଲୋମିଟରରେ ଅଞ୍ଚଳ ଏହି କରିଡର ପରିବ୍ୟାପ୍ତ। ଏହି ଅଞ୍ଚଳର ସମନ୍ବିତ ଭିତ୍ତିଭୂମି ସଂସ୍କୃତି-ଅନୁକୂଳ, ନଵସୃଜନ ଅନୁକୂଳ, ପ୍ରକୃତି-ଅନୁକୂଳ ଆଧାରିତ। ପୁରୀର ସାଂସ୍କୃତିକ ଗରିମା, ପାରାଦୀପ ବନ୍ଦର ନଗର, ଆଇଟି ଏଜୁକେସନ ହବ ଭୁବନେଶ୍ୱର, ଐତିହ୍ୟ ସମ୍ପନ୍ନ କଟକ ସହର ଏ ଅଞ୍ଚଳକୁ ଭିନ୍ନ ପରିଚୟ ଦେବ। ୮୦ଟି ପ୍ରକଳ୍ପ ଓ ୩୦ଟି ଢାଞ୍ଚାଗତ ନୀତିକୁ ନେଇ ଯୋଜନା ପ୍ରସ୍ତୁତ ହୋଇଛି। ୨୦୨୫ରେ ରାଜ୍ୟର ଜିଡିପିକୁ ଏହି ୪ଟି ଅଞ୍ଚଳର ଅବଦାନ ୧୯ ପ୍ରତିଶତ, ୨୨.୩୮ ବିଲିଅନ ଡଲାର ରହିଛି। ୨୦୪୭ ସୁଦ୍ଧା ଏହି ଅଞ୍ଚଳର ଅବଦାନ ୧୫ ଗୁଣା ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଅର୍ଥାତ ୫୦୦ ବିଲିଅନ ଡଲାରକୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। 

ଆହୁରି ପଢ଼ନ୍ତୁ: ବିଜୁଙ୍କୁ ଅପମାନ: କୁଆଡେ଼ ଗଲେ ‘ଲିଗାସୀ’ ନେତା ?

07 Feb 2026 By Madhusudan Das

ଭୁବନେଶ୍ୱର-କଟକ-ପୁରୀ-ପାରାଦୀପ ଅର୍ଥନୈତିକ କରିଡର ଶୁଭାରମ୍ଭ

ଭୁବନେଶ୍ୱର: ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ଅର୍ଥନୈତିକ କରିଡର ଶୁଭାରମ୍ଭ । ଅର୍ଥନୈତିକ କରିଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଲୋକସେବା ଭବନ କନଭେନସନରେ ଅନୁଷ୍ଠିତ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଅନ୍ୟତମ ଅତିଥି ଭାବେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏବଂ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ବିସିପିପିଇଆର ଅଧୀନରେ ଅନେକ ଗୁଡିଏ ପ୍ରସ୍ତାବିତ ପ୍ରକଳ୍ପ ଗୁଡିକର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଏହି କରିଡର ଦ୍ୱାରା ଏହି ଅଂଚଳ ଗୁଡିକରେ ପର୍ଯ୍ୟଟନ ଭିତ୍ତିକ ସାଂସ୍କୃତିକ ଓ ଐତିହ୍ୟ ଅର୍ଥନୀତି ଭାବେ ପ୍ରୋତ୍ସାହିତ କରିବ। ଏହି ପ୍ରକଳ୍ପ ଦ୍ଵାରା ଓଡିଶା ପୂର୍ବ ଭାରତର ଏକ ପ୍ରମୁଖ ବନ୍ଦର ଭିତ୍ତିକ ଶିଳ୍ପ ଓ ଲଜିଷ୍ଟିକ୍ ହବରେ ପରିଣତ ହୋଇପାରିବ।

ଏହି କରିଡରରେ ୪ଟି ଜିଲ୍ଲା ପୁରୀ-ଖୋର୍ଦ୍ଧା-କଟକ-ଜଗତସିଂହପୁର ସାମିଲ କରାଯାଇଛି। ୧୧ ହଜାର ୮୯୨ ବର୍ଗ କିଲୋମିଟରରେ ଅଞ୍ଚଳ ଏହି କରିଡର ପରିବ୍ୟାପ୍ତ। ଏହି ଅଞ୍ଚଳର ସମନ୍ବିତ ଭିତ୍ତିଭୂମି ସଂସ୍କୃତି-ଅନୁକୂଳ, ନଵସୃଜନ ଅନୁକୂଳ, ପ୍ରକୃତି-ଅନୁକୂଳ ଆଧାରିତ। ପୁରୀର ସାଂସ୍କୃତିକ ଗରିମା, ପାରାଦୀପ ବନ୍ଦର ନଗର, ଆଇଟି ଏଜୁକେସନ ହବ ଭୁବନେଶ୍ୱର, ଐତିହ୍ୟ ସମ୍ପନ୍ନ କଟକ ସହର ଏ ଅଞ୍ଚଳକୁ ଭିନ୍ନ ପରିଚୟ ଦେବ। ୮୦ଟି ପ୍ରକଳ୍ପ ଓ ୩୦ଟି ଢାଞ୍ଚାଗତ ନୀତିକୁ ନେଇ ଯୋଜନା ପ୍ରସ୍ତୁତ ହୋଇଛି। ୨୦୨୫ରେ ରାଜ୍ୟର ଜିଡିପିକୁ ଏହି ୪ଟି ଅଞ୍ଚଳର ଅବଦାନ ୧୯ ପ୍ରତିଶତ, ୨୨.୩୮ ବିଲିଅନ ଡଲାର ରହିଛି। ୨୦୪୭ ସୁଦ୍ଧା ଏହି ଅଞ୍ଚଳର ଅବଦାନ ୧୫ ଗୁଣା ବୃଦ୍ଧି କରିବାକୁ ଲକ୍ଷ୍ୟ ରହିଛି। ଅର୍ଥାତ ୫୦୦ ବିଲିଅନ ଡଲାରକୁ ପହଞ୍ଚାଇବାକୁ ଲକ୍ଷ୍ୟ ରଖାଯାଇଛି। 

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର