ମଙ୍କିପକ୍ସ ଲକ୍ଷଣ ଦେଖାଗଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଯାଆନ୍ତୁ, ନଚେତ୍ ଜଟିଳ ହେଲେ ନିମୋନିଆ ଏବଂ ବ୍ରେନ୍ ଉପରେ ପଡ଼ିବ ପ୍ରଭାବ

The Sakala Picture
Published On

ଭୁବନେଶ୍ବର: ମଙ୍କିପକ୍ସ ଲକ୍ଷଣ ଦେଖାଗଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଯାଆନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆଶା କର୍ମୀ ଏବଂ ଏଏନଏମ କର୍ମୀ ମଧ୍ୟ ରହିଛନ୍ତି। ଲକ୍ଷଣ ଆସିଲେ ସେମାନଙ୍କୁ ଖବର ଦେଇପାରିବେ। ଯଦି କୌଣସି ଲକ୍ଷଣ ଦେଖାଯାଉଛି ତେବେ ତୁରନ୍ତ ଟେଷ୍ଟ କରି ଆଇସୋଲେସନରେ ରୁହନ୍ତୁ। ଯଦି ଜ୍ଵର ହେଇ ଗଳାରେ ଗୁଳା ହୁଏ, ହାତ ଓ ଗୋଡ ଆଗ ଜାଗାରେ ଘା ହୋଇ ଫୋଟକା ହୁଏ । ତେବେ ସ୍ୱାସ୍ଥ୍ୟ ବିଭାଗକୁ ଜାଣନ୍ତୁ, ଏବଂ ନିଜକୁ […]

ଭୁବନେଶ୍ବର: ମଙ୍କିପକ୍ସ ଲକ୍ଷଣ ଦେଖାଗଲେ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ଯାଆନ୍ତୁ। ଗ୍ରାମାଞ୍ଚଳ ଓ ସହରାଞ୍ଚଳରେ ଆଶା କର୍ମୀ ଏବଂ ଏଏନଏମ କର୍ମୀ ମଧ୍ୟ ରହିଛନ୍ତି। ଲକ୍ଷଣ ଆସିଲେ ସେମାନଙ୍କୁ ଖବର ଦେଇପାରିବେ। ଯଦି କୌଣସି ଲକ୍ଷଣ ଦେଖାଯାଉଛି ତେବେ ତୁରନ୍ତ ଟେଷ୍ଟ କରି ଆଇସୋଲେସନରେ ରୁହନ୍ତୁ। ଯଦି ଜ୍ଵର ହେଇ ଗଳାରେ ଗୁଳା ହୁଏ, ହାତ ଓ ଗୋଡ ଆଗ ଜାଗାରେ ଘା ହୋଇ ଫୋଟକା ହୁଏ । ତେବେ ସ୍ୱାସ୍ଥ୍ୟ ବିଭାଗକୁ ଜାଣନ୍ତୁ, ଏବଂ ନିଜକୁ ଆଇସୋଲେଟରେ ରୁହନ୍ତୁ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ।

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ରାଜ୍ୟରେ ମୁଖ୍ୟ ହସ୍ପିଟାଲ ମାନଙ୍କରେ ଆଇସୋଲେଟ୍ ବେଡ଼ ରଖାଯାଇଛି। ଯଦି କୌଣସି କାରଣରୁ ଗୁରୁତର ରୋଗୀ ଆସନ୍ତି ତେବେ ସେମାନଙ୍କ ପାଇଁ ଆଇସିୟୁ ବେଡ଼ ରଖାଯାଇଛି। ମଙ୍କିପକ୍ସ ଜଟିଳ ହେଲେ ନିମୋନିଆ ଏବଂ ବ୍ରେନ୍ ଉପରେ ପ୍ରଭାବ ପକାଏ । ଏହାକୁ ଦୃଷ୍ଟିରେ ରଖି ପ୍ରାଥମିକ ଚିକିତ୍ସା ସହ ଆଇସିୟୁର ମ୍ୟାନେଜମେଣ୍ଟ ଆବଶ୍ୟକ ପଡ଼ିଲେ ଅଲଗା ବ୍ୟବସ୍ଥା କରାଯାଇଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କୌଣସି ରୋଗୀ ଚିହ୍ନଟ ହୋଇନାହାନ୍ତି।

ଆହୁରି ପଢ଼ନ୍ତୁ: ରାଉରକେଲାରେ ଚାଞ୍ଚଲ୍ୟ: ଯୁବକଙ୍କ ମୁଣ୍ଡକୁ ଛେଚି ହତ୍ୟା ପରେ ଡ୍ରେନରେ ଫିଙ୍ଗିଦେଲେ ଦୁର୍ବୃତ୍ତ !

ସୂଚନା ଅନୁଯାଯୀ,  ମଙ୍କିପକ୍ସର ମୁକାବିଲା ପାଇଁ କଟକ ଏସସିବି ମେଡିକାଲରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସଂକ୍ରମଣ ରୋଗ ବିଭାଗରେ ଦୁଇଟି ବେଡ଼ ସହ ୨ଟି ଆଇସୋଲେସନ କ୍ୟାବିନ ପ୍ରସୁତ ରହିଛି। ମେଡିସିନ ବିଭାଗ ଆଇସିୟୁରେ ୪ଟି ବେଡ୍ ବ୍ୟବସ୍ଥା କରାଯାଇଛି।ଏହାଛଡ଼ା କଟକ ଏସସିବି ମେଡିକାଲରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ ଖୋଲାଯାଇଛି। ୫ଟି ବିଭାଗର ଡାକ୍ତରଙ୍କୁ ନେଇ ଗଠନ କରାଯାଇଛି ସ୍ବତନ୍ତ୍ର ଟିମ୍। ଯେଉଁଥିରେ ମେଡିସନ, ଚର୍ମରୋଗ, ମାଇକ୍ରୋ ବାୟୋଲୋଜି ,ଶିଶୁ ରୋଗ, ଏସପିଏମ ବିଶେଷଜ୍ଞ ରହିଛନ୍ତି । ଆହାଛଡ଼ା ସମସ୍ତ ଦିଗ ଉପରେ ନଜର ରଖିବାକୁ ଜଣେ ନୋଡାଲ ଅଫିସରଙ୍କୁ ନିଯୁକ୍ତ କରାଯାଇଛି।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ରକରି ବାପାଙ୍କୁ ଠେଙ୍ଗାରେ ପିଟି ପିଟି ହତ୍ୟା କଲା ନିଶାସକ୍ତ ପୁଅ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର