ରାଲିରେ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ଗାଇଡଲାଇନ ଉଲ୍ଲଂଘନ କରୁଛନ୍ତି ଅପରାଜିତା, CEO ନିକଟରେ ଫେରାଦ ହେଲା ବିଜେଡି

The Sakala Picture
Published On

ଭୁବନେଶ୍ବର : ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ବିଜେପିର ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଜଣେ ଶିକ୍ଷିତ ମହିଳାହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନର ଧଜିଆ ଉଡାଉଛନ୍ତି। ଯାହାକୁ ନେଇ ଆଜି ପୁଣିଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧିଦଳ। ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି । […]

ଭୁବନେଶ୍ବର : ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ବିଜେପିର ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଜଣେ ଶିକ୍ଷିତ ମହିଳାହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନର ଧଜିଆ ଉଡାଉଛନ୍ତି। ଯାହାକୁ ନେଇ ଆଜି ପୁଣିଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧିଦଳ।

ଆହୁରି ପଢ଼ନ୍ତୁ: ଅସୁସ୍ଥ ବାପାଙ୍କୁ ଡାକ୍ତରଖାନା ନେବା ବେଳେ ଗଛରେ ପିଟି ହେଲା କାର୍, ଗୋଟିଏ ପରିବାରର ୩ ମୃତ

ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି । ନିର୍ଘାତ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି ।

ଆହୁରି ପଢ଼ନ୍ତୁ: ଅଗଷ୍ଟ ୧୬ରେ ପୋଲିସ ଡିଜି ୱାଇ.ବି ଖୁରାନିଆଙ୍କ ଅବସର ଗ୍ରହଣକୁ ସରକାରଙ୍କ ଅନୁମତି, ଅଗଷ୍ଟ ୭ରେ ନୂଆ ଡିଜିପି ଚୟନ ପାଇଁ ବୈଠକ

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିବା ପରେ ବିଜୁ ଜନତା ଦଳର ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର କହିଛନ୍ତି, ନିର୍ବାଚନ କମିଶନଙ୍କ ଗାଇଡଲାଇନକୁ ମାନୁନାହାନ୍ତି ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ରାଲି, ସଭା ଓ ଶୋଭାଯାତ୍ରାରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି ଏବଂ ତାଙ୍କ ବେକରେ ବିଜେପିର ଉତ୍ତରୀୟ ପକାଉଥିବା ଅଭିଯୋଗ କରିଛି ବିଜେଡି । ଏଭଳି କରି ନିର୍ବାଚନ କମିଶନଙ୍କ ଗାଇଡଲାଇନକୁ ଉଲ୍ଲଂଘନ କରୁଛନ୍ତି ଅପରାଜିତା।

ଆହୁରି ପଢ଼ନ୍ତୁ: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଜୁଲାଇ ୨୭ରେ ହେବ ଭୋଟିଂ

ସ୍ୱୟଂ ପ୍ରକାଶ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶା ବିଜେପି ନିଜର କର୍ମୀ ସୃଷ୍ଟି କରିପାରୁନି । ସେଥିପାଇଁ କୋମଳମତି ଶିଶୁଙ୍କୁ ରାଲି ଓ ଶୋଭାଯାତ୍ରାରେ ସାମିଲ କରିବା ସହ ସେମାନଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଉଥିବା କହିଛି ବିଜେଡି । କିନ୍ତୁ ଏହା ଆଦୌ ଗ୍ରହଣୀୟ ନୁହେଁ। ଏହା ପ୍ରଥମ ଥର ନୁହେଁ ଯେ ଅପରାଜିତା ନିଜ ପ୍ରଚାରରେ ଛୋଟ ଛୁଆଁଙ୍କୁ ବ୍ୟବହାର କରୁଛନ୍ତି। ଏହା ପୂର୍ବରୁ ମଧ୍ୟ ସେ ଛୋଟପିଲାଙ୍କୁ ନିଜ ପ୍ରଚାରରେ ସାମିଲ କହିଥିଲେ। ଯାହାକୁ ନେଇ ଅଭିଯୋଗ କରାଯାଇଥିଲା। କିନ୍ତୁ ଏବେ ପୁଣି ଥରେ ସେ ସମାନ ଭୁଲ କରିଛନ୍ତି। ଯାହାକୁ ନେଇ ଅପରାଜିତାଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡି ଦାବି କରିଛି ।

19 Apr 2024 By The Sakala

ରାଲିରେ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ଗାଇଡଲାଇନ ଉଲ୍ଲଂଘନ କରୁଛନ୍ତି ଅପରାଜିତା, CEO ନିକଟରେ ଫେରାଦ ହେଲା ବିଜେଡି

ଭୁବନେଶ୍ବର : ବାରମ୍ବାର ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରିଚାଲିଛନ୍ତି ବିଜେପିର ଭୁବନେଶ୍ବର ଲୋକସଭା ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ। ଜଣେ ଶିକ୍ଷିତ ମହିଳାହୋଇ ମଧ୍ୟ ନିଜ ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଛୁଆଙ୍କୁ ବ୍ୟବହାର କରି ବାରମ୍ବାର ନିର୍ବାଚନ କମିଶନଙ୍କ ଗାଇଡଲାଇନର ଧଜିଆ ଉଡାଉଛନ୍ତି। ଯାହାକୁ ନେଇ ଆଜି ପୁଣିଥରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିଛନ୍ତି ବିଜେଡିର ଏକ ପ୍ରତିନିଧିଦଳ।

ଅପରାଜିତା ନିର୍ବାଚନ ପ୍ରଚାର ଓ ରାଲିରେ ଛୋଟ ଶିଶୁଙ୍କୁ ବ୍ୟବହାର କରୁଛନ୍ତି । ନିର୍ଘାତ ଖରାରେ ତାଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଇ ବୁଲାଉଛନ୍ତି । ବାରମ୍ବାର ସେ ଏଭଳି ନିର୍ବାଚନ ଆଚରଣ ବିଧି ଉଲ୍ଲଙ୍ଘନ କରୁଛନ୍ତି । ତେଣୁ ତାଙ୍କ ଉପରେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ବିଜେଡି ଦାବି କରିଛି ।

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭେଟିବା ପରେ ବିଜୁ ଜନତା ଦଳର ମୁଖପାତ୍ର ସ୍ୱୟଂ ପ୍ରକାଶ ମହାପାତ୍ର କହିଛନ୍ତି, ନିର୍ବାଚନ କମିଶନଙ୍କ ଗାଇଡଲାଇନକୁ ମାନୁନାହାନ୍ତି ବିଜେପିର ଭୁବନେଶ୍ୱର ସାଂସଦ ପ୍ରାର୍ଥୀ ଅପରାଜିତା ଷଡଙ୍ଗୀ । ରାଲି, ସଭା ଓ ଶୋଭାଯାତ୍ରାରେ ଛୋଟ ପିଲାଙ୍କୁ ବ୍ୟବହାର କରୁଛନ୍ତି ଏବଂ ତାଙ୍କ ବେକରେ ବିଜେପିର ଉତ୍ତରୀୟ ପକାଉଥିବା ଅଭିଯୋଗ କରିଛି ବିଜେଡି । ଏଭଳି କରି ନିର୍ବାଚନ କମିଶନଙ୍କ ଗାଇଡଲାଇନକୁ ଉଲ୍ଲଂଘନ କରୁଛନ୍ତି ଅପରାଜିତା।

ସ୍ୱୟଂ ପ୍ରକାଶ ଆହୁରି ମଧ୍ୟ କହିଛନ୍ତି ଓଡ଼ିଶା ବିଜେପି ନିଜର କର୍ମୀ ସୃଷ୍ଟି କରିପାରୁନି । ସେଥିପାଇଁ କୋମଳମତି ଶିଶୁଙ୍କୁ ରାଲି ଓ ଶୋଭାଯାତ୍ରାରେ ସାମିଲ କରିବା ସହ ସେମାନଙ୍କ ବେକରେ ଦଳୀୟ ଉତ୍ତରୀୟ ପକାଉଥିବା କହିଛି ବିଜେଡି । କିନ୍ତୁ ଏହା ଆଦୌ ଗ୍ରହଣୀୟ ନୁହେଁ। ଏହା ପ୍ରଥମ ଥର ନୁହେଁ ଯେ ଅପରାଜିତା ନିଜ ପ୍ରଚାରରେ ଛୋଟ ଛୁଆଁଙ୍କୁ ବ୍ୟବହାର କରୁଛନ୍ତି। ଏହା ପୂର୍ବରୁ ମଧ୍ୟ ସେ ଛୋଟପିଲାଙ୍କୁ ନିଜ ପ୍ରଚାରରେ ସାମିଲ କହିଥିଲେ। ଯାହାକୁ ନେଇ ଅଭିଯୋଗ କରାଯାଇଥିଲା। କିନ୍ତୁ ଏବେ ପୁଣି ଥରେ ସେ ସମାନ ଭୁଲ କରିଛନ୍ତି। ଯାହାକୁ ନେଇ ଅପରାଜିତାଙ୍କ ବିରୋଧରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନିଅନ୍ତୁ ବୋଲି ବିଜେଡି ଦାବି କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର