ଯାଜପୁରରେ ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟସ୍ତ, ଅପରାଧୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବିରେ ଏସପିଙ୍କୁ ଭେଟିଲା ବିଜେଡି ଟିମ୍

Madhusudan Das Picture
Published On

ଯାଜପୁର: ଯାଜପୁର ଜିଲ୍ଲାରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଆଇନଶୃଙ୍ଖଳା ପରିସ୍ଥିତି । ଦିନକୁଦିନ ବୃଦ୍ଧି ପାଇବାରେ ଲାଗିଛି ଅପରାଧ। ଅଣାୟତ୍ତ ହୋଇଛି ଲଘୁ ଖଣିଜ ସମ୍ପଦ ଲୁଟ୍। ପୋଲିସ ସରକାରୀ କଳର ହାତବାରିସୀ ସାଜି ଅଭିଯୁକ୍ତଙ୍କୁ ସୁରକ୍ଷା ଦେଉଥିବା ବେଳେ ନିର୍ଦ୍ଦୋଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନେଉଛି। ଏସବୁକୁ ବିରୋଧ କରି ଆଜି ଯାଜପୁର ଏସପିଙ୍କୁ ଭେଟିଛନ୍ତି ବିଜୁ ଜନତା ଦଳର ପ୍ରତିନିଧି ଦଳ। 

ଆହୁରି ପଢ଼ନ୍ତୁ: ବେଙ୍ଗାଲୁରୁ-ଭୁବନେଶ୍ୱର ଟ୍ରେନରୁ ଜଗତସିଂହପୁରର ମହିଳା ଓ ୯ ମାସର ଶିଶୁପୁତ୍ର ନିଖୋଜ

ବିଞ୍ଝାରପୁର ବିଧାୟିକା ପ୍ରମିଳା ମଲ୍ଲିକଙ୍କ ନେତୃତ୍ୱରେ ଯାଜପୁର ବିଧାୟିକା ସୁଜାତା ସାହୁ, ବରୀ ବିଧାୟକ ବିଶ୍ବରଞ୍ଜନ ମଲ୍ଲିକ, ପ୍ରଣବ ପ୍ରକାଶ ଦାସ, ପ୍ରିତିରଞ୍ଜନ ଘଡ଼ାଇ, ପ୍ରଣବ କୁମାର ବଳବନ୍ତରାୟ ଓ ଜିଲ୍ଲା ବିଜେଡି ସଭାପତିଙ୍କ ସମେତ ବରିଷ୍ଠ ବିଜେଡି ନେତା ଏସପିଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ଯାଜପୁର ପୋଲିସ ତୁରନ୍ତ ଏଦିଗରେ ଦୃଷ୍ଟି ଦେଇ ଅପରାଧୀଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବି କରିଛନ୍ତି। ନଚେତ୍ ଆଗାମୀ ଦିନରେ ବିଜେଡି ଆନ୍ଦୋଳନକୁ ଓହ୍ଲାଇବ ବୋଲି ନେତାମାନେ ଚେତାବନୀ ଦେଇଛନ୍ତି ।  

ଆହୁରି ପଢ଼ନ୍ତୁ: ଡାକ୍ତରୀ ଛାତ୍ରୀ ଚନ୍ଦ୍ରିକା ହେମ୍ବ୍ରମ ମୃତ୍ୟୁ ମାମଲା: ପୁରୁଷ ବନ୍ଧୁ ଭୀମସେନ ପ୍ରସାଦ ଟୁଡୁଙ୍କୁ ମିଳିଲା ସର୍ତ୍ତମୂଳକ ଜାମିନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର