ଆସନ୍ତା ୧୩ରେ ରାଜଧାନୀ ପ୍ରତିଷ୍ଠା ଦିବସ; ୧୪ରେ ମାରାଥନ୍‌‌, ୧୫ରେ ସାଇକ୍ଲୋଥନ୍‌‌

The Sakala Picture
Published On

ଭୁବନେଶ୍ୱର: ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ୍‌‌ ଜୟନ୍ତୀ ପାଳନ କରାଯାଉଥିବାରୁ ଉତ୍ସବକୁ ଆକର୍ଷଣୀୟ ସହକାରେ ପାଳନ କରାଯିବ। ଉତ୍ସବର ପ୍ରଥମଦିନ ସକାଳେ ବିଧାନସଭା ସୌଧ ସମ୍ମୁଖରେ […]

ଭୁବନେଶ୍ୱର: ଆସନ୍ତା ୧୩ରୁ ୧୫ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ଭୁବନେଶ୍ୱରରେ ଅନୁଷ୍ଠିତ ହେବାକୁ ଥିବା ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ପାଳନ ଉପଲକ୍ଷେ ଏକ ଉଚ୍ଚସ୍ତରୀୟ ସମନ୍ୱୟ ବୈଠକ ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁଗର୍ଗଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ଭୁବନେଶ୍ୱର ରାଜଧାନୀ ପ୍ରତିଷ୍ଠାର ପ୍ଲାଟିନମ୍‌‌ ଜୟନ୍ତୀ ପାଳନ କରାଯାଉଥିବାରୁ ଉତ୍ସବକୁ ଆକର୍ଷଣୀୟ ସହକାରେ ପାଳନ କରାଯିବ। ଉତ୍ସବର ପ୍ରଥମଦିନ ସକାଳେ ବିଧାନସଭା ସୌଧ ସମ୍ମୁଖରେ ଥିବା ରାଜଧାନୀ ପ୍ରତିଷ୍ଠା ଫଳକରେ ପୁଷ୍ପଗୁଚ୍ଛ ଅର୍ପଣ, ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବିଶିଷ୍ଟ ବ୍ୟକ୍ତିବିଶେଷଙ୍କୁ ରାଜଧାନୀ ଗୌରବ ସମ୍ମାନ ପ୍ରଦାନ, ଛାତ୍ରଛାତ୍ରୀଙ୍କ ଦ୍ୱାରା ପରେଡ୍‌‌ ଓ ଏକ କଫିଟେବୁଲ ପୁସ୍ତକ ପ୍ରକାଶନ ସମ୍ପର୍କରେ ବୈଠକରେ ଆଲୋଚନା କରାଯାଇଛି। ସେହିପରି ୩ଦିନ ଧରି ଉତ୍କଳ ମଣ୍ଡପରେ ସଂସ୍କୃତି ବିଭାଗ ପକ୍ଷରୁ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ।

ଆହୁରି ପଢ଼ନ୍ତୁ: ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରି ଗଛରେ ଟାଙ୍ଗି ଦେଲେ ଦୁର୍ବୁତ୍ତ !

ଏହାସହିତ ବିଏମ୍‌‌ସିର ପ୍ରତ୍ୟେକ ୱାର୍ଡସ୍ତରରେ ଉତ୍ସବ ପାଳନ କରାଯିବ। ୱାର୍ଡ ସଫେଇଠାରୁ ଆରମ୍ଭ କରି ନୃତ୍ୟ, ସଙ୍ଗୀତ, ରଙ୍ଗୋଲି, ଚିତ୍ରାଙ୍କନ ଆଦି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଭିନ୍ନ ୱାର୍ଡରେ ଉଲ୍ଲେଖନୀୟ କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କୁ ପୁରସ୍କୃତ ମଧ୍ୟ କରାଯିବ। ବିଭିନ୍ନ ଉନ୍ନୟନ ପ୍ରକଳ୍ପ ଶିଳାନ୍ୟାସ ଓ ଉଦ୍‌‌ଘାଟନ କରାଯିବ। ରାଜଧାନୀ ପ୍ରତିଷ୍ଠା ଶିଳାନ୍ୟାସ ଫଳକ ଓ ଏହାର ପରିସରକୁ ପରିଷ୍କାର ପରିଚ୍ଛନ୍ନ ଓ ସୌନ୍ଦର୍ଯ୍ୟକରଣ କରାଯିବ। କେଶରୀ ଟକିଜ୍‌‌, ଏଜି ଛକ ଓ ମାଷ୍ଟରକ୍ୟାଣ୍ଟିନ୍‌‌ ଛକରେ ୩ଟି ସୁଦୃଶ୍ୟ ସ୍ୱାଗତ ତୋରଣ ଲଗାଯିବ। ଉତ୍ସବସ୍ଥଳରେ ଅତିଥିମାନଙ୍କ ବସିବା ପାଇଁ ବ୍ୟାପକ ବ୍ୟବସ୍ଥା କରାଯିବ। ବିଭିନ୍ନ ସରକାରୀ ଓ ବେସରକାରୀ ବିଦ୍ୟାଳୟ ଓ ମହାବିଦ୍ୟାଳୟର କୋଠାବାଡ଼ି ଆଲୋକୀକରଣ, ବିଏମ୍‌‌ସି କାର୍ଯ୍ୟାଳୟ କୋଠା ଏବଂ ଜୟଦେବ ଭବନଠାରେ ଭୁବନେଶ୍ୱରର ଐତିହ୍ୟ, ବର୍ତ୍ତମାନ ଏବଂ ସଫଳତାକୁ ନେଇ ପ୍ରଦର୍ଶନୀ ଆୟୋଜନ କରାଯିବ।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ଏହାସହିତ ରକ୍ତଦାନ ଶିବିର, କାର୍ଯ୍ୟକ୍ରମସ୍ଥଳରେ ଅଗ୍ନିଶମ ସେବା ଓ ଆମ୍ବୁଲାନ୍ସ ସେବା ବ୍ୟବସ୍ଥା, ଉତ୍ସବ ଓ ପରେଡ୍‌‌ରେ ଅଂଶଗ୍ରହଣ କରୁଥିବା ଛାତ୍ରଛାତ୍ରୀ ଯାତାୟତ ପାଇଁ ବସ୍‌‌, ଟ୍ରାଫିକ୍‌‌ ନିୟନ୍ତ୍ରଣ, ପାନୀୟ ଜଳ, ପ୍ରମୁଖ ବରପୁତ୍ରମାନଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯିବ। ଏହି ଅବସରରେ ବିଏମ୍‌‌ସି ପକ୍ଷରୁ ୧୪ରେ ମାରାଥନ୍‌‌ ଓ ୧୫ରେ ସାଇକ୍ଲୋଥନ୍‌‌ ଅନୁଷ୍ଠିତ ହେବ ବୋଲି ବିଏମ୍‌‌ସି କମିଶନର ବିଜୟ ଅମୃତା କୁଲାଙ୍ଗେ ବୈଠକରେ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

ବୈଠକରେ ସୂଚନା ଓ ଲୋକସମ୍ପର୍କ ବିଭାଗ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ, ପୁଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ, ବିଡିଏ ଉପାଧ୍ୟକ୍ଷ ବଲୱନ୍ତ ସିଂ, ପର୍ଯ୍ୟଟନ ବିଭାଗ ନିର୍ଦ୍ଦେଶକ ସଚିନ ରାମଚନ୍ଦ୍ର ଯାଦବ, ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଖୋର୍ଦ୍ଧା ଜିଲ୍ଲାପାଳ କେ ସୁଦର୍ଶନ ଚକ୍ରବର୍ତ୍ତୀ, ବିଏମ୍‌‌ସି ଅତିରିକ୍ତ କମିଶନର ସୂର୍ଯ୍ୟବଂଶୀ ମୟୂର ବିକାଶ, ଭୁବନେଶ୍ୱର ଡିସିପି ପ୍ରତୀକ ସିଂ, ଭୁବନେଶ୍ୱର ଅତିରିକ୍ତ ଜିଲ୍ଲାପାଳ ପ୍ରଫୁଲ୍ଲ କୁମାର ସ୍ୱାଇଁ, ସୂଚନା ଓ ଲୋକସମ୍ପର୍କ ନିର୍ଦ୍ଦେଶକ ସୁରେନ୍ଦ୍ରନାଥ ପରିଡ଼ାଙ୍କ ସମେତ ରାଜ୍ୟ ସ୍ୱରାଷ୍ଟ୍ର, ଗୃହ ଓ ନଗର ଉନ୍ନୟନ, ଉଚ୍ଚଶିକ୍ଷା, ବିଦ୍ୟାଳୟ ଓ ଗଣଶିକ୍ଷା ଆଦି ବିଭିନ୍ନ ବିଭାଗର ଅଧିକାରୀ ଅଂଶଗ୍ରହଣ କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପ୍ରତିଷ୍ଠା ଦିବସ ପାଳନ କମିଟିର ସଭାପତି ତଥା ବରିଷ୍ଠ ସାମ୍ବାଦିକ ପ୍ରଦୋଷ ପଟ୍ଟନାୟକ, ଉପସଭାପତି ପ୍ରଦ୍ୟୁମ୍ନ କୁମାର ମହାନ୍ତି ଏବଂ ସାଧାରଣ ସମ୍ପାଦକ ସନତ ମିଶ୍ର ପ୍ରମୁଖ ଯୋଗଦେଇ ମତବ୍ୟକ୍ତ କରିଥିଲେ। ଶ୍ରୀ କୁଲାଙ୍ଗେ ୭୫ତମ ରାଜଧାନୀ ପ୍ରତିଷ୍ଠା ଦିବସ ଉପଲକ୍ଷେ ବିଏମ୍‌‌ସି ପକ୍ଷରୁ କରାଯାଇଥିବା ବ୍ୟାପକ ପ୍ରସ୍ତୁତି ସମ୍ପର୍କରେ ପାୱାରପଏଣ୍ଟ ଉପସ୍ଥାପନା ମାଧ୍ୟମରେ ସବିଶେଷ ତଥ୍ୟ ରଖିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର