ବାଚସ୍ପତି ପଦ ପାଇଁ ନାମାଙ୍କନ ଦାଖଲ କଲେ ବିକ୍ରମ କେଶରୀ ଆରୁଖ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧିବଦ୍ଧ ଭାବେ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାୟକ ବିକ୍ରମ କେଶରୀ ଆରୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ଆରୁଖ କହିଛନ୍ତି ଯେ, ବିଧାନସଭାର ଗାରିମା ମୁଁ ରକ୍ଷା କରିବ । ଗୃହ ପରିଚାଳନା ପାଇଁ ଆରୁଖ ମସସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଆରୁଖଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡି […]

ଭୁବନେଶ୍ୱର: ଓଡ଼ିଶା ବିଧାନସଭାର ବାଚସ୍ପତି ନିର୍ବାଚନ ଲାଗି ନାମାଙ୍କନ ଭରିଛନ୍ତି ବରିଷ୍ଠ ବିଧାୟକ ବିକ୍ରମ କେଶରୀ ଆରୁଖ । ବିଧିବଦ୍ଧ ଭାବେ ଆରୁଖ ବିଧାନସଭା ସଚିବଙ୍କ ନିକଟରେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଧାୟକ ବିକ୍ରମ କେଶରୀ ଆରୁଖ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ଯବାଦ ଜଣାଇଛନ୍ତି। ଆରୁଖ କହିଛନ୍ତି ଯେ, ବିଧାନସଭାର ଗାରିମା ମୁଁ ରକ୍ଷା କରିବ । ଗୃହ ପରିଚାଳନା ପାଇଁ ଆରୁଖ ମସସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଆରୁଖଙ୍କ ନାମାଙ୍କନ ପତ୍ର ଦାଖଲ ସମୟରେ ବିଜେଡି ସାଙ୍ଗଠାନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କ ସମେତ ଅନେକ ବରିଷ୍ଠ ବିଧାୟକ ଓ‌ ଅଧିକାରୀ ଉପସ୍ଥିତ ରହିଥିଲେ।

ଆହୁରି ପଢ଼ନ୍ତୁ: କଟକ ଜଗତପୁର ଶିଳ୍ପାଞ୍ଚଳରେ ଥିବା ଏକ କ୍ଷୀର ଫ୍ୟାକ୍ଟ୍ରିରେ ଭୟାବହ ଅଗ୍ନିକାଣ୍ଡ

ସୂଚନା ଅନୁଯାୟୀ, ଆସନ୍ତା ୧୩ ତାରିଖରେ ବସୁଛି ବିଧାନସଭାର ସ୍ବତନ୍ତ୍ର ଅଧିବେଶନ । ଏହି ଦିନ ଗୃହରେ ବାଚସ୍ପତି ନିର୍ବାଚନ କରାଯିବ । ଏହାପୂର୍ବରୁ ଆଜି ବାଚସ୍ପତି ପଦ ପାଇଁ ନାମାଙ୍କନ ପତ୍ର ଦାଖଲ କରାଯାଇଛି । ଜୁନ ୪ ତାରିଖରେ ସ୍ବାସ୍ଥ୍ୟଗତ କାରଣ ଦର୍ଶାଇ ବାଚସ୍ପତି ପଦରୁ ଇସ୍ତଫା ଦେଇଥିଲେ ସୂର୍ଯ୍ଯ ନାରାୟଣ ପାତ୍ର । ଏଥିପାଇଁ ବାଚସ୍ପତି ଆସନ ଖାଲି ରହିଥିଲା । ଜୁଲାଇ ପ୍ରଥମ ସପ୍ତାହରେ ବିଧାନସଭା ଅଧିବେଶନ ବସିବ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର