ଭୁବନେଶ୍ୱରରେ ବିଲ୍ ଗେଟ୍ସ : ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

The Sakala Picture
Published On

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସି  ଭୁବନେଶ୍ୱରରେ ପହଞ୍ଚିଛନ୍ତି ବିଲ୍ ଗେଟ୍ସ। ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟସ୍‌‌ ମଙ୍ଗଳବାର ରାତିରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି। ଆଜି (ବୁଧବାର) ସେ ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ। ବିଲ୍ ଗେଟ୍ସ ଭୁବନେଶ୍ୱରରେ ମାଆ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତା ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିବେ। ଏହାସହ ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ […]

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସି  ଭୁବନେଶ୍ୱରରେ ପହଞ୍ଚିଛନ୍ତି ବିଲ୍ ଗେଟ୍ସ। ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟସ୍‌‌ ମଙ୍ଗଳବାର ରାତିରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି। ଆଜି (ବୁଧବାର) ସେ ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୩ ରୁ ୫ ଯାଏଁ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ବିଲ୍ ଗେଟ୍ସ ଭୁବନେଶ୍ୱରରେ ମାଆ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତା ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିବେ। ଏହାସହ ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ କରାଯାଇଛି ସେନେଇ ଅନୁଧ୍ୟାନ କରିବେ ବିଲ ଗେଟସ୍। କିଟ୍ ଆଉ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛ ।

ଆହୁରି ପଢ଼ନ୍ତୁ: ଡିଜିଟାଲ୍‌ ଇଣ୍ଡିଆକୁ ଶକ୍ତ ଝଟକା: ଓଡ଼ିଶାର ୧୦୯୧ ଗାଁରେ ନାହିଁ ମୋବାଇଲ୍‌ ନେଟ୍‌ୱର୍କ, ରାୟଗଡ଼ାରେ ସର୍ବାଧିକ

ଏହାପରେ କୃଷି ଭବନ ପରିଦର୍ଶନ କରିବା ସହ କୃଷି ସମୀକ୍ଷା କେନ୍ଦ୍ର ଯାଇ ଅନୁଧ୍ୟାନ କରିବେ। ବିଲ୍ ଆଣ୍ଡ ମେଲିନ୍ଦା ଗେଟସ୍ ଫାଉଣ୍ଡେସନର ବୈଷୟିକ ସହଯୋଗରେ ଚାଲିଛି କୃଷି ସମୀକ୍ଷା କେନ୍ଦ୍ର। କୃଷିର ଇଣ୍ଟିଗ୍ରେଟେଡ୍ କମାଣ୍ଡ ସିଷ୍ଟମ ଭାବେ କୃଷି ସମୀକ୍ଷା କେନ୍ଦ୍ର କାମ କରୁଛି। କୃଷି ସମୀକ୍ଷା କେନ୍ଦ୍ର ଜରିଆରେ ଜମି ନଥିବା ଚାଷୀଙ୍କୁ ମଧ୍ୟ ପରାମର୍ଶ ଦିଆଯାଉଛି। ଏହାପରେ ବିଲ ଗେଟସ୍ ମିଶନ ଶକ୍ତି ବଜାର ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ବିଲ୍ ଗେଟ୍ସଙ୍କ ଓଡ଼ିଶା ଗସ୍ତ ଅନେକ ସମ୍ଭାବନା ନେଇଆସିଛି। ବିଶେଷକରି କୃଷି କ୍ଷେତ୍ରରେ ଏଆଇର ପ୍ରଚଳନ ଏବଂ ଜାଗାମିଶନ ଓ ମିଶନ ଶକ୍ତି କ୍ଷେତ୍ରରେ ନୂଆ ଆଶା ସୃଷ୍ଟି ହୋଇଛି।

ଆହୁରି ପଢ଼ନ୍ତୁ: ଆରପାରିରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ସୁଶାନ୍ତ ସିଂ, ରାଜନୈତିକ ମହଲରେ ଶୋକର ଛାୟା

28 Feb 2024 By The Sakala

ଭୁବନେଶ୍ୱରରେ ବିଲ୍ ଗେଟ୍ସ : ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ

ଭୁବନେଶ୍ୱର : ଓଡ଼ିଶା ଗସ୍ତରେ ଆସି  ଭୁବନେଶ୍ୱରରେ ପହଞ୍ଚିଛନ୍ତି ବିଲ୍ ଗେଟ୍ସ। ମାଇକ୍ରୋସଫ୍ଟର ସହ-ପ୍ରତିଷ୍ଠାତା ବିଲ ଗେଟସ୍‌‌ ମଙ୍ଗଳବାର ରାତିରେ ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ ସ୍ୱାଗତ କରାଯାଇଛି। ଆଜି (ବୁଧବାର) ସେ ଭୁବନେଶ୍ୱରରେ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେବେ।

ବିଲ୍ ଗେଟ୍ସ ଭୁବନେଶ୍ୱରରେ ମାଆ ମଙ୍ଗଳା ବସ୍ତି ଗସ୍ତ କରି ମୁକ୍ତା ଓ ଜାଗା ମିଶନରେ ହୋଇଥିବା ବିକାଶମୂଳକ କାର୍ଯ୍ୟ ବୁଲି ଦେଖିବେ। ଏହାସହ ଯୋଜନାରେ କିଭଳି ଲୋକଙ୍କୁ ଥଇଥାନ କରାଯାଇଛି ସେନେଇ ଅନୁଧ୍ୟାନ କରିବେ ବିଲ ଗେଟସ୍। କିଟ୍ ଆଉ କିସର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ସହ ଏକ ବୈଠକ କାର୍ଯ୍ୟକ୍ରମ ରହିଛ ।

ଏହାପରେ କୃଷି ଭବନ ପରିଦର୍ଶନ କରିବା ସହ କୃଷି ସମୀକ୍ଷା କେନ୍ଦ୍ର ଯାଇ ଅନୁଧ୍ୟାନ କରିବେ। ବିଲ୍ ଆଣ୍ଡ ମେଲିନ୍ଦା ଗେଟସ୍ ଫାଉଣ୍ଡେସନର ବୈଷୟିକ ସହଯୋଗରେ ଚାଲିଛି କୃଷି ସମୀକ୍ଷା କେନ୍ଦ୍ର। କୃଷିର ଇଣ୍ଟିଗ୍ରେଟେଡ୍ କମାଣ୍ଡ ସିଷ୍ଟମ ଭାବେ କୃଷି ସମୀକ୍ଷା କେନ୍ଦ୍ର କାମ କରୁଛି। କୃଷି ସମୀକ୍ଷା କେନ୍ଦ୍ର ଜରିଆରେ ଜମି ନଥିବା ଚାଷୀଙ୍କୁ ମଧ୍ୟ ପରାମର୍ଶ ଦିଆଯାଉଛି। ଏହାପରେ ବିଲ ଗେଟସ୍ ମିଶନ ଶକ୍ତି ବଜାର ମଧ୍ୟ ଯିବାର କାର୍ଯ୍ୟକ୍ରମ ରହିଛି। ପରେ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବେ। ବିଲ୍ ଗେଟ୍ସଙ୍କ ଓଡ଼ିଶା ଗସ୍ତ ଅନେକ ସମ୍ଭାବନା ନେଇଆସିଛି। ବିଶେଷକରି କୃଷି କ୍ଷେତ୍ରରେ ଏଆଇର ପ୍ରଚଳନ ଏବଂ ଜାଗାମିଶନ ଓ ମିଶନ ଶକ୍ତି କ୍ଷେତ୍ରରେ ନୂଆ ଆଶା ସୃଷ୍ଟି ହୋଇଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର