ହର୍ଣ୍ଣ ବଜାଇବାକୁ କେନ୍ଦ୍ର କରି ଭୁବନେଶ୍ୱରରେ ଲଙ୍କାକାଣ୍ଡ: ଏଏସଓ ଓ ସାମ୍ବାଦିକଙ୍କୁ ସଂଘବଦ୍ଧ ଆକ୍ରମଣ, ୩ ଅଟକ

Madhusudan Das Picture
Published On

ଭୁବନେଶ୍ୱର: ଭୁବନେଶ୍ୱରରେ ରୋଡ୍ ରେଜ୍ । ହର୍ଣ୍ଣ ମାରିବାକୁ ନେଇ ରାଜଧାନୀରେ ତୁମୁଳ କାଣ୍ଡ । ଗାଡ଼ିର ହର୍ଣ୍ଣ ମାରିବାକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ଏକ ବିବାଦ ଉଗ୍ର ରୂପ ନେଇଥିଲା। ଗାଡ଼ି ସାଇଡ୍ କରିବାକୁ ହର୍ଣ୍ଣ ବଜାଇବାରୁ ASOଙ୍କୁ ରାସ୍ତାରେ ନିର୍ଦ୍ଧୁମ ପିଟିଲେ। ରାସ୍ତାରେ ଯାଉଥିବା ସାମ୍ବାଦିକ ASOଙ୍କୁ ବଞ୍ଚାଇବାରୁ ସାମ୍ୱାଦିକଙ୍କୁ ମଧ୍ୟ କଲେ ଆକ୍ରମଣ।

ଆହୁରି ପଢ଼ନ୍ତୁ: ଟଙ୍କପାଣି ବ୍ରିଜରେ ଅଟୋ ରଖି କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି

ସୂଚନା ଅନୁଯାୟୀ, ଆକ୍ରମଣର ଶିକାର ହୋଇଥିବା ଏଏସଓଙ୍କ ନାମ ତାପସ ନାୟକ। ରାସ୍ତାରେ ଯାଉଥିବା ସମୟରେ ସେ ଦୁଇ ଜଣ ଯୁବକ ଏବଂ ଜଣେ ମହିଳାଙ୍କୁ ସାଇଡ୍ ଦେବା ପାଇଁ ହର୍ଣ୍ଣ ମାରିଥିଲେ। ଏଥିରେ ଉତ୍‌କ୍ଷିପ୍ତ ହୋଇ ସେହି ୩ ଜଣ ତାଙ୍କୁ ଗାଡ଼ିରୁ ରାସ୍ତା ଉପରକୁ ଟାଣି ଆଣି ନିସ୍ତୁକ ମାଡ଼ ମାରିଥିଲେ। ସେହି ରାସ୍ତା ଦେଇ ଯାଉଥିବା ଜଣେ ସାମ୍ବାଦିକ ଏହା ଦେଖି ଏଏସଓଙ୍କୁ ବଞ୍ଚାଇବାକୁ ଚେଷ୍ଟା କରିବାରୁ ତାଙ୍କ ଉପରେ ମଧ୍ୟ ଆକ୍ରମଣ କରାଯାଇଥିଲା।

ଆହୁରି ପଢ଼ନ୍ତୁ: କରଞ୍ଜିଆ ବନଖଣ୍ଡରୁ ହାତୀ ଶାବକର ମୃତଦେହ ଉଦ୍ଧାର, ମୃତ୍ୟୁର କାରଣ ଅସ୍ପଷ୍ଟ

ପ୍ରାଣ ବିକଳରେ ସାମ୍ବାଦିକ ଜଣକ ନିକଟସ୍ଥ ରବୀନ୍ଦ୍ର ମଣ୍ଡପ ଭିତରକୁ ପଶିଯାଇଥିଲେ। ତେବେ ଦୁର୍ବୃତ୍ତମାନେ ସେଠାରେ ପହଞ୍ଚି ତାଙ୍କୁ ଆକ୍ରମଣ କରିବା ସହ ସେଠାରେ ଥିବା ସୁରକ୍ଷାକର୍ମୀଙ୍କ ସହ ମଧ୍ୟ ଧସ୍ତାଧସ୍ତି କରିଥିଲେ। ଏହି ଖବର ପାଇ ଖାରବେଳ ନଗର ପୋଲିସ ଘଟଣାସ୍ଥଳରେ ପହଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବାକୁ ଚେଷ୍ଟା କରିଥିଲା। କିନ୍ତୁ ଅଭିଯୁକ୍ତମାନେ ପୋଲିସ ଅଧିକାରୀଙ୍କୁ ଠେଲାପେଲା କରିବା ସହ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିଥିଲେ।

ଆହୁରି ପଢ଼ନ୍ତୁ: ଘରୋଇକରଣ ପରେ ବହୁଗୁଣା ହୋଇପାରେ ବିମାନବନ୍ଦର ସେବା ଦେୟ, ୬୦ରୁ ୨୦୦ ଟଙ୍କା ହୋଇପାରେ ପାର୍କିଂ ଫି

ଏହି ସମ୍ପୂର୍ଣ୍ଣ ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ ହେବାରେ ଲାଗିଛି। ଦୀର୍ଘ ସମୟର ଧସ୍ତାଧସ୍ତି ପରେ ପୋଲିସ ଆହତ ଏଏସଓ ଏବଂ ସାମ୍ବାଦିକଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଡାକ୍ତରଖାନାରେ ଭର୍ତ୍ତି କରିଛି। ଅନ୍ୟପକ୍ଷରେ, ପୋଲିସ ଏହି ଘଟଣାରେ ସମ୍ପୃକ୍ତ ଥିବା ଦମ୍ପତିଙ୍କ ସମେତ ସମୁଦାୟ ୩ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି। ଘଟଣାର ଅଧିକ ତଦନ୍ତ ଜାରି ରହିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର