ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତଙ୍କୁ ନୂଆ ଦାୟିତ୍ବ , ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଶ୍ରୀକାନ୍ତ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ । ଭାରତ ସରକାର ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରୀ କରାଯାଇଛି । ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ […]

ଭୁବନେଶ୍ୱର: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଶ୍ରୀକାନ୍ତ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ । ଭାରତ ସରକାର ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରୀ କରାଯାଇଛି । ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ ।

ଆହୁରି ପଢ଼ନ୍ତୁ: ଆସାମରେ ବାୟୁସେନାର ସୁଖୋଇ-୩୦ ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ୨ ପାଇଲଟ୍ ଶହୀଦ

ସୂଚାନଯୋଗ୍ୟ, ବିନୟ ଶ୍ରୀକାନ୍ତ 2019ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ 2004 ରୁ 2012 ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

2012ରୁ 2014 ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

ଆହୁରି ପଢ଼ନ୍ତୁ: ମିଠା କିଣାକୁ ନେଇ ବଚସା; ରାଜଧାନୀରେ ଦୋକାନୀଙ୍କୁ ମରଣାନ୍ତକ ଆକ୍ରମଣ

20 Jul 2021 By The Sakala

ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତଙ୍କୁ ନୂଆ ଦାୟିତ୍ବ , ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ

ଭୁବନେଶ୍ୱର: ଓଡ଼ିଆ ପୁଅ ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନୂଆ ଦାୟିତ୍ବ । ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ ହେଲେ ଶ୍ରୀକାନ୍ତ । ଦେବଗଡ଼ ସହରରେ ଜନ୍ମ ଗ୍ରହଣ କରିଥିବା ଭାରତୀୟ ବିଦେଶ ସେବା(ଆଇଏଫଏସ୍) ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ପୂର୍ବ ଆଫ୍ରିକୀୟ ଦେଶ ତାଞ୍ଜାନିଆରେ ଭାରତର ଉଚ୍ଚାୟୁକ୍ତ ଭାବେ ନିଯୁକ୍ତ । ଭାରତ ସରକାର ବିନୟ ଶ୍ରୀକାନ୍ତ ପ୍ରଧାନଙ୍କୁ ନିଯୁକ୍ତ କରିଛନ୍ତି ବୋଲି ବିଦେଶ ମନ୍ତ୍ରଣାଳୟ ପକ୍ଷରୁ ପ୍ରେସ୍ ବିଜ୍ଞପ୍ତି ଜାରୀ କରାଯାଇଛି । ପ୍ରଧାନ ଦେବଗଡ଼ର ଆରବିଡ଼ି ବିଦ୍ୟାଳୟରୁ ପାଠ ପଢ଼ି ଜିଏମ ମହାବିଦ୍ୟାଳୟରେ ଅଧ୍ୟୟନ କରିବା ସହିତ ଜେଏନୟୁରୁ ଉଚ୍ଚ ଶିକ୍ଷା ଲାଭ କରିଥିଲେ ।

ସୂଚାନଯୋଗ୍ୟ, ବିନୟ ଶ୍ରୀକାନ୍ତ 2019ରୁ ଋଷର ମସ୍କୋ ସ୍ଥିତ ଭାରତୀୟ ଦୂତାବାସରେ ଡେପୁଟି ଚିଫ୍ ଅଫ୍ ମିଶନ୍ ଭାବେ ଅବସ୍ଥାପିତ ଅଛନ୍ତି । ସେ ଖୁବ ଶୀଘ୍ର ନୂଆ ପଦ ଗ୍ରହଣ କରିବେ । ଜଣେ ଦକ୍ଷ ଏବଂ ବିଶିଷ୍ଟ କୁଟନୀତିଜ୍ଞ ଭାବରେ ସେ 2004 ରୁ 2012 ପର୍ଯ୍ୟନ୍ତ ମୋସ୍କୋ, ତୁର୍କମେନିସ୍ତାନ ଏବଂ ପାକିସ୍ତାନର ଭାରତୀୟ ଦୂତାବାସରେ ବରିଷ୍ଠ ପଦବୀରେ କାର୍ଯ୍ୟ ସମ୍ପାଦନ କରିଛନ୍ତି ।

2012ରୁ 2014 ପର୍ଯ୍ୟନ୍ତ ବିଦେଶ ମନ୍ତ୍ରଣାଳୟରେ ଆଫଗାନିସ୍ତାନ ଓ ଇରାନ ସହିତ ଭାରତର ଦ୍ୱିପାକ୍ଷିକ ସମ୍ପର୍କ ନେଇ କାର୍ଯ୍ୟ କରିଥିଲେ । ପରବର୍ତ୍ତୀ ପର୍ଯ୍ୟାୟରେ ସେ ଭାରତ ସରକାରଙ୍କ ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟର ମଧ୍ୟ କାର୍ଯ୍ୟ କରିଥିଲେ । ଏହି ଖବର ପାଇବା ପରେ ତାଙ୍କ ବନ୍ଧୁ, ପରିବାର ଏବଂ ଅଞ୍ଚଳବାସୀଙ୍କ ମନରେ ଖୁସିର ବାତାବରଣ ସୃଷ୍ଟି ହେବା ସହ ଶୁଭେଚ୍ଛାର ସୁଅ ଛୁଟିଛି ।

https://www.thesakala.in/latest-odisha-news/binaya-srikanta-pradhan-appointed-as-new-high-commissioner-of-india-to-tanzania/article-3947
Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର