ଆଇଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳବଦଳ, ଶାଶ୍ବତ ମିଶ୍ର ଅର୍ଥ ଓ ଶକ୍ତି ସଚିବ

The Sakala Picture
Published On

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ ବୁଧବାର ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ ସାଧାରଣ ପ୍ରସାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଇଡ୍‌କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ଅତିରିକ୍ତ ଭାବେ ଏହି ଦାୟିତ୍ୱରେ ଥିବା ଆଇଏଏସ ହେମନ୍ତ ଶର୍ମାଙ୍କୁ ଦାୟିତ୍ୱମୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ […]

ଭୁବନେଶ୍ୱର: ରାଜ୍ୟରେ ଆଇଏଏସ ସ୍ତରରେ ବୁଧବାର ଏକ ବଡ଼ ଧରଣର ଅଦଳବଦଳ ହୋଇଛି। ଏନେଇ ସାଧାରଣ ପ୍ରସାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଜ୍ଞପ୍ତି ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ନିକୁଞ୍ଜ ବିହାରୀ ଧଳଙ୍କୁ ଇଡ୍‌କୋର ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ପୂର୍ବରୁ ଅତିରିକ୍ତ ଭାବେ ଏହି ଦାୟିତ୍ୱରେ ଥିବା ଆଇଏଏସ ହେମନ୍ତ ଶର୍ମାଙ୍କୁ ଦାୟିତ୍ୱମୁକ୍ତ କରାଯାଇଛି। ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ସୁରେନ୍ଦ୍ର କୁମାରଙ୍କୁ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ଏହି ବିଭାଗରେ ପୂର୍ବରୁ ଅତିରିକ୍ତ ଭାବେ କାର୍ଯ୍ୟରତ ଆଇଏଏସ ଜି. ମାଥିଭାଥନନ୍‌ଙ୍କୁ ଅପସାରିତ କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ପୁଣି ବନ୍ୟା ସ୍ଥିତି: ବିପଦ ସଙ୍କେତ ଉପରେ ସୁବର୍ଣ୍ଣରେଖା ଓ ବୈତରଣୀ, ଅନେକ ଗାଁ ଜଳମଗ୍ନ

ସେହିପରି ଜି. ମାଥିଭାଥନନ୍‌ଙ୍କ ମୂଳ ନିଯୁକ୍ତି ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପଦବୀରୁ ବଦଳି କରାଯାଇ ତାଙ୍କୁ ଗୋପବନ୍ଧୁ ପ୍ରଶାସନିକ ଏକାଡେମୀର ମହାନିର୍ଦ୍ଦେଶକ, ଟ୍ରେନିଂ ସଂଯୋଜନ ଭାବେ ବଦଳି କରାଯାଇଛି। ସେହିପରି ଶିଳ୍ପ ବିଭାଗର ପ୍ରମୁଖ ଶାସନ ସଚିବ ହେମନ୍ତ ଶର୍ମାଙ୍କୁ ଏମଏସଏମଇ ବିଭାଗର ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଶ୍ରୀ ଶର୍ମା ପୂର୍ବପରି ଇପିକଲ୍‌ର ଅଧ୍ୟକ୍ଷ ଭାବେ କାର୍ଯ୍ୟ ଜାରି ରଖିବେ ବୋଲି ବିଜ୍ଞପ୍ତିରେ କୁହାଯାଇଛି।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୂର୍ବରୁ ଏହି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ଶାଶ୍ୱତ ମିଶ୍ରଙ୍କୁ ଦାୟିତ୍ୱମୁକ୍ତ କରାଯାଇଛି। ରାଜ୍ୟପାଳଙ୍କ ପ୍ରମୁଖ ସଚିବ ଆଇଏଏସ ଶାଶ୍ୱତ ମିଶ୍ରଙ୍କୁ ଅର୍ଥ ଓ ଶକ୍ତି ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ଦିଆଯାଇଛି। ତେବେ ଶ୍ରୀ ମିଶ୍ର କାର୍ଯ୍ୟରେ ଯୋଗ ଦେବା ପରେ ଶକ୍ତି ବିଭାଗର ଅତିରିକ୍ତ ଦାୟିତ୍ୱ ତୁଲାଉଥିବା ବିଶାଲ ଦେବ ଦାୟିତ୍ୱମୁକ୍ତ ହେବେ। ତେବେ ଶ୍ରୀ ଦେବ ନୂତନ ଭାବେ ଇଲେକ୍ଟ୍ରୋନିକ୍ସ ଏବଂ ଆଇଟି ବିଭାଗର ପ୍ରମୁଖ ଶାସନ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ତୁଲାଇବେ। ଏହାସହ ସେ ଓଏଫ୍‌ଡିସିର ଅଧ୍ୟକ୍ଷ ଭାବେ ନିଜର ଅତିରିକ୍ତ ଦାୟିତ୍ୱ ଜାରି ରଖିବେ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ରହିଛି।

ଆହୁରି ପଢ଼ନ୍ତୁ: ଅସୁସ୍ଥ ସ୍ୱାମୀଙ୍କ ପାଖକୁ ନେବା ବାହାନାରେ ଘରୁ ଡାକି ନେଇ ମହିଳାଙ୍କୁ ଦୁଷ୍କର୍ମ, ୨ ଗିରଫ

ଦକ୍ଷତା ବିକାଶ ଏବଂ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ସଚିବ ଉଷା ପାଢ଼ୀଙ୍କୁ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଭାବେ ଅତିରିକ୍ତ ଦାୟିତ୍ୱ ପ୍ରଦାନ କରାଯାଇଛି। ଅପରପକ୍ଷେ ଲ୍ୟାଣ୍ଡ ରେକର୍ଡ ଏବଂ ସେଟେଲମେଣ୍ଟ କମିଶନର ଭାସ୍କର ଜ୍ୟୋତି ଶର୍ମା ଏଣିକି କ୍ରୀଡ଼ା ଓ ଯୁବ ସେବା ବ୍ୟାପାର ବିଭାଗର କମିଶନର ତଥା ସଚିବ ଭାବେ ନୂଆ ଦାୟିତ୍ୱ ତୁଲାଇବେ। ଆଇଏଏସ ତଥା କ୍ରୀଡ଼ା ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିବା ଆର୍‌. ଭିନିଲ୍‌ କ୍ରୀଷ୍ଣାଙ୍କୁ ସରକାର ଉକ୍ତ ବିଭାଗରୁ ବଦଳି କରି ଲ୍ୟାଣ୍ଡ ରେକର୍ଡ ଏବଂ ସେଟେଲମେଣ୍ଟ କମିଶନର ଭାବେ ଅବସ୍ଥାପିତ କରିଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର