ଖେଇ କାଠ ନେବାକୁ ନେଇ ବିବାଦ: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ୱକର୍ମା ମହାରଣା

Madhusudan Das Picture
Published On

ପୁରୀ: ମହାପ୍ରଭୁଙ୍କ ରଥ ନିର୍ମାଣ କାର୍ଯ୍ୟ ବନ୍ଦ କଲେ ବିଶ୍ୱକର୍ମା ମହାରଣା । ଖେଇ କାଠ ନେବାକୁ ନେଇ ବିବାଦ ପରେ ରଥ ନିର୍ମାଣ କାମ ବନ୍ଦ କରିଛନ୍ତି ବିଶ୍ବକର୍ମା ମହାରଣା ସେବାୟତ । ପୂର୍ବରୁ ୪ ଫୁଟ୍‌ ତଳକୁ ଗୋଲେଇ କାଠ ଖେଇ ଭାବେ ନେଉଥିଲେ ମହାରଣା । ମାତ୍ର ଶ୍ରୀମନ୍ଦିର ପ୍ରଶାସନର ନିୟମ ଅନୁଯାୟୀ ବଳକା କାଠ ନେବା ଉପରେ କଟକଣା ଜାରି କରିଛି । ଯାହାକୁ ନେଇ ରଥ ନିର୍ମାଣ କାମ ବନ୍ଦ କରିଛନ୍ତି ବିଶ୍ୱକର୍ମା ମହାରଣା । 

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ତେବେ ସମାଧାନ ନହେବା ଯାଏଁ କାମ ଆରମ୍ଭ ନକରିବାକୁ ଚେତାବନୀ ଦେଇଛନ୍ତି। ମହାରଣାଙ୍କ କହିବା ମୁତାବକ ସ୍ଵତ୍ଵଲିପି ଅନୁଯାୟୀ ସେମାନେ ୪ ଫୁଟରୁ କମ୍ ବଳକା କାଠ ସେମାନେ ଖେଈ ବା ପ୍ରାପ୍ୟ ହିସାବରେ ନେଇଥାନ୍ତି। କିନ୍ତୁ ଚିରଟ କାଠରେ ,ଯେ କୌଣସି ମାପ ବଳକା କାଠକୁ ନେଇଥାନ୍ତି ମହାରଣା। ତେବେ ଏହା ନନେବାକୁ ବାରଣ କରି ଶ୍ରୀମନ୍ଦିର ପ୍ରଶାସନ ନୋଟିସ୍ ଜାରି କରିବା ପରେ ଦେଖାଦେଇଛି ବିବାଦ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର