ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ରାଜ୍ୟ ସରକାରଙ୍କ ଦ୍ୱାରା ଗୃହୀତ

Madhusudan Das Picture
Published On

ଭୁବନେଶ୍ୱର: ଓଡ଼ିଶା ସରକାର ଭୁବନେଶ୍ୱର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ପତ୍ରକୁ ଗ୍ରହଣ କରିଛନ୍ତି। ଆଇପିଏସ୍ ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କରିବା ସହ ରାଜ୍ୟ ସରକାର ଇସ୍ତଫାପତ୍ର ଗୃହ ମନ୍ତ୍ରଣାଳୟକୁ ପଠାଇଛନ୍ତି।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରୁ କୁଆଖାଇ ନଦୀକୁ ଦେଇଥିବା ଅଟୋ ଚାଳକଙ୍କ ମୃତଦେହ ଉଦ୍ଧାର

୨୦୧୩ ବ୍ୟାଚର ଏହି ଆଇପିଏସ୍ ଅଧିକାରୀ ବ୍ୟକ୍ତିଗତ କାରଣ ଦର୍ଶାଇ ସର୍ବଭାରତୀୟ ସେବାରୁ ଇସ୍ତଫା ଦେଇଥିଲେ। ପରିବାର ଏବଂ ବନ୍ଧୁମାନଙ୍କ ସହ ଆଲୋଚନା କରିବା ପରେ ସେ ଏହି ନିଷ୍ପତ୍ତି ନେଇଛନ୍ତି ବୋଲି ଜଗମୋହନ ମୀନା ପ୍ରକାଶ କରିବା ସହ ତାଙ୍କ ବ୍ୟକ୍ତିଗତ ଗୋପନୀୟତାକୁ ସମ୍ମାନ ଦେବାକୁ ଅନୁରୋଧ କରିଥିଲେ। ତେବେ ତାଙ୍କର ଭବିଷ୍ୟତ ଯୋଜନା ବିଷୟରେ ସେ କିଛି ପ୍ରକାଶ କରିନାହାଁନ୍ତି। 

ଆହୁରି ପଢ଼ନ୍ତୁ: ମହଙ୍ଗା ପଡ଼ିଲା ମଦ୍ୟପାନ; ସ୍କୁଲ୍ ପରିସରରେ ମଦ ପିଇ ପ୍ରଧାନ ଶିକ୍ଷକ ନିଲମ୍ବିତ

ଭୁବନେଶ୍ୱର ଡିସିପି ଭାବରେ ଅବସ୍ଥାପିତ ହେବା ପୂର୍ବରୁ ଜଗମୋହନ ମୀନା ମାଲକାନଗିରି, ଅନୁଗୁଳ ଏବଂ ଗଞ୍ଜାମ ଜିଲ୍ଲାର ଏସପି ଭାବରେ କାର୍ଯ୍ୟ କରିଥିଲେ। ଏହା ସହିତ ସେ କଟକର ଡିସିପି ଭାବରେ ମଧ୍ୟ ସଫଳତାର ସହ ଦାୟିତ୍ୱ ତୁଲାଇଥିଲେ। ଆଇପିଏସରେ ଯୋଗଦେବା ପୂର୍ବରୁ ସେ ଦେଶର ଅଗ୍ରଣୀ ଶିକ୍ଷାନୁଷ୍ଠାନ ଆଇଆଇଟି କାନପୁର (IIT Kanpur) ରୁ ଏରୋସ୍ପେସ୍ ଇଞ୍ଜିନିୟରିଂରେ ନିଜର ବି.ଟେକ୍ (B.Tech) ଏବଂ ଏମ୍.ଟେକ୍ (M.Tech) ଡିଗ୍ରୀ ହାସଲ କରିଥିଲେ।

ଆହୁରି ପଢ଼ନ୍ତୁ: ଭିଜିଲାନ୍ସ ଜାଲରେ ଏସଟି ଏବଂ ଏସସି ବିଭାଗର ୨ ଅଡିଟର, ୧୪ ଲକ୍ଷରୁ ଊର୍ଦ୍ଧ୍ୱ ସନ୍ଦିଗ୍ଧ ଲାଞ୍ଚ ଟଙ୍କା ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର