ଆସନ୍ତାକାଲି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ, ବିଜେଡ଼ି ପକ୍ଷରୁ ବ୍ୟାପକ ପ୍ରସ୍ତୁତି

The Sakala Picture
Published On

ଭୁବନେଶ୍ୱର: ଆସନ୍ତାକାଲି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ରାଷ୍ଟ୍ରବାଦୀ ନେତା ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ । ଏହାକୁ ବିଜୁ ଜନତା ଦଳ ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ଯ ସ୍ତରରେ ମହାସମାରୋହରେ ପାଳନ କରାଯିବ । ପ୍ରଭାତରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ। ସେହିପରି ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର […]

ଭୁବନେଶ୍ୱର: ଆସନ୍ତାକାଲି ପ୍ରବାଦ ପୁରୁଷ, ମହାନ ଜନନାୟକ ତଥା ରାଷ୍ଟ୍ରବାଦୀ ନେତା ବିଜୁ ପଟ୍ଟନାୟକଙ୍କର ୧୦୮ତମ ଜୟନ୍ତୀ । ଏହାକୁ ବିଜୁ ଜନତା ଦଳ ପକ୍ଷରୁ ପ୍ରତି ନିର୍ବାଚନମଣ୍ଡଳୀ, ବ୍ଲକ, ସହରାଞ୍ଚଳ ଓ ଜିଲ୍ଲା ସ୍ତରରୁ ଆରମ୍ଭ କରି ରାଜ୍ଯ ସ୍ତରରେ ମହାସମାରୋହରେ ପାଳନ କରାଯିବ । ପ୍ରଭାତରେ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହିତ ଡାକ୍ତରଖାନା, ବୃଦ୍ଧାଶ୍ରମ, ଅନାଥାଶ୍ରମ ଏବଂ ବାଳାଶ୍ରମରେ ଫଳ ବଣ୍ଟନ କରାଯିବ। ସେହିପରି ବିଜୁ ଯୁବ ଜନତା ଦଳ ଏବଂ ବିଜୁ ଛାତ୍ର ଜନତା ଦଳ ତରଫରୁ ସାଇକେଲ ଶୋଭାଯାତ୍ରା ଓ ଗଣଦୌଡ଼ ଆୟୋଜନ କରାଯାଉଛି ।

ଆହୁରି ପଢ଼ନ୍ତୁ: ଆସନ୍ତାକାଲି ଜନ୍ମାଷ୍ଟମୀ ପାଇଁ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି, ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଅପରାହ୍ନରେ ସାଧାରଣ ସଭା ଆୟୋଜନ କରାଯିବ। ନିଃସ୍ୱାର୍ଥପର ଲୋକସେବାର ପ୍ରତୀକ, ପ୍ରବାଦ ପୁରୁଷ, ମହାନ ରାଷ୍ଟ୍ରନୀତିଜ୍ଞ ତଥା ସ୍ୱାଧୀନତା ସଂଗ୍ରାମୀ ବିଜୁବାବୁଙ୍କର ଆମ ଦେଶ ତଥା ଜାତି ପ୍ରତି ଅମୂଲ୍ୟ ଅବଦାନ, ସଶକ୍ତ ଏବଂ ପୂର୍ଣ ବିକଶିତ ଓଡ଼ିଶା ନିର୍ମାଣ ଦିଗରେ ତାଙ୍କର ଅବିଶ୍ରାନ୍ତ ସଂଗ୍ରାମ ବିଷୟରେ ସବିଶେଷ ଆଲୋଚନା କରାଯିବ। ଉପସ୍ଥିତ ସମସ୍ତ ସଦସ୍ୟ ଏକ ‘ସମୃଦ୍ଧ, ସଶକ୍ତ, ନବୀନ ଓଡ଼ିଶା ଗଠନ ନିମନ୍ତେ ଶପଥ ଗ୍ରହଣ କରିବେ ।

ଆହୁରି ପଢ଼ନ୍ତୁ: ଗୋପାଳପୁର ଗାଁରୁ ବିଡ଼ା ବିଡ଼ା ଟଙ୍କା ସହ ୧ କ୍ବିଣ୍ଟାଲ ଗଞ୍ଜେଇ ଜବତ, ଦୁଇ ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର