ପଲ୍ୟୁସନ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ ନିଷ୍ପତ୍ତି ପ୍ରତ୍ୟାହାର ଦାବିରେ ବିଜୁ ଯୁବ ଓ ଛାତ୍ର
ଜନତା ଦଳର ଆନ୍ଦୋଳନ

Madhusudan Das Picture
Published On

ଭୁବନେଶ୍ୱର: ରାଜ୍ୟରେ ଯାନବାହାନର ପଲ୍ୟୁସନ ସାର୍ଟିଫିକେଟ ପାଇଁ ରାଜ୍ୟ ସରକାରଙ୍କ ଅନ୍ଧ ନୀତି ଯୋଗୁଁ ରାଜ୍ୟରେ ଏକ ଅଭାବନୀୟ ପରିସ୍ଥିତି ସୃଷ୍ଟି ହୋଇଛି, ଯାହାକୁ ନେଇ ସମଗ୍ର ରାଜ୍ୟବାସୀ ଦହଗଞ୍ଜର ଶିକାର ହେଉଛନ୍ତି । ଏହି ଅନ୍ଧ ନୀତିର ତୁରନ୍ତ ପ୍ରତ୍ୟାହାର ଦାବିରେ ଆଜି ବିଜୁ ଯୁବ ଓ ଛାତ୍ର ଜନତା ଦଳ ଭୁବନେଶ୍ୱରର ଆରଟିଓ-୧ ଅଫିସ ସମ୍ମୁଖରେ ଏକ ବିଶାଳ ପ୍ରତିବାଦ ସଭା ଆୟୋଜନ କରିଛି । ରାଜ୍ୟ ସରକାରଙ୍କ ଏହି ବିବାଦୀୟ ନିଷ୍ପତ୍ତିକୁ ବିଶେଷକରି ପଲୁ୍ୟସନ ସାର୍ଟିଫିକେଟ ନାହିଁ ତ ତେଲ ନାହିଁ ଓ ପୁରୁଣା ଫାଇନ ପୈଠ ନହେବା ପର୍ଯ୍ୟନ୍ତ ପଲ୍ୟୁସନ ସାର୍ଟିଫିକେଟ ପ୍ରଦାନ କରାଯିବ ନାହିଁକୁ ତୁରନ୍ତ ପ୍ରତ୍ୟାହାର ନକଲେ, ବିଜୁ ଯୁବ ଛାତ୍ର ଜନତା ଦଳ ରାଜ୍ୟବ୍ୟାପୀ ଏହି ଆନ୍ଦୋଳନକୁ ବ୍ୟାପକ କରିବେ ବୋଲି ଘୋଷଣା କରିଛନ୍ତି ।  

ଆହୁରି ପଢ଼ନ୍ତୁ: ନାବାଳିକା ଦୁଷ୍କର୍ମ ଓ ହତ୍ୟା ମାମଲାରେ ଦୋଷୀକୁ ଫାଶୀ ଦଣ୍ଡାଦେଶ ଶୁଣାଇଲେ ବରଗଡ଼ ପୋକ୍ସୋ କୋର୍ଟ

ବିଜୁ ଯୁବ ଜନତା ଦଳର ସଭାପତି ଶ୍ରୀ ଚିନ୍ମୟ ସାହୁ ଓ ବିଜୁ ଛାତ୍ର ଜନତା ଦଳର ସଭାନେତ୍ରୀ ଇପ୍ସିତା ସାହୁଙ୍କ ନେତୃତ୍ୱରେ ଆୟୋଜିତ ଏହି ପ୍ରତିବାଦ ସଭାରେ ରାଜ୍ୟ ବିଜେପି ସରକାରଙ୍କ ଏହି ଅନ୍ଧ ନୀତିର ତୀବ୍ର ସମାଲୋଚନା କରାଯିବା ସହିତ ରାଜ୍ୟ ସରକାରଙ୍କ ବିଫଳତାର ଲମ୍ୱା ତାଲିକା ପ୍ରଦାନ କରାଯାଇଥିଲା । ଯୁବ ସଭାପତି ଶ୍ରୀ ଚିନ୍ମୟ ସାହୁ କହିଥିଲେ, ରାଜ୍ୟ ବିଜେପି ସରକାର ଲୋକଙ୍କୁ ଧାଡିରେ ଛିଡା କରି ହନ୍ତସନ୍ତ କରିବାରେ ଆନନ୍ଦ ପାଉଛନ୍ତି । ସୁଭଦ୍ରା ଯୋଜନା ଦେବାବେଳେ ଏଥିରେ ସାମିଲ କରିବା ପାଇଁ ମହିଳା ମାନଙ୍କୁ ଧାଡିରେ ଛିଡା କଲେ । ଲୋକେ ରାସନ ପାଇବା ପାଇଁ ଲାଇନରେ ଛିଡା ହେଉଛନ୍ତି । ଚାଷୀ ମଣ୍ଡିରେ ଧାନ ଦେବା ପାଇଁ ଆଜି ରାଜରାସ୍ତାରେ ଛିଡା ହୋଇଛନ୍ତି । ଏବେ ପଲୁ୍ୟସନ ସାର୍ଟିଫିକେଟ ପାଇଁ ରାଜରାସ୍ତାରେ ଛିଡା ହେବାକୁ ପଡୁଛି । ସରକାରଙ୍କ ତୋଗଲକି ନିଷ୍ପତ୍ତି ଯୋଗୁଁ ରାଜ୍ୟବାସୀ ଅତିଷ୍ଟ ହୋଇପଡିଲେଣି । 

ଆହୁରି ପଢ଼ନ୍ତୁ: ଶୀତରେ ଥରୁଛି ସାରା ମୟୂରଭଞ୍ଜ; ଶିମିଳିପାଳରେ ପାରଦ ଶୂନ ଡିଗ୍ରୀ, ଜନଜୀବନ ଅସ୍ତବ୍ୟସ୍ତ

ଛାତ୍ର ସଭାନେତ୍ରୀ ଇପ୍ସିତା ସାହୁ କହିଥିଲେ, ସୁଶାସନର ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିବା ରାଜ୍ୟ ବିଜେପି ସରକାର ରାଜ୍ୟବାସୀଙ୍କୁ ଶୋଷଣ କରିବାରେ ଲାଗିଛି । ପଲୁ୍ୟସନ ସାର୍ଟିଫିକେଟ ନାମରେ ନୂଆ ଶୋଷଣ ଆରମ୍ଭ କରିଛନ୍ତି ରାଜ୍ୟ ସରକାର । ପଲୁ୍ୟସନ ସାର୍ଟିଫିକେଟ ନଥିଲେ ତେଲ ମିଳିବ ନାହିଁ ବୋଲି ସରକାର ନେଇଥିବା ନିଷ୍ପତ୍ତି ସମ୍ପୂର୍ଣ୍ଣ ବେଆଇନ । ତେଣୁ ଏହାକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ । ଏହାଛଡା ଫାଇନ ପୈଠ ନହେଲେ ପଲୁ୍ୟସନ ସାର୍ଟିଫିକେଟ ପ୍ରଦାନ କରାଯିବ ନାହିଁ ବୋଲି ସରକାର ନେଇଥିବା ନିଷ୍ପତ୍ତି ମଧ୍ୟ ଗ୍ରହଣୀୟ ନୁହେଁ । ୧୮ ମାସର ଶାସନରେ ବିଜେପି ସରକାର ରାଜ୍ୟର ଆର୍ଥିକ ସ୍ଥିତିକୁ ଦେବାଳିଆ ଆଡ଼କୁ ନେଇଥିବା ବେଳେ ବର୍ତ୍ତମାନ ଲୋକଙ୍କୁ ଶୋଷଣ କରିବାକୁ ବସିଛନ୍ତି । ରାଜ୍ୟ ସରକାର ତାଙ୍କ ଏହି ଅନ୍ଧ ନୀତିକୁ ତୁରନ୍ତ ପ୍ରତ୍ୟାହାର କରନ୍ତୁ, ନଚେତ ବିଜୁ ଯୁବ ଛାତ୍ର ଜନତା ଦଳ ରାଜ୍ୟବ୍ୟାପୀ ଏହି ଆନେ୍ଦାଳନକୁ ଅଧିକ ବ୍ୟାପକ କରିବ ।

ଆହୁରି ପଢ଼ନ୍ତୁ: ବାୟୁ ପ୍ରଦୂଷଣ ପାଇଁ ଟ୍ୱିନ୍ ସିଟିରେ ଜାରି ହେଲା କଟକଣା, ନିୟମ ନ ମାନିଲେ କଡା କାର୍ଯ୍ୟାନୁଷ୍ଠାନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp