ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର ପାଇଁ ବିଜୁ ମହିଳା ଜନତା ଦଳର ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

The Sakala Picture
Published On

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍-୧୯ ଗାଇଡଲାଇନ୍କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ […]

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍-୧୯ ଗାଇଡଲାଇନ୍କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି ।

ଆହୁରି ପଢ଼ନ୍ତୁ: ପାଞ୍ଚ ବର୍ଷର ନାବାଳକକୁ ଅପହରଣ ପରେ ଗଳା କାଟି ହତ୍ୟା !

ରାଜ୍ୟରେ ରକ୍ତଦାନ ଅଭାବକୁ ଦୂର କରିବା ନିମନ୍ତେ ୨୦୧୫ ମସିହାରେ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ବିଜେଡି ସଭାପତିଙ୍କ ସାମାଜିକ ପ୍ରତିବଦ୍ଧତା ଓ ଦୂରଗାମୀ ନିଷ୍ପତ୍ତି ଏବେ ଏହି ରକ୍ତଦାନ କାର୍ୟ୍ୟକ୍ରମ ‘ଜୀବନ ବିନ୍ଦୁ’କୁ ଏକ ସାମାଜିକ ଅଭିଯାନରେ ପରିଣତ କରିପାରିଛି । ସାଧାରଣତଃ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତାର ସମସ୍ୟା ଲାଗି ରହୁଥିବାବେଳେ ଆଜି ଏତେ ସଂଖ୍ୟକ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିବା ନିଶ୍ଚିତ ଭାବେ ସମାଜ ଓ ଅନ୍ୟ ମହିଳାଙ୍କ ନିମନ୍ତେ ପ୍ରେରଣାଦାୟୀ ହେବ । ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ପାଇଁ ନାମାଙ୍କନ ଭରିଲେ ବିଜେପି ପ୍ରାର୍ଥୀ ମନମୋହନ ଓ ସୁଜିତ କୁମାର, ସ୍ଵାଧୀନରେ ଲଢିବେ ଦିଲ୍ଲୀପ

ଆହୁରି ପଢ଼ନ୍ତୁ: 'ସୁଭଦ୍ରା' ଯୋଜନାକୁ ନେଇ ବଡ ଖବର: ଆସନ୍ତାକାଲି ମହିଳା ଦିବସରେ ମିଳିବ ଚତୁର୍ଥ କିସ୍ତି

ଏହି କାର୍ଯ୍ଯକ୍ରମରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

ଏହି କାର୍ଯ୍ଯକ୍ରମରେ ମିଶନଶକ୍ତି ଉପଦେଷ୍ଟା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା(ମହିଳା ସଶକ୍ତିକରଣ) ଡଃ ଲୋପାମୁଦ୍ରା ବକ୍ସିପାତ୍ର, ଓଟିଡିସି ଅଧ୍ୟକ୍ଷା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଓ ମୁଖପାତ୍ର ଶ୍ରୀମୟୀ ମିଶ୍ର, ବିଜୁ ମହିଳା ଜନତା ଦଳର କାର୍ୟ୍ୟକାରୀ ସଭାନେତ୍ରୀ ସୁଲତା ଦେଓ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଡଃ ଗୀତାଞ୍ଜଳି ବସ୍ତିଆ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ସୁମିତ୍ରା ଜେନା, ବିଜୁ ମହିଳା ଜନତା ଦଳର ମହାସଚିବ କସ୍ତୁରୀ ମହାପାତ୍ରଙ୍କ ସମେତ ବିଜୁ ମହିଳା ଜନତା ଦଳର ଅଧିକାଂଶ ରାଜ୍ୟ କର୍ମକର୍ତ୍ତା ଓ ବିଜେଡି ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

19 Jul 2021 By The Sakala

ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର ପାଇଁ ବିଜୁ ମହିଳା ଜନତା ଦଳର ରକ୍ତଦାନ ଶିବିର, ରକ୍ତଦାନ କଲେ ମହିଳା

ଭୁବନେଶ୍ୱର : କରୋନା ମହାମାରୀ ସମୟରେ ରକ୍ତ ସଙ୍କଟ ଦୂର କରିବାକୁ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ନବୀନ ପଟ୍ଟନାୟକଙ୍କ ଆହ୍ୱାନରେ ଆଜି ବିଜେଡି ରାଜ୍ୟ କାର୍ୟ୍ୟାଳୟରେ ଆୟୋଜିତ ରକ୍ତଦାନ ଶିବିରରେ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ କରିଛନ୍ତି । କୋଭିଡ୍-୧୯ ଗାଇଡଲାଇନ୍କୁ ପାଳନ କରି ବିଜୁ ମହିଳା ଜନତା ଦଳ ପକ୍ଷରୁ ‘ଜୀବନ ବିନ୍ଦୁ’ ଓ ‘ମୋ ପରିବାର’ ସହଯୋଗରେ ଆଜି ଅନୁଷ୍ଠିତ ଏହି ରକ୍ତଦାନ ଶିବିରରେ କେବଳ ମହିଳାମାନେ ରକ୍ତଦାନ କରିଛନ୍ତି ଓ ୭୩ ୟୁନିଟ୍ ରକ୍ତ ସଂଗ୍ରହ କରାଯାଇ ପାରିଛି ।

ରାଜ୍ୟରେ ରକ୍ତଦାନ ଅଭାବକୁ ଦୂର କରିବା ନିମନ୍ତେ ୨୦୧୫ ମସିହାରେ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ ସଭାପତି ବିଜେଡି ସଭାପତିଙ୍କ ସାମାଜିକ ପ୍ରତିବଦ୍ଧତା ଓ ଦୂରଗାମୀ ନିଷ୍ପତ୍ତି ଏବେ ଏହି ରକ୍ତଦାନ କାର୍ୟ୍ୟକ୍ରମ ‘ଜୀବନ ବିନ୍ଦୁ’କୁ ଏକ ସାମାଜିକ ଅଭିଯାନରେ ପରିଣତ କରିପାରିଛି । ସାଧାରଣତଃ ମହିଳାମାନଙ୍କ ମଧ୍ୟରେ ରକ୍ତହୀନତାର ସମସ୍ୟା ଲାଗି ରହୁଥିବାବେଳେ ଆଜି ଏତେ ସଂଖ୍ୟକ ମହିଳା ସ୍ୱେଚ୍ଛାକୃତ ରକ୍ତଦାନ ପାଇଁ ଆଗେଇ ଆସିବା ନିଶ୍ଚିତ ଭାବେ ସମାଜ ଓ ଅନ୍ୟ ମହିଳାଙ୍କ ନିମନ୍ତେ ପ୍ରେରଣାଦାୟୀ ହେବ । ବିଜୁ ମହିଳା ଜନତା ଦଳ ସଭାନେତ୍ରୀ ତଥା ବିଧାୟିକା ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ କହିଛନ୍ତି ଯେ, ମାନବ୍ୟର ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ ଏବେ ରାଜ୍ୟବ୍ୟାପୀ ଦଳ ପକ୍ଷରୁ ରକ୍ତଦାନ ଶିବିର ଆୟୋଜନ ହେଉଥିବାବେଳେ ଆଗାମୀ ଦିନରେ ବିଜୁ ମହିଳା ଜନତା ଦଳ ଦ୍ୱାରା ରାଜ୍ୟର ସମସ୍ତ ଜିଲ୍ଲାରେ ବ୍ୟାପକ ଭାବେ କେବଳ ମହିଳାଙ୍କୁ ନେଇ ରକ୍ତଦାନ ଶିବିର ଆୟୋଜନ କରାଯିବାକୁ ନିଷ୍ପତ୍ତି ହୋଇଛି ।

ଏହି କାର୍ଯ୍ଯକ୍ରମରେ ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ବିଜେଡି ଉପସଭାପତି ଉଷା ଦେବୀ, ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ ଓ ସରକାରୀ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ବିଧାୟକ ଅନନ୍ତ ନାରାୟଣ ଜେନା, ବିଧାୟକ ସୁଶାନ୍ତ କୁମାର ରାଉତ, ବିଧାୟକ ପ୍ରଣବ ବଳବନ୍ତରାୟ, ଯୁବ ବିଜେଡି ସଭାପତି ତଥା ବିଧାୟକ ବ୍ୟୋମକେଶ ରାୟ, ‘ଓଡ଼ିଶା-ମୋ ପରିବାର’ର ଆବାହକ ଅରୂପ ପଟ୍ଟନାୟକ ପ୍ରମୁଖ ସାମିଲ ହୋଇ ମହିଳାମାନଙ୍କୁ ଉତ୍ସାହିତ କରିଥିଲେ।

ଏହି କାର୍ଯ୍ଯକ୍ରମରେ ମିଶନଶକ୍ତି ଉପଦେଷ୍ଟା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା(ମହିଳା ସଶକ୍ତିକରଣ) ଡଃ ଲୋପାମୁଦ୍ରା ବକ୍ସିପାତ୍ର, ଓଟିଡିସି ଅଧ୍ୟକ୍ଷା ତଥା ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଓ ମୁଖପାତ୍ର ଶ୍ରୀମୟୀ ମିଶ୍ର, ବିଜୁ ମହିଳା ଜନତା ଦଳର କାର୍ୟ୍ୟକାରୀ ସଭାନେତ୍ରୀ ସୁଲତା ଦେଓ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ଡଃ ଗୀତାଞ୍ଜଳି ବସ୍ତିଆ, ବିଜେଡି ରାଜ୍ୟ ସାଧାରଣ ସମ୍ପାଦିକା ସୁମିତ୍ରା ଜେନା, ବିଜୁ ମହିଳା ଜନତା ଦଳର ମହାସଚିବ କସ୍ତୁରୀ ମହାପାତ୍ରଙ୍କ ସମେତ ବିଜୁ ମହିଳା ଜନତା ଦଳର ଅଧିକାଂଶ ରାଜ୍ୟ କର୍ମକର୍ତ୍ତା ଓ ବିଜେଡି ପରିବାରର ବହୁ ସଦସ୍ୟ ଉପସ୍ଥିତ ଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର