ବରିଷ୍ଠ ପର୍ଯ୍ୟବେକ୍ଷକ ଭାବେ ୬ ନେତାଙ୍କୁ ୩୦ ଜିଲ୍ଲାର ଦାୟିତ୍ୱ ଦେଲା ବିଜେଡି

The Sakala Picture
Published On

ଭୁବନେଶ୍ୱର: ବରିଷ୍ଠ ନେତାଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ୬ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ । ବିକ୍ରମ କେଶରୀ ଆରୁଖଙ୍କୁ -ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି […]

ଭୁବନେଶ୍ୱର: ବରିଷ୍ଠ ନେତାଙ୍କୁ ବିଜେଡି ସଂଗଠନରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦିଆଯାଇଛି । ୬ ଜଣ ନେତାଙ୍କୁ ବିଭିନ୍ନ ଜିଲ୍ଲା ପାଇଁ ସିନିୟର ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ଏହି ନୂଆ ତାଲିକାକୁ ପ୍ରକାଶ କରିଛନ୍ତି ବିଜେଡି ସାଧାରଣ ସମ୍ପାଦକ ( ଗଣମାଧ୍ୟମ ବ୍ୟାପାର) ମାନସ ମଙ୍ଗରାଜ ।

ଆହୁରି ପଢ଼ନ୍ତୁ: ଦୁର୍ଦ୍ଦାନ୍ତ ଅପରାଧୀ ଅର୍ଜୁନ ପ୍ରଧାନକୁ ଏନକାଉଣ୍ଟର କରି କାବୁକଲା କେନ୍ଦୁଝର ପୁଲିସ୍

ଆହୁରି ପଢ଼ନ୍ତୁ: ବାଲିଅନ୍ତାରେ ପୁଣି ବର୍ବରତା ! ପୂର୍ବ ଶତ୍ରୁତାରୁ ଯୁବକଙ୍କୁ ଲୁହା ରଡ୍‌ରେ ପିଟିପିଟି ହତ୍ୟା

ବିକ୍ରମ କେଶରୀ ଆରୁଖଙ୍କୁ -ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ଦେଇଛି ବିଜେଡି ।

ଆହୁରି ପଢ଼ନ୍ତୁ: ବାତ୍ୟା ଆଶଙ୍କା: ଅକ୍ଟୋବର ୨୮ ଓ ୨୯ ତାରିଖରେ ରାଜ୍ୟର ୫ଟି ଜିଲ୍ଲାରେ ସ୍କୁଲ ଓ କଲେଜ ବନ୍ଦ

ଦେବୀ ପ୍ରସାଦ ମିଶ୍ରଙ୍କୁ–  ଗଞ୍ଜାମ, ନୟାଗଡ଼, କନ୍ଧମାଳ, ଖୋର୍ଦ୍ଧା ଓ ପୁରୀ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ।

ନିରଞ୍ଜନ ପୂଜାରୀଙ୍କୁ – ନୂଆପଡ଼ା, କଳାହାଣ୍ଡି, ବଲାଙ୍ଗିର ଓ ବରଗଡ଼ ଜିଲ୍ଲା ପାଇଁ ନିଯୁକ୍ତି ଦେଇଛି ଦଳ ।

ସୌମ୍ୟରଞ୍ଜନ ପଟ୍ଟନାୟକଙ୍କୁ– ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ୱଲପୁର, ସୋନପୁର, ଦେବଗଡ଼, ଅନୁଗୋଳ ଓ ଢେଙ୍କାନାଳ ଜିଲ୍ଲାର ସିନିୟର ପର୍ଯ୍ୟବେକ୍ଷକ ଦାୟିତ୍ୱ ।

ପ୍ରସନ୍ନ ଆଚାର୍ଯ୍ୟଙ୍କୁ -କଟକ, ଜଗତସିଂପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାର ବରିଷ୍ଠ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତି ମିଳିଛି ।

ମହେଶ୍ୱର ମହାନ୍ତିଙ୍କୁ–  ମୟୂରଭଞ୍ଜ ଓ କେନ୍ଦୁଝର ଜିଲ୍ଲାର ସିନିୟର ପର୍ୟ୍ୟବେକ୍ଷକ ଦାୟିତ୍ୱ ଦେଇଛି ବିଜେଡି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର