ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି
ଭୁବନେଶ୍ୱର: ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧିର ପୁନର୍ବିଚାର ହେଉ। ନିଷ୍ପତ୍ତିର ପୁର୍ନବିଚାର କରିବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖିଲା ବିଜେଡ଼ି । ବିଧାନସଭାରେ ବିଲ୍ କୁ ସମର୍ଥନ କରିଥିଲେ ବି ଜନ ଅସନ୍ତୋଷକୁ ଦେଖି ଏହାର ପୁର୍ନବିଚାର କରିବା ପାଇଁ ଦାବି କରୁଥିବା କହିଲେ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଓ ଉପମୁଖ୍ୟ ସଚେତକ ପ୍ରତାପ ଦେବ। ।
ଆହୁରି ପଢ଼ନ୍ତୁ: ମହାପ୍ରଭୁଙ୍କ ପହିଲି ଭୋଗ, ମକର ସଂକ୍ରାନ୍ତି ନୀତିରେ ବାଜିଲା ମୋହର; ୧୬ ଡିସେମ୍ବରରୁ ୧୩ ଜାନୁଆରୀ ପର୍ଯ୍ୟନ୍ତ ରାତ୍ରୀ ୨ଟାରୁ ହେବ ଦ୍ଵାରଫିଟା
ବିଧାନସଭାରେ ୯ ତାରିଖରେ ବିଧାୟକମାନଙ୍କ ଦରମା, ଭତ୍ତା ଓ ପେନସନକୁ ନେଇ ବିଲ ପାରିତ ହୋଇଛି । କିନ୍ତୁ ଓଡ଼ିଶା ଜନ ସାଧାରଣ ଏହାକୁ ବିରୋଧ କରୁଛନ୍ତି । ଜନମତ ଏହି ବିଲ ବିରୋଧରେ ଯାଉଛି । ତେଣୁ ବିରୋଧୀ ଦଳ ନେତା ବର୍ଦ୍ଧିତ ଦରମା ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ମନା କରିଥିଲେ । ବିରୋଧୀ ଦଳ ନେତା ଆଜି ପର୍ଯ୍ୟନ୍ତ ତାଙ୍କ ଦରମା କେବେ ବି ନେଇ ନାହାନ୍ତି, ତାହା ସାଧାରଣ ଲୋକଙ୍କ କାମରେ ଲଗାଯାଏ । ଆମ ଦଳର ସଭାପତିଙ୍କ ନିର୍ଦ୍ଦେଶରେ ଆମେ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ରଖୁଛୁ କି ଏହି ବିଲର ସେ ପୁର୍ନବିଚାର କରନ୍ତୁ ।





