ଝାରସୁଗୁଡ଼ା ଉପନିର୍ବାଚନ: ବିଜେଡି ସୁପ୍ରିମୋଙ୍କଠାରୁ ଦଳୀୟ ଟିକେଟ୍ ନେଲେ ପ୍ରାର୍ଥୀ ଦୀପାଳି ଦାସ

ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ବିଜେଡି ସୁପ୍ରିମୋଙ୍କ ଆଶୀର୍ବାଦ ନେବା ସହ ନବୀନ ପଟ୍ଟନାୟକଙ୍କୁ ଗୌରବାନ୍ବିତ କରିବେ ବୋଲି କହିଛନ୍ତି ଦୀପାଳି । ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଯେଉଁମାନେ କହୁଛନ୍ତି ଝାରସୁଗୁଡ଼ାର ବିକାଶ ହୋଇନି ସେମାନେ ଅନ୍ଧ ବୋଲି କହିଛନ୍ତି ଦୀପାଳି । ଝାରସୁଗଡ଼ାରେ ବିମାନ ବନ୍ଦରଠୁ ନେଇ ପାନୀୟ ଜଳ […]

ଭୁବନେଶ୍ୱର: ଝାରସୁଗୁଡ଼ା ବିଧାନସଭା ଉପନିର୍ବାଚନ ପାଇଁ ଆଜି ବିଜେଡି ପ୍ରାର୍ଥୀ ଦୀପାଳି ଦାସ ନବୀନ ନିବାସରୁ ଦଳୀୟ ଟିକେଟ ଗ୍ରହଣ କରିଛନ୍ତି । ବିଜେଡି ସୁପ୍ରିମୋଙ୍କ ଆଶୀର୍ବାଦ ନେବା ସହ ନବୀନ ପଟ୍ଟନାୟକଙ୍କୁ ଗୌରବାନ୍ବିତ କରିବେ ବୋଲି କହିଛନ୍ତି ଦୀପାଳି । ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଯେଉଁମାନେ କହୁଛନ୍ତି ଝାରସୁଗୁଡ଼ାର ବିକାଶ ହୋଇନି ସେମାନେ ଅନ୍ଧ ବୋଲି କହିଛନ୍ତି ଦୀପାଳି । ଝାରସୁଗଡ଼ାରେ ବିମାନ ବନ୍ଦରଠୁ ନେଇ ପାନୀୟ ଜଳ ଭଳି ଅନେକ କାର୍ଯ୍ୟ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ହୋଇଛି । ମୁଖ୍ୟମନ୍ତ୍ରୀଙ୍କୁ ଝାରସୁଗୁଡ଼ାର ସବୁ ବିକାଶ ପାଇଁ ଧନ୍ୟବାଦ ଜଣାଇଛନ୍ତି ଦୀପାଳି ।

ଆଜି ଦୀପାଳି ଭାଇ ବିଶାଲଙ୍କ ସହ ନବୀନ ନିବାସରେ ପହଞ୍ଚି ନବୀନ ପଟ୍ଟନାୟକଙ୍କଠାରୁ ଟିକେଟ୍ ନେଇଛନ୍ତି । ଆସନ୍ତା ୧୮ ତାରିଖରେ ସେ ନାମାଙ୍କନ ପତ୍ର ଦାଖଲ କରିବେ । ଉପନିର୍ବାଚନରେ ବିଜୟ ନେଇ ସମ୍ପୂର୍ଣ୍ଣ ଆଶାବାଦୀ ଥିବା କହିଛନ୍ତି ଦୀପାଳି । ଦୀପାଳି ଦାସଙ୍କୁ ଜିତାଇବା ପାଇଁ ବିଜେଡି ଜୋରଦାର ପ୍ରସ୍ତୁତି ଚଳାଇଛି । ଗ୍ରାଉଣ୍ଡରେ ଲାଗିପଡ଼ିଛନ୍ତି ବିଜେଡିର ବରିଷ୍ଠ ନେତା । ଦୀପାଳିଙ୍କୁ ବଡ଼ ବ୍ୟବଧାନରେ ଜିତାଇବାକୁ ସ୍ବତନ୍ତ୍ର ରଣନୀତି କରିଛି ଦଳ ।

About The Author: The Sakala