ଭୁବନେଶ୍ବର : ୬ ଜିଲ୍ଲାକୁ ମିଳିଲା ବିଜେଡି ସଭାପତି । ବିଜେଡି ସାଙ୍ଗଠନିକ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟରେ ଜିଲ୍ଲା ସଭାପତି ନିର୍ବାଚନ ପ୍ରକ୍ରିୟା ହୋଇଥିଲା। ଯେଉଁଥିରେ ୧୮ ଜିଲ୍ଲାର ସଭାପତି ପାଇଁ ସିଙ୍ଗଲ ନୋମିନେସନ ହେବା ସହ ଗତ ଏପ୍ରିଲ ୧୫ରେ ସଭାପତିମାନେ ନିର୍ଦ୍ୱନ୍ଦରେ ନିର୍ବାଚିତ ଥିଲେ। ଆଜି ଆଉ ଏକ ପର୍ଯ୍ୟାୟରେ ୬ ଜିଲ୍ଲାର ସଭାପତିଙ୍କ ନାମ ଘୋଷଣା କରାଯାଇଛି।
ବିଜେଡିର ନିର୍ବାଚନ ଅଧିକାରୀ ପ୍ରତାପ କେଶରୀ ଦେବ ୬ ସଭାପତିଙ୍କ ନାଁ ଘୋଷଣା କରିଛନ୍ତି। ସେମାନଙ୍କ ମଧ୍ୟରେ କେନ୍ଦୁଝର ପାଇଁ ଆଶିଷ ଚକ୍ରବର୍ତ୍ତୀ, ଭୁବନେଶ୍ବର ପାଇଁ ଅଶୋକ ଚନ୍ଦ୍ର ପଣ୍ଡା, ରାଉରକେଲା ପାଇଁ ପ୍ରଦ୍ୟୁମ୍ନ ତ୍ରିପାଠୀ,ମୟୁରଭଞ୍ଜ-୨ ପାଇଁ ଦେବାଶିଷ ମାରାଣ୍ଡି, ସମ୍ବଲପୁର ପାଇଁ ରୋହିତ ପୂଝାରୀ ଓ ବଲାଙ୍ଗୀର ପାଇଁ ସରୋଜ କୁମାର ମେହେର ବିଜେଡି ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।