୧୮ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ

Madhusudan Das Picture
Published On

ଭୁବନେଶ୍ୱର:  ସୁଭଦ୍ରାକୁ ନେଇ ବଡ଼ ଖବର । ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ  । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା ।  ଯଦି ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡିପାରନ୍ତି । ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କାକିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହୋଇପାରନ୍ତି । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃରି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।

ଆହୁରି ପଢ଼ନ୍ତୁ: OTET ପ୍ରଶ୍ନପତ୍ର ଲିକ ମାମଲା: ପୂର୍ବତନ ବୋର୍ଡ ଉପସଭାପତିଙ୍କ ସମେତ ୮ ଅଭିଯୁକ୍ତଙ୍କୁ ସର୍ତ୍ତମୂଳକ ଜାମିନ୍

19 Oct 2025 By Madhusudan Das

୧୮ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ

ଭୁବନେଶ୍ୱର:  ସୁଭଦ୍ରାକୁ ନେଇ ବଡ଼ ଖବର । ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ପାଉଥିଲେ ସୁଭଦ୍ରା ଯୋଜନାରୁ ବଞ୍ଚିତ ହେବେ ଛାତ୍ରୀ  । କୌଣସି ମହିଳାଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଥିଲେ ମିଳିବନି ସୁଭଦ୍ରା ଟଙ୍କା ।  ଯଦି ଏପରିକି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡିପାରନ୍ତି । ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ ।

ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କାକିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ, ସେକ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହୋଇପାରନ୍ତି । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି। ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃରି ରାଶି ପ୍ରଦାନ କରାଯାଉଛି, ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି, ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା’ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।

https://www.thesakala.in/latest-odisha-news/big-news-update-on-subhadra-yojana/article-42759
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର