ବହୁଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ, ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଚାଲିଗଲା ଜୀବନ

ଭୁବନେଶ୍ବର : ବହୁଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ । ଜର୍ମାନୀ ଯୁବତୀଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ୭ ବର୍ଷ ସଜ୍ଜା ପାଇଥିବା ଅଭିଯୁକ୍ତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି। ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ଦୀର୍ଘ ଦିନ ହେଲା ପାକସ୍ଥଳୀ କ୍ୟାନସର୍‌ରେ ପୀଡ଼ିତ ଥିଲେ। ପ୍ରଥମେ କଟକ ଆଚାର୍ଯ୍ୟ ହରିହର ମେଡିକାଲରେ ସେ ଚିକିତ୍ସିତ ହେଉଥିଲେ। ମାତ୍ର […]

ଭୁବନେଶ୍ବର : ବହୁଚର୍ଚ୍ଚିତ ବିତ୍ତିହୋତ୍ର ମହାନ୍ତିଙ୍କ ପରଲୋକ । ଜର୍ମାନୀ ଯୁବତୀଙ୍କ ସହ ଦୁଷ୍କର୍ମ ଅଭିଯୋଗରେ ୭ ବର୍ଷ ସଜ୍ଜା ପାଇଥିବା ଅଭିଯୁକ୍ତ ବିତ୍ତିହୋତ୍ର ମହାନ୍ତିଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ୱର ଏମ୍‌ସରେ ଚିକିତ୍ସାଧୀନ ଅବସ୍ଥାରେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ପରଲୋକ ହୋଇଛି।

ପୂର୍ବତନ ଜେଲ୍ ବିଭାଗ ଡିଜି ବିଦ୍ୟାଭୂଷଣ ମହାନ୍ତିଙ୍କ ପୁଅ ବିତ୍ତିହୋତ୍ର ଦୀର୍ଘ ଦିନ ହେଲା ପାକସ୍ଥଳୀ କ୍ୟାନସର୍‌ରେ ପୀଡ଼ିତ ଥିଲେ। ପ୍ରଥମେ କଟକ ଆଚାର୍ଯ୍ୟ ହରିହର ମେଡିକାଲରେ ସେ ଚିକିତ୍ସିତ ହେଉଥିଲେ। ମାତ୍ର ଅବସ୍ଥା ଗୁରୁତର ହେବାରୁ ଗତ ଦେଢ ମାସ ହେବ ତାଙ୍କୁ ଭୁବନେଶ୍ୱର ଏମ୍‌ସକୁ ସ୍ଥାନାନ୍ତର କରାଯାଇଥିଲା। ଏମ୍‌ସରେ ଡାକ୍ତରଙ୍କ ସବୁ ପ୍ରକାର ଚେଷ୍ଟା ସତ୍ତ୍ୱେ ଗତ ରାତିରେ ଆଖି ବୁଜିଛନ୍ତି ବିତ୍ତିହୋତ୍ର ମହାନ୍ତି ।

ସୂଚନାଯୋଗ୍ୟ ଏପ୍ରିଲ ୧୨ , ୨୦୦୬ରେ ରାଜସ୍ଥାନର ଅଲୱାରରେ ଜର୍ମାନୀ ଯୁବତୀଙ୍କୁ ଦୁଷ୍କର୍ମ ଘଟଣାରେ ଗିରଫ ହୋଇଥିଲେ ବିତ୍ତିହୋତ୍ର। ଶୁଣାଣିର ମାତ୍ର ୯ ଦିନ ପରେ ବିତ୍ତିହୋତ୍ରଙ୍କୁ ଦଣ୍ଡାଦେଶ ହୋଇଥିଲା । ବିତ୍ତିହୋତ୍ରଙ୍କୁ ୭ ବର୍ଷ ଜେଲ୍ ସହ ୧୦ ହଜାର ଟଙ୍କା ଜରିମାନା କରିଥିଲେ କୋର୍ଟ। ଜେଲ୍‌ରେ ଥିବା ବେଳେ ମା’ଙ୍କ ଦେହ ଖରାପ ଦର୍ଶାଇ ପାରୋଲରେ ଆସିଥିଲେ ବିତ୍ତିହୋତ୍ର । ଏହାପରେ ସେ ଆଉ ଜେଲ୍‌କୁ ଫେରି ନ ଥିବା ବେଳେ ଫେରାର ହୋଇ ଯାଇଥିଲେ। ପରେ ପୁଣି ୨୦୧୪ ଅକ୍ଟୋବର ୧୬ ରେ ସେ ଗିରଫ ହୋଇଥିଲେ । କ୍ୟାନସରରେ ଗତ କିଛିଦିନ ଧରି ସେ ପୀଡିତ ଥିଲେ । ଆଜି ସକାଳୁ ତାଙ୍କର ମୃତ୍ୟୁ ଘଟିଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ତାଙ୍କର ମୃତଦେହ ଏମ୍‌ସ ଭୁବନେଶ୍ୱରରେ ବ୍ୟବଚ୍ଛେଦ କରାଯାଇଛି ।

About The Author: The Sakala